Posted inଖେଳ

ସନ୍ତରଣରେ ମାନା ପଟେଲଙ୍କୁ ଯୋଗ୍ୟତା

ନୂଆଦିଲ୍ଲୀ, ୩ା୭ (ପି.ଟି.)-ଭାରତୀୟ ମହିଳା ସନ୍ତରଣକାରୀ ମାନା ପଟେଲ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବେ। ‘ୟୁନିଭର୍ସାଲିଟି କୋଟା’ ଜରିଆରେ ସେ ଯୋଗ୍ୟତା ହାସଲ କରିଥିବା ସୁଇମିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏସ୍‌ଏଫ୍‌ଆଇ) ପ୍ରକାଶ କରିଛି। ମାନା ଟୋକିଓ ଗେମ୍ସରେ ୧୦୦ ମିଟର ବ୍ୟାକଷ୍ଟ୍ରୋକ୍‌ରେ ଅଂଶଗ୍ରହଣ କରିବେ। ସେ ତୃତୀୟ ଭାରତୀୟ ସନ୍ତରଣକାରୀ ଭାବେ ଅଲିମ୍ପିକ ଯୋଗ୍ୟତା ହାସଲ କରିଛନ୍ତି। ପୂର୍ବରୁ ଶ୍ରୀହରି ନଟରାଜନ ଓ ସଜନ ପ୍ରକାଶ ଉଭୟେ ‘ଏ’ କ୍ୱାଲିଫିକେଶନ ଟାଇମିଂ ସହ ଟୋକିଓ ଗେମ୍ସ ଟିକେଟ ହାସଲ କରିଛନ୍ତି। ୨୦୧୯ରେ ୨୧ ବର୍ଷୀୟା ମାନାଙ୍କ ଗୋଇଠି ଆଘାତପ୍ରାପ୍ତ ହୋଇଥିଲା। ଚଳିତ ବର୍ଷ ପ୍ରାରମ୍ଭରେ ସେ ସନ୍ତରଣକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଚଳିତବର୍ଷ ତାଙ୍କର ପ୍ରଥମ ଇଭେଣ୍ଟ ଥିଲା ଏପ୍ରିଲରେ ଉଜ୍‌ବେକିସ୍ତାନ ଓପନ ସୁଇମିଂ ଚାମ୍ପିୟନଶିପ୍‌। ସେ ୧୦୦ମିଟର ବ୍ୟାକଷ୍ଟ୍ରୋକ୍‌ରେ ୧:୦୪.୪୭ ସେକେଣ୍ଡ ଟାଇମିଂ ସହ ସ୍ବର୍ଣ୍ଣ ପଦକ ଲାଭ କରିଥିଲେ। ଟୋକିଓ ଗେମ୍ସ ପ୍ରସ୍ତୁତି ଲାଗି ସେ ନିକଟରେ ସର୍ବିୟା ଓ ଇଟାଲୀରେ ବିଭିନ୍ନ ଇଭେଣ୍ଟରେ ଭାଗ ନେଇଥିଲେ। ବେଲଗ୍ରେଡ୍‌ ଇଭେଣ୍ଟରେ ସେ ୧୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ରେ ନିଜ ଜାତୀୟ ରେକର୍ଡକୁ ଭଙ୍ଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri