ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବେନାହିଁ ଏସବୁ ଦେଶର କୌଣସି ପ୍ରତିନିଧି

ଲଣ୍ଡନ,୧୫ ।୯: ବ୍ରିଟେନର ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତେଷ୍ଟି ପ୍ରକ୍ରିୟା ସୋମବାର ଅର୍ଥାତ୍ ୧୯ ସେପ୍ଟେମ୍ବରରେ କରାଯିବ । ବ୍ରିଟେନରେ ଦଶକ ପରେ ଏମିତି ଏକ ସୁଯୋଗ ଆସିଛି ଯେଉଁଠି ଏତେ ବଡ ସଂଖ୍ୟାରେ ରାଜ ପରିବାର ଓ ସାରା ବିଶ୍ୱର ରାଷ୍ଟ୍ରାଧ୍ୟକ୍ଷ ଏକାଠି ହେଉଛନ୍ତି । ବ୍ରିଟେନ ତଥା ରାଜପରିବାର ପାଇଁ ଏହା ଦୁଃଖର ସମୟ ସତ ହେଲେ ଏହା ଏମିତି ଏକ ସୁଯୋଗ ଯେତେବେଳେ ବହୁ ସଂଖ୍ୟାରେ ଲୋକେ ମହାରାଣୀଙ୍କୁ ଶେଷ ବିଦାୟ ଦେବାକୁ ପହଞ୍ଚିବେ । ମହାରାଣୀଙ୍କ ବିଦାୟ ସମ୍ପୂର୍ଣ୍ଣ ସମ୍ମାନର ସହ ଓ ଠିକ ଭାବେ ହେଉ ଏଥିପାଇଁ ଆସୁଥିବା ଲୋକଙ୍କ ଚୟନ ବି କରାଯାଇଛି । ଏହି ହିସାବରେ ମହାରାଣୀଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବା ପାଇଁ ନିମନ୍ତ୍ରଣ ପଠାଯାଇଛି । ଏହି ଅବସରରେ ରାଷ୍ଟ୍ରାଧ୍ୟକ୍ଷ ଓ ଗଣ୍ୟମାନ୍ୟ ବିଦେଶୀ ଅତିଥିଙ୍କ ସହ ୫୦୦ ଲୋକଙ୍କୁ ଅନୁମତି ମିଳିଛି ।
ବ୍ରିଟେନ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ରୁଷିଆ, ବେଲାରୁଷ ମ୍ୟାନମାରର କୌଣସି ପ୍ରତିନିଧିଙ୍କୁ ନିମନ୍ତ୍ରଣ କରାଯାଇନାହିଁ । ସୂଚନାଯୋଗ୍ୟ, ବ୍ରିଟେନ ଫେବୃୟାରୀ ୨୦୨୧ରେ ସେନା ଆକ୍ରମଣ ପରେ ମ୍ୟାନମାର ସହ ରାଜନୈତିକ ସମ୍ପର୍କ କମ କରି ଦେଇଛି । ରୁଷିଆ ସହ ୟୁକ୍ରେନ ଯୁଦ୍ଧ ଯୋଗୁ ବ୍ରିଟେନର କୁଟନୈତିକ ସମ୍ପର୍କ ଶେଷ ହୋଇଯାଇଛି । ରୁଷିଆ ରାଷ୍ଟ୍ରପତି ଭ୍ଲାଦିମର ପୁଟିନଙ୍କ ପ୍ରବକ୍ତା ପ୍ରଥମରୁ ପୁଟିନଙ୍କ ବ୍ରିଟେନ ଗସ୍ତକୁ ମନା କରି ଦେଇଥିଲେ । ବେଲାରୁଷ ରାଷ୍ଟ୍ରପତି ଆଲେକଜ୍ୟାଣ୍ଡର ଲୁକାଶୌକୋ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ନିକଟତର ହୋଇଥିବାରୁ ତାଙ୍କୁ ନିମନ୍ତ୍ରଣ ଦିଆଯାଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ନୟାପଲ୍ଲୀ ଯୁବତୀ ବଳାତ୍କାର ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ଏନ୍‌କାଉଣ୍ଟର କରିଛି। ଖସିବା ପାଇଁ ପୋଲିସ ଉପରକୁ ଫାୟାରିଂ କରିବାରୁ ପାଲଟା ଗୁଳି ଚଳାଇଥିଲା ପୋଲିସ। ଗୁଳିଟି…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

ହର୍ମୁଜରେ କୁୱେତ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ନାବିକ ଉଦ୍ଧାର

ତେହରାନ,୩।୧୦: ହର୍ମୁଜ ପ୍ରଣାଳୀ (Strait of Hormuz) ରେ କୁୱେତୀ ପତାକାବାହୀ ଏକ ଅଶୋଧିତ ତୈଳ ଟ୍ୟାଙ୍କର ଉପରେ ଏକ ପ୍ରକ୍ଷେପାସ୍ତ୍ର (projectile) ମାଡ଼ ହେବା ପରେ,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?