ଇଣ୍ଡୋନେସିଆ ଭୂକମ୍ପରେ ୪୨ ମୃତ

ମାମୁଜୁ, ୧୬।୧: ଇଣ୍ଡୋନେସିଆର ସୁଲାଓ୍ବେସି ଦ୍ୱୀପରେ ଗୁରୁବାର ବିଳମ୍ବିତ ରାତ୍ରରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ୩୦୦ରୁ ଊର୍ଦ୍ଧ୍ୱ କୋଠା ଭୁଶୁଡ଼ିବା ସହ ୪୨ ଜଣ ପ୍ରାଣ ହରାଇଛନ୍ତି ଓ ୮୨୦ରୁ ଅଧିକ ଆହତ ହୋଇଛନ୍ତି। ଘରଗୁଡ଼ିକର ଭଗ୍ନାବଶେଷ ତଳେ ଅନେକ ଲୋକ ରହିଯାଇଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଭୂକମ୍ପର ତୀବ୍ରତା ୬.୨ ଥିଲା। ରାତିର ଅନ୍ଧକାର ସତ୍ତ୍ୱେ ଭୟରେ ଲୋକେ ଘର ଛଡ଼ି ପଳାଇଯାଇଥିଲେ। ଭୂକମ୍ପ ପ୍ରଭାବିତ ଅଞ୍ଚଳରେ କର୍ତ୍ତୃପକ୍ଷ ମୃତାହତ ଓ କ୍ଷୟକ୍ଷତି ସମ୍ପର୍କିତ ସବିଶେଷ ତଥ୍ୟ ସଂଗ୍ରହ କରୁଛନ୍ତି। ଭୂକମ୍ପରେ ଏକ ହସ୍ପିଟାଲ ଭାଙ୍ଗିଯାଇଥିବାବେଳେ ରୋଗୀମାନଙ୍କୁ ଅସ୍ଥାୟୀ ତମ୍ବୁରେ ରଖାଯାଇଛି। ସେହିପରି ୧୫ ହଜାର ଲୋକଙ୍କୁ ଅସ୍ଥାୟୀ ଆଶ୍ରୟ ସ୍ଥଳରେ ଥଇଥାନ କରାଯାଇଛି। ପଶ୍ଚିମ ସୁଲୋଓ୍ବେସି ପ୍ରଦେଶର ମାଜେନେ ସହରର ୩ କି.ମି. ଉତ୍ତରପୂର୍ବରେ ଓ ୧୦ କି.ମି. ଗଭୀରରେ ଭୂକମ୍ପର କେନ୍ଦ୍ରସ୍ଥଳ ବୋଲି ଆମେରିକା ଭୂତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ କୁହାଯାଇଛି। ଭୂକମ୍ପ ପରେ ଉକ୍ତ ଅଞ୍ଚଳରେ ୨୮ ଥର ପଶ୍ଚାତ୍‌ କମ୍ପନ ଅନୁଭୂତ ହୋଇଛି। ୪୨ ମୃତକଙ୍କ ମଧ୍ୟରୁ ଅଧିକାଂଶ ମାମୁଜୁର ହୋଇଥିବାବେଳେ ମାଜେନେ ଜିଲାରେ ମଧ୍ୟ କେତେଜଣଙ୍କ ମୃତ୍ୟୁ ଘଟିଛି। ଭୂକମ୍ପ ଫଳରେ ୩ଟି ସ୍ଥାନରେ ଭୂସ୍ଖଳନ ଘଟିଛି। ବିଦ୍ୟୁତ ଯୋଗାଣ ବ୍ୟାହତ ହେବା ସହ କେତେକ ବ୍ରିଜ୍‌ କ୍ଷତିଗ୍ରସ୍ତ ହୋଇଛି। ବର୍ଷା ଲାଗିରହିଥିବାରୁ ବାସହରା ଲୋକଙ୍କ ଦୁଃଖ ବଢ଼ାଇଦେଇଛି। ତେବେ ସୁନାମୀ ସତର୍କ ସୂଚନା ଜାରି କରାଯାଇନାହିଁ। ପଶ୍ଚାତ କମ୍ପନ ଜାରି ରହିଥିବାରୁ ସୁନାମୀ ଆସିବା ଭୟରେ ଲୋକେ ମାମୁଜୁ ଛାଡ଼ି ପାର୍ବତ୍ୟାଞ୍ଚଳକୁ ପଳାଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri