ସହରକୁ କବଜା କଲେ ମୂଷା! ସରକାର ଜାରି କଲେ ହାଇ ଆଲର୍ଟ

କାନବେରା,୨୫।୧୧: ଯୁଦ୍ଧରେ ଗୋଟିଏ ଶକ୍ତିଶାଳୀ ଦେଶ ଅନ୍ୟ ଏକ ଦେଶ ଉପରେ ଆକ୍ରମଣ କରି ନିଜ ଦଖଲକୁ ଆଣିଥାଏ। ଯଦି ଆପଣଙ୍କୁ କହିବୁ ଏପରି ଏକ ଦେଶ ଅଛି ଯେଉଁଠି ମୂଷାମାନେ ଏକ ସହରକୁ କବଜା କରିଛନ୍ତି। ଅଜବ ଲାଗୁଛି ନା। କିନ୍ତୁ ଏହା ସମ୍ପୂର୍ଣ୍ଣ ସତ୍ୟ। ଅଷ୍ଟ୍ରେଲିଆର ଏକ ସହରକୁ କବଜା କରିଛନ୍ତି ମୂଷା। ଏଠାରେ ମୂଷାଙ୍କ ସଂଖ୍ୟା ଏତେ ଅଧିକ ହୋଇଛି ଯେ ମହାମାରୀ ବ୍ୟାପିଛି।

ଅଷ୍ଟ୍ରେଲିଆରେ ମୂଷା ମଡକ ପଡିଥିବାର ଦେଖାଯାଇଛି। ମୂଷାମାନଙ୍କର ମୃତଦେହ ଏଣେତେଣେ ପଡି ରହିଛି। ଘର ହେଉ କି ଅଫିସ, ନଦୀ, ପୋଖରୀ କିମ୍ବା ଘରକୁ ଘର ପାଣି ସପ୍ଲାଏ ହେଉଥିବା ସ୍ଥାନରେ ମୂଷାଙ୍କର ମୃତଦେହ ଭାସୁଥିବାର ଦେଖାଯାଇଛି।
ମୂଷା ମଡକ କଣ ପାଇଁ ହୋଇଛି ଜଣାପଡୁ ନ ଥିବାବେଳେ ମୂଷାଙ୍କ ସଂଖ୍ୟା ଏପରି ବୃଦ୍ଧି ପାଇଲେ ଦିନକୁ ଦିନ ଅବସ୍ଥା ବିଗିଡି ଯିବାର ସମ୍ଭାବନା ରହିଛି। ଯଦି ସରକାର ଏନେଇ କୌଣସି ପଦକ୍ଷେପ ନ ନିଅନ୍ତି, ତେବେ ଲୋକମାନେ ସହର ଛାଡିବାକୁ ବାଧ୍ୟ ହେବେ ବୋଲି ବିଶେଷଜ୍ଞମାନେ ମତ ରଖିଛନ୍ତି।
ପାଣିରେ ମୂଷାଙ୍କର ମୃତଦେହ ଭାସୁଥିବାରୁ ଏବେ ସାରା ସହରରେ ପାନୀୟ ଜଳ ସମସ୍ୟା ଦେଖାଯାଇଛି। ସରକାର ସହରରେ ହାଇ ଆଲର୍ଟ ଜାରି କରିଛନ୍ତି। ସେହିପରି ଲୋକଙ୍କୁ ଖାଦ୍ୟ ପାନୀୟ ନ ପିଇବାକୁ କୁହାଯାଇଛି। ଯଦି ଏପରି ସମସ୍ୟା ସମାଧାନ ନ ହୁଏ ତେବେ ପୁରା ସହରରେ ମହାମାରୀ ବ୍ୟାପିବାର ସମ୍ଭାବନା ରହିଛି ବୋଲି ବୈଜ୍ଞାନିକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri