Posted inଖେଳ

କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ: ତଦନ୍ତ କିମିଟି ଗଠନ କଲା ସାଇ

ନୂଆଦିଲ୍ଲୀ, ୧୨ା୭ (ପି.ଟି.)-ପଟିଆଲାସ୍ଥିତ ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ସ୍ପୋଟର୍‌ସ (ଏନ୍‌ଆଇଏସ୍‌)ଠାରେ ୩ଜଣ ବକ୍ସର କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଏଥିପାଇଁ ଶନିବାର ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ଏକ ତଦନ୍ତ କମିଟି ଗଠନ କରିଛି। ସାଇ ସେକ୍ରେଟାରି ରୋହିତ ଭରଦ୍ୱାଜ ୪ ଜଣିଆ ସଦସ୍ୟବିଶିଷ୍ଟ ଏହି ତଦନ୍ତ ପ୍ୟାନେଲର ମୁଖ୍ୟ ଅଛନ୍ତି। ଅନ୍ୟମାନେ ହେଲେ ଟାର୍ଗେଟ୍‌ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ)ର ସିଇଓ କମାଣ୍ଡର ରାଜେଶ ରାଜଗୋପାଳନ, ପୂର୍ବତନ ହକି କୋଚ୍‌ ଏ.କେ. ବଂଶଲ ଓ ସାଇ ଡେପୁଟି ଡାଇରେକ୍ଟର (ପର୍ସୋନେଲ) ଦଣ୍ଡପାଣି। ଖବର ଅନୁସାରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଓ ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ବିକାଶ କ୍ରିଷ୍ଣନ, ନୀରଜ ଗୋୟାତ ଏବଂ ଏସିଆନ ଗେମ୍ସ ବ୍ରୋଞ୍ଜ ବିଜେତା ସତୀଶ କୁମାର ଆଇସୋଲେଶନ ପିରିୟଡରେ କ୍ୱାରାଣ୍ଟାଇନ ନିୟମ ଉଲ୍ଲଂଘନ କରି ସେମାନଙ୍କ ସାଥୀ ଆଥଲେଟ୍‌ଙ୍କ ସହ ମିଳାମିଶା କରିଥିଲେ। ବିକାଶ (୬୯କେଜି) ଏବଂ ସତୀଶ (+୯୧କେଜି) ଉଭୟେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। କେଉଁ ପରିସ୍ଥିତିରେ ଏହା ଘଟିଛି କମିଟି ତାହାର ତଦନ୍ତ କରି ଯଥା ଶୀଘ୍ର ରିପୋର୍ଟ ଉପସ୍ଥାପନ କରିବ। ଖବର ଅନୁସାରେ ଏହି ଘଟଣାରେ ଏନ୍‌ଆଇଏସ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ରାଜ ସିଂ ବିଷ୍ଣ୍ନୋଇଙ୍କ ସମ୍ପୃକ୍ତିକୁ ନେଇ ଯାଞ୍ଚ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri