ରାଜ୍ୟବାସୀଙ୍କୁ ମିଳିବ ଗୁଣାତ୍ମକ ସେବା: ପୋଲିସ ସେବାରେ ୨୮୫ଟି ଯାନ…

କଟକ,୨୬ା୨ (କାର୍ତ୍ତିକ ସାହୁ) ଓଡ଼ିଶା ପୋଲିସ ସେବାରେ ୨୮୫ଟି ନୂତନ ଯାନକୁ ସାମିଲ କରାଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ (ଡିଜିପି) ଅରୁଣ କୁମାର ଷଡ଼ଙ୍ଗୀ ଓଏମ୍‌ପିସ୍ଥିତ ଷଷ୍ଠ ବାଟାଲିୟନ ପରିସରରେ ନୂତନ ଯାନଗୁଡ଼ିକୁ ଜନସାଧାରଣଙ୍କୁ ଉପଯୁକ୍ତ ସେବା ପ୍ରଦାନ କରିବା ଉଦ୍ଦେଶ୍ୟରେ ସୋମବାର ସନ୍ଧ୍ୟାରେ ଲୋକାର୍ପିତ କରିଛନ୍ତି। ମୋଟ ୮ କୋଟି ୧୮ ଲକ୍ଷ ୩୨ ହଜାର ୪୨୧ ଟଙ୍କା ବ୍ୟୟରେ କିଣା ଯାଇଥିବା ଯାନଗୁଡ଼ିକ ମଧ୍ୟରେ ୭୧ଟି ବୋଲେରୋ, ୯୪ଟି ମୋଟର ସାଇକେଲ ଏବଂ ୧୨୦ଟି ସ୍କୁଟି ରହିଛି।
ଏହି ଯାନଗୁଡ଼ିକ ଦ୍ୱାରା ପୋଲିସ୍‌ର କାର୍ଯ୍ୟ ଦକ୍ଷତା ବୃଦ୍ଧି ହେବା ସହ ଅପରାଧ ତଦନ୍ତ, ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ, ସାଧାରଣ ଜନତାଙ୍କ ପାଇଁ ସୁରକ୍ଷିତ ପରିବେଶ ଗଢ଼ିବା, ଅପରାଧର ସମାଧାନ, ନ୍ୟାୟ ସୁନିଶ୍ଚିତ କରିବା ଏବଂ ଜରୁରୀ ସମୟରେ ତ୍ୱରିତ ପଦକ୍ଷେପ ଆଦି କାର୍ଯ୍ୟରେ ଉନ୍ନତି ଆଣିବା ପାଇଁ ଯାନଗୁଡିକ ସହାୟକ ହେବ ବୋଲି ଡିଜିପି ଷଡ଼ଙ୍ଗୀ ମତବ୍ୟକ୍ତ କରିଛନ୍ତି। ଡିଜିପି ଆହୁରି ମଧ୍ୟ କହିଛନ୍ତି ଯେ, ରାଜ୍ୟରେ ମହିଳା ଏବଂ ଶିଶୁଙ୍କ ବିରୋଧରେ ଘଟୁଥିବା ଅପରାଧକୁ ନିୟନ୍ତ୍ରଣ କରିବା ପାଇଁ ମହିଳା ଓ ଶିଶୁ ଡେସ୍କ କାର୍ଯ୍ୟ କରୁଛି। ଏହାକୁ ଆହୁରି ସୁଦୃଢ କରିବା ପାଇଁ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ବିଭାଗ ପକ୍ଷରୁ ନିର୍ଭୟା ଯୋଜନାରେ ୧୨୦ଟି ସ୍କୁଟି ପ୍ରଦାନ କରାଯାଇଛି। ଫଳରେ ମହିଳା ପୋଲିସମାନେ ଅଭିଯୋଗ ଶୁଣାଣି ଏବଂ ଅପରାଧର ତଦନ୍ତ ତୁଲାଇବାରେ ସକ୍ଷମ ହୋଇପାରିବେ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ରାଜ୍ୟ ପୋଲିସକୁ ଆଧୁନୀକିକରଣ କରିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଛି। ଆଗାମୀ ଦିନରେ ରାଜ୍ୟବାସୀଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବା ଉପରେ ସହାୟକ ହେବ ବୋଲି ଡିଜିପି ମତବ୍ୟକ୍ତ କରିଛନ୍ତି। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏଚଆରପିସି) ଲଳିତ ଦାସ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଆର. କେ. ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।
ଏହି ଅବସରରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମ ବ୍ରାଞ୍ଚ) ଅରୁଣ କୁମାର ବୋଥ୍ରା ଏବଂ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖାର ଆଇଜିପି ଏସ୍‌ ସାଇନି ଯାନଗୁଡ଼ିକ ପୋଲିସ ବିଭାଗରେ ସାମିଲ ହେବା ଦ୍ୱାରା କ୍ରିୟାଶୀଳ ହୋଇ କାର୍ଯ୍ୟ କରିବ ଏବଂ ଲୋକଙ୍କୁ ତ୍ୱରିତ ସେବା ପ୍ରଦାନ କରିବାରେ ସକ୍ଷମ ହେବ ବୋଲି କହିଛନ୍ତି। ଆଇ.ଜି (ପ୍ରୋଭିଜନିଙ୍ଗ) ଯତୀନ୍ଦ୍ର କୋୟଲ ସ୍ବାଗତ ଭାଷଣ ଦେବା ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବରିଷ୍ଠ ପୋଲିସ ଅଧିକାରୀଗଣ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri