ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ସୁଦୃଢ଼ କରାଯିବ

ଭୁବନେଶ୍ୱର, ୧୭।୧(ବ୍ୟୁରୋ): କରୋନା ପାଇଁ ଶିକ୍ଷା ବ୍ୟବସ୍ଥା ଗୁରୁତର ପ୍ରଭାବିତ ହୋଇଛି। ଏପରିସ୍ଥିତିରେ ଏ କ୍ଷେତ୍ରରେ ସଂସ୍କାର ଆଣିବାକୁ ଲକ୍ଷ୍ୟ ରଖିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ସହ ପିଲାଙ୍କ ବୌଦ୍ଧିକ ବିକାଶ ପାଇଁ ପଦକ୍ଷେପ ନିଆଯିବ। ସରକାର ରାଜ୍ୟବ୍ୟାପୀ ଅଷ୍ଟମ ଶ୍ରେଣୀ ଲାଗି ୧୪,୬୦୧ ସ୍କୁଲରେ ଅତିରିକ୍ତ ଶ୍ରେଣୀ କକ୍ଷ ଖୋଲିବାକୁ ନିଷ୍ପତ୍ତି ନେଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୧୩,୮୨୩ଟି ସ୍କୁଲରେ ନିର୍ମାଣ ଶେଷ ହୋଇଛି। ୪୬୮ଟି ସ୍କୁଲରେ ନିର୍ମାଣ ଚାଲିଥିବାବେଳେ ବଳକା ୩୧୦ଟି ସ୍କୁଲରେ ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ ବୋଲି ଜଣାପଡ଼ିଛି। ଏହାବ୍ୟତୀତ ସମସ୍ତ ସ୍କୁଲରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ ସହ ୭୫୦ ସ୍କୁଲରେ ୱାଲ୍‌ ପେଣ୍ଟିଂ କରାଯାଇ ଶୈକ୍ଷିକ ପରିବେଶକୁ ଆକର୍ଷଣୀୟ କରାଯିବ।
ବିଭାଗର ଜଣେ ବରିଷ୍ଠ ଅଧିକାରୀଙ୍କ କହିବାନୁସାରେ, ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ୍‌ ୬୫,୨୭୯ ସ୍କୁଲ ରହିଛି। ସେଥିମଧ୍ୟରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୩୬,୦୭୦ ସ୍କୁଲ ଥିବାବେଳେ ୨୨,୦୧୯ ଉଚ୍ଚ ପ୍ରାଥମିକ ସ୍କୁଲ ରହିଛି। ଚଳିତବର୍ଷଠାରୁ ସବୁ ସ୍କୁଲରେ ପିଲାଙ୍କୁ ଦକ୍ଷତା ପ୍ରମାଣପତ୍ର ଦିଆଯିବ। ପ୍ରଥମ ଓ ଦ୍ୱତୀୟ ଶ୍ରେଣୀରେ ସର୍ବାଧିକ ମାର୍କ ରଖିଥିବା ୧୨,୧୭,୮୪୮ ପିଲାଙ୍କୁ ପୋଗ୍ରେସ ରିପୋର୍ଟ, ଲର୍ନିଂ କିଟ୍‌ ଏବଂ ୱାର୍କ ବୁକ୍‌ ପ୍ରଦାନ କରାଯିବ। ସେହିଭଳି କେବଳ ଅଷ୍ଟମ ଶ୍ରେଣୀର ୫୨,୨୯୭ଜଣ ପିଲାଙ୍କୁ ଗଣିତ ଏବଂ ବିଜ୍ଞାନ କିଟ୍‌ ପ୍ରଦାନ କରାଯିବ। ଏଥିପାଇଁ ସମଗ୍ର ଶିକ୍ଷା ଯୋଜନାରେ ମିଳିଥିବା ଅନୁଦାନରୁ ଅର୍ଥ ଖର୍ଚ୍ଚ କରାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଯେଉଁ ଛାତ୍ରୀଛାତ୍ର ୬୦ପ୍ରତିଶତରୁ ଅଧିକ ମାର୍କ ରଖିବେ ସେମାନଙ୍କୁ ଏହି ସୁବିଧା ପ୍ରଦାନ କରାଯିବ।
ସେପଟେ ରାଜ୍ୟରେ ସବୁ ସ୍କୁଲରେ ବ୍ୟାପକ ପରିବର୍ତ୍ତନ ଆଣିବାକୁ ବିଭାଗ ଲକ୍ଷ୍ୟ ରଖିଛି। ମାସକରେ ୨ଥର ସମୀକ୍ଷା ବୈଠକ ଓ ଜିଲାସ୍ତରରେ ୪ ଥର ସମୀକ୍ଷା ବୈଠକ ଆୟୋଜନ କରାଯାଉଛି। ଶିକ୍ଷା ବ୍ୟତୀତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ବିଜ୍ଞାନ ଦକ୍ଷତା ବୃଦ୍ଧି ଲାଗି ଖୁବ୍‌ଶୀଘ୍ର ଭ୍ରାମ୍ୟମାଣ ପ୍ରଦର୍ଶନର ଆୟୋଜନ କରାଯିବ। ସେହିପରି ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଙ୍କୁ ସ୍ବତନ୍ତ୍ର କ୍ରୀଡ଼ା ପ୍ରଶିକ୍ଷଣ ପ୍ରଦାନ କରାଯିବ। ଚିତ୍ର ମାଧ୍ୟମରେ ପିଲାଙ୍କୁ ଶିକ୍ଷାଦାନ ଲାଗି ରାଜ୍ୟର ୭୫୦ ସ୍ବତନ୍ତ୍ର ସ୍କୁଲରେ ୱାଲ୍‌ ପେଣ୍ଟିଂ କରାଯିବ, ଯେଉଁଥିରେ ଗଣିତ ଏବଂ ବିଜ୍ଞାନର ସୂତ୍ର ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri