Posted inଜାତୀୟ

ସାମନାରେ ପ୍ରଶ୍ନ, ରାଣା କିଏ, ସେ ଏତେ ଅହଂକାରୀ କିପରି ?…

ମୁମ୍ବାଇ, ୨୫।୪ : ହନୁମାନ ଚାଳିସା ପାଠକୁ ନେଇ ମହାରାଷ୍ଟ୍ରରେ ଜାରି ରହିଥିବା ବିବାଦ ଥମିବାର ନା ଧରୁନି। ଏହାକୁ ନେଇ ଶିବସେନା ପକ୍ଷରୁ ଭାଜପା ସରକାରଙ୍କୁ ଘେରିବା ଆରମ୍ଭ ହୋଇଛି। ଏନେଇ ଶିମସେନା ମୁଖପତ୍ର ସାମନାରେ ରାଣା କିଏ, ସେ ଏତେ ଅହଂକାରୀ କିପରି? ବୋଲି ପ୍ରଶ୍ନ କରାଯାଇଛି।

ସାମନାରେ ଲେଖାଯାଇଛି ଯେ ରାଣାଙ୍କର ଏତେ ଶାହସ କେଉଁଠୁ ଆସିଲା ? ଇଡି ପରି ଏଜେନ୍ସିଗୁଡିକ ପାଇଁ ଏହା ଅନୁସନ୍ଧାନର ବିଷୟ। ଅମରାବତୀ ଏମ୍‌ପି ନବନୀତ୍‌ ରାଣା ଏବଂ ସ୍ବାମୀ ବିଧାୟକ ରବି ରାଣା ମାତୋଶ୍ରୀ ହନୁମାନ ଚାଳିସା ଜପିବାକୁ ଜିଦ୍‌ ଧରିବା ପଛରେ କାହାର ହାତ ରହିଛି ବୋଲି ସାମନାରେ ଉାଲ୍ଲେଖ କରାଯାଇଛି।

ନକଲି ଜାତି ପ୍ରମାଣପତ୍ର ଆଧାରରେ ଅମରାବତୀରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି ନବନୀତ୍‌ ଜିତିଥିବା ସାମନାରେ ଅଭିଯୋଗ ହୋଇଛି। ଜାତି ପ୍ରମାଣପତ୍ର ପାଇବା ପାଇଁ ନବନୀତ୍‌ ଏବଂ ତାଙ୍କ ପିତା ହରଭଜନ ସିଂ କୁଣ୍ଡଲେସ ଜାଲ କାଗଜପତ୍ର ଦାଖଲ କରିଥିଲେ।

ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ନବନୀତ୍‌ଙ୍କୁ ଏସସିର ଏକ ନକଲି ପ୍ରମାଣପତ୍ର ମିଳିଛି। ଏହି ଜାଲିଆତିକୁ ମୁମ୍ବାଇ ହାଇକୋର୍ଟ ମୋହର ଲଗାଇଛନ୍ତି। କିନ୍ତୁ ମାମଲା ସୁପ୍ରିମକୋର୍ଟକୁ ରହିଛି। ମାତ୍ର ବିଚାର ନହୋଇ କେବଳ ନେଇ ସମୟ ବିତାଯାଉଥିବା ସାମନା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri