ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଆଇଟିଡିଏ (ITDA) ପକ୍ଷରୁ ଜମି ଚିହ୍ନଟ ପାଇଁ ତହସିଲଦାରଙ୍କୁ ପତ୍ର ଲେଖାଯାଇଥିବା ବେଳେ ଏହାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି । ତେବେ ଏହି ଉତ୍ସାହ ମଧ୍ୟରେ ପର୍ଯ୍ୟଟନ ସ୍ଥଳୀ କୋଷାବରା ‘ହେଲୋ ପଏଣ୍ଟ’ଠାରେ ବର୍ଷ ବର୍ଷ ଧରି ଅଧାପନ୍ତରିଆ ହୋଇ ପଡ଼ିଥିବା ଆଦିବାସୀ ସଂଗ୍ରହାଳୟର ସ୍ଥିତି ଏବେ ପ୍ରଶାସନର ଆନ୍ତରିକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

ସୂଚନାଯୋଗ୍ୟ ଯେ, ୨୦୨୩-୨୪ ଆର୍ଥିକ ବର୍ଷରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା ପାଣ୍ଠିରୁ ପ୍ରାୟ ୨୦ ଲକ୍ଷ ଟଙ୍କା ବ୍ୟୟରେ ‘ହେଲୋ ପଏଣ୍ଟ’ଠାରେ ଏକ ସଂଗ୍ରହାଳୟ କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହାର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଆଦିବାସୀଙ୍କ ପାରମ୍ପରିକ ଅସ୍ତ୍ରଶସ୍ତ୍ର, ବେଶଭୂଷା ଓ ଦୈନନ୍ଦିନ ବ୍ୟବହାର୍ଯ୍ୟ ସାମଗ୍ରୀକୁ ସଂରକ୍ଷିତ କରି ରଖିବା। ମାତ୍ର ବାସ୍ତବ ଚିତ୍ର ସମ୍ପୂର୍ଣ୍ଣ ଭିନ୍ନ। ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବା ବେଳେ ଏପର୍ଯ୍ୟନ୍ତ କାନ୍ଥରେ ରଙ୍ଗ ଦିଆଯାଇ ନାହିଁ କି ଆବଶ୍ୟକ ଆସବାବପତ୍ର ଲଗାଯାଇ ନାହିଁ। ପ୍ରାଚୀନ ସାମଗ୍ରୀ ବଦଳରେ ସଂଗ୍ରହାଳୟ ଗୃହଟି ଏବେ ପରିତ୍ୟକ୍ତ ଅବସ୍ଥାରେ ପଡ଼ି ରହିଛି।

ଗୋଟିଏ ପଟେ ପୁରୁଣା ସଂଗ୍ରହାଳୟ ଅର୍ଥ ଅଭାବ ଓ ପ୍ରଶାସନିକ ଅବହେଳାରୁ କାର୍ଯ୍ୟକ୍ଷମ ହୋଇପାରୁ ନଥିବା ବେଳେ, ଅନ୍ୟପଟେ ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ଜମି ଚିହ୍ନଟ ହେବାକୁ ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। “ପୂର୍ବରୁ ଥିବା ସଂଗ୍ରହାଳୟକୁ ସମ୍ପୂର୍ଣ୍ଣ ନକରି ନୂଆ ପ୍ରକଳ୍ପ ଘୋଷଣା କରିବା କେବଳ ଏକ ପ୍ରହସନ ନୁହେଁ ତ?” ବୋଲି ସ୍ଥାନୀୟ ବାସିନ୍ଦା ପ୍ରଶ୍ନ କରିଛନ୍ତି।

ଅଞ୍ଚଳବାସୀଙ୍କ ମତରେ, ସରକାର ପ୍ରଥମେ ହେଲୋ ପଏଣ୍ଟ ସଂଗ୍ରହାଳୟକୁ ଗୁରୁତ୍ୱ ଦେଇ ଏହାକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ କରନ୍ତୁ। ଏଥିରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ କରି ଏହାର ଉଚ୍ଚସ୍ତରୀୟ ତଦନ୍ତ ଦାବି ହୋଇଛି। ଯଦି ପୁରୁଣା ପ୍ରକଳ୍ପ ଶେଷ ନହୁଏ, ତେବେ ନୂଆ ଭବନ ନିର୍ମାଣ କେବଳ କାଗଜପତ୍ର ଓ ପାଣ୍ଠି ଖର୍ଚ୍ଚରେ ସୀମିତ ରହିଯିବାର ଆଶଙ୍କା ରହିଛି। ପ୍ରଶାସନ ଏହି ଦିଗରେ ଦୃଷ୍ଟି ଦେଇ ତୁରନ୍ତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?