୨୪ରେ ଜାପାନ ଯିବେ ମୋଦି

ନୂଆଦିଲ୍ଲୀ/ଟୋକିଓ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୪ରେ ଜାପାନ ଗସ୍ତ କରିବେ। ଏହି ଅବସରରେ ଭାରତ, ଆମେରିକା, ଜାପାନ, ଅଷ୍ଟ୍ରେଲିଆ ଦେଶକୁ ନେଇ ଗଠିତ ହୋଇଥିବା ୪ର୍ଥ କ୍ୱାଡ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ। ଏହି ସମୟରେ ସେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌, ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ୍‌ ଓ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦାଙ୍କୁ ସାକ୍ଷାତକାର କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ମୋଦି ଏବଂ ବାଇଡେନ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହେବ ବୋଲି ଜଣାପଡ଼ିଛି। ଗୁରୁବାର ବର୍ହିବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ଏହି ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ଭାରତ-ପ୍ରଶାନ୍ତ ମହାସାଗର ଏବଂ ଉଭୟ ଦେଶ ମଧ୍ୟରେ ଥିବା ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ଜାପାନ ଗସ୍ତ ସମୟରେ ମୋଦି ଜାପାନର ଉଦ୍ୟୋଗପତିଙ୍କ ସହ ଏକ ବ୍ୟବସାୟିକ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ। ଏପରିକି ଜାପାନରେ ଅବସ୍ଥିତ ଭାରତୀୟ ବଂଶୋଦ୍ଭବଙ୍କୁ ମୋଦି ସମ୍ବୋଧିତ କରିବେ। ସେହିପରି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ମୋଦି ସାକ୍ଷାତକାର କରି ଦ୍ୱିପାକ୍ଷିକ ଆଲୋଚନା କରିବୋ ବୋଲି ବାଗଚି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri