ଇଣ୍ଡୋନେସିଆ ଭୂକମ୍ପରେ ୪୨ ମୃତ

ମାମୁଜୁ, ୧୬।୧: ଇଣ୍ଡୋନେସିଆର ସୁଲାଓ୍ବେସି ଦ୍ୱୀପରେ ଗୁରୁବାର ବିଳମ୍ବିତ ରାତ୍ରରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ୩୦୦ରୁ ଊର୍ଦ୍ଧ୍ୱ କୋଠା ଭୁଶୁଡ଼ିବା ସହ ୪୨ ଜଣ ପ୍ରାଣ ହରାଇଛନ୍ତି ଓ ୮୨୦ରୁ ଅଧିକ ଆହତ ହୋଇଛନ୍ତି। ଘରଗୁଡ଼ିକର ଭଗ୍ନାବଶେଷ ତଳେ ଅନେକ ଲୋକ ରହିଯାଇଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଭୂକମ୍ପର ତୀବ୍ରତା ୬.୨ ଥିଲା। ରାତିର ଅନ୍ଧକାର ସତ୍ତ୍ୱେ ଭୟରେ ଲୋକେ ଘର ଛଡ଼ି ପଳାଇଯାଇଥିଲେ। ଭୂକମ୍ପ ପ୍ରଭାବିତ ଅଞ୍ଚଳରେ କର୍ତ୍ତୃପକ୍ଷ ମୃତାହତ ଓ କ୍ଷୟକ୍ଷତି ସମ୍ପର୍କିତ ସବିଶେଷ ତଥ୍ୟ ସଂଗ୍ରହ କରୁଛନ୍ତି। ଭୂକମ୍ପରେ ଏକ ହସ୍ପିଟାଲ ଭାଙ୍ଗିଯାଇଥିବାବେଳେ ରୋଗୀମାନଙ୍କୁ ଅସ୍ଥାୟୀ ତମ୍ବୁରେ ରଖାଯାଇଛି। ସେହିପରି ୧୫ ହଜାର ଲୋକଙ୍କୁ ଅସ୍ଥାୟୀ ଆଶ୍ରୟ ସ୍ଥଳରେ ଥଇଥାନ କରାଯାଇଛି। ପଶ୍ଚିମ ସୁଲୋଓ୍ବେସି ପ୍ରଦେଶର ମାଜେନେ ସହରର ୩ କି.ମି. ଉତ୍ତରପୂର୍ବରେ ଓ ୧୦ କି.ମି. ଗଭୀରରେ ଭୂକମ୍ପର କେନ୍ଦ୍ରସ୍ଥଳ ବୋଲି ଆମେରିକା ଭୂତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ କୁହାଯାଇଛି। ଭୂକମ୍ପ ପରେ ଉକ୍ତ ଅଞ୍ଚଳରେ ୨୮ ଥର ପଶ୍ଚାତ୍‌ କମ୍ପନ ଅନୁଭୂତ ହୋଇଛି। ୪୨ ମୃତକଙ୍କ ମଧ୍ୟରୁ ଅଧିକାଂଶ ମାମୁଜୁର ହୋଇଥିବାବେଳେ ମାଜେନେ ଜିଲାରେ ମଧ୍ୟ କେତେଜଣଙ୍କ ମୃତ୍ୟୁ ଘଟିଛି। ଭୂକମ୍ପ ଫଳରେ ୩ଟି ସ୍ଥାନରେ ଭୂସ୍ଖଳନ ଘଟିଛି। ବିଦ୍ୟୁତ ଯୋଗାଣ ବ୍ୟାହତ ହେବା ସହ କେତେକ ବ୍ରିଜ୍‌ କ୍ଷତିଗ୍ରସ୍ତ ହୋଇଛି। ବର୍ଷା ଲାଗିରହିଥିବାରୁ ବାସହରା ଲୋକଙ୍କ ଦୁଃଖ ବଢ଼ାଇଦେଇଛି। ତେବେ ସୁନାମୀ ସତର୍କ ସୂଚନା ଜାରି କରାଯାଇନାହିଁ। ପଶ୍ଚାତ କମ୍ପନ ଜାରି ରହିଥିବାରୁ ସୁନାମୀ ଆସିବା ଭୟରେ ଲୋକେ ମାମୁଜୁ ଛାଡ଼ି ପାର୍ବତ୍ୟାଞ୍ଚଳକୁ ପଳାଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri