Posted inଖେଳ

କ୍ୱାର୍ଟର ଫାଇନାଲରେ ଚେନ୍ନାଇନ

ଗୁଆହାଟୀ, ୧୫।୮: ଚେନ୍ନାଇନ୍‌ ଏଫ୍‌ସି ପ୍ରଥମ ଦଳଭାବେ ଚଳିତ ଡୁରାଣ୍ଡ କପ୍‌ ଫୁଟବଲ ଟୁର୍ନାମେଣ୍ଟର ନକ୍‌ଆଉଟରେ ପ୍ରବେଶ କରିଛି। ସୋମବାର ଅନୁଷ୍ଠିତ ଗ୍ରୁପ୍‌ ‘ଏ’ର ଏକ ମ୍ୟାଚରେ ଏହି ଦଳ ୩-୦ ଗୋଲରେ ନେପାଳର ତ୍ରିଭୁବନ ଆର୍ମି ଏଫ୍‌ସିକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ ଯାଇଛି। ସ୍ଥାନୀୟ ଇନ୍ଦିରାଗାନ୍ଧୀ ଆଥଲେଟିକ୍‌ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚଟି ସମ୍ପୂର୍ଣ୍ଣ ଏକପାଖିଆ ହୋଇ ଯାଇଥିଲା। ଚେନ୍ନାଇନ୍‌ ପକ୍ଷରୁ ଫାରୁଖ ଚୌଧାରୀ ୨୨ତମ ମିନିଟରେ ପ୍ରଥମ ଗୋଲଟି ଦେଇ ଦଳକୁ ଅଗ୍ରଣୀ କରିଥିଲେ। ତ୍ରିଭୁବନ ଆର୍ମି ଏଫ୍‌ସି ଖେଳାଳିଙ୍କ ବିପଜ୍ଜନକ ପ୍ରଦର୍ଶନ ପାଇଁ ୪୦ତମ ମିନିଟରେ ଚେନ୍ନାଇନ୍‌କୁ ପେନାଲ୍ଟି କିକ୍‌ ସୁଯୋଗ ମିଳିଥିଲା। ରହିମ ଅଲୀ ଏହାକୁ ଗୋଲରେ ପରିଣତ କରି ଦଳର ଅଗ୍ରଣୀକୁ ୨-୦ରେ ପହଞ୍ଚାଇଥିଲେ। ମ୍ୟାଚର ଶେଷ ପର୍ଯ୍ୟାୟରେ ଅର୍ଥାତ୍‌ ୮୪ତମ ମିନିଟରେ ଦଳ ପକ୍ଷରୁ ତୃତୀୟ ଗୋଲଟି ସ୍କୋର କରିଥିଲେ ରାଫାଲ କ୍ରିଭେଲାରୋ। ଦ୍ୱିତୀୟାର୍ଦ୍ଧରେ ତ୍ରିଭୁବନ ଆର୍ମି ଏଫ୍‌ସି ଦଳ କିଛି ପରିମାଣରେ ଚ୍ୟାଲେଞ୍ଜ ଦେଇଥିଲେ ହେଁ ଚେନ୍ନାଇନ୍‌ ରକ୍ଷଣଭାଗ ଭେଦକରି ଗୋଲ ପରିଶୋଧ କରିପାରି ନ ଥିଲା। ହାଇଦ୍ରାବାଦ୍‌ ଏଫ୍‌ସି ବିପକ୍ଷରେ ବିଜୟୀ ହୋଇଥିବା ଦଳକୁ ଏହି ମ୍ୟାଚରେ ଅପରିବର୍ତ୍ତିତ ରଖିଥିଲେ ଚେନ୍ନାଇନ୍‌ ଏଫ୍‌ସି ମୁଖ୍ୟ କୋଚ୍‌ ଓଏମ କୋଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri