ଓଡ଼ିଶାରେ ମେଣ୍ଟ ପ୍ରଶ୍ନ ଉଠୁନି: ମୁଣ୍ଡା

ଭୁବନେଶ୍ବର, ୧୪ା୮(ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ପରେ ବିଜେଡି-ଭାଜପା ମେଣ୍ଟକୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି। ହେଲେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ରବିବାର ଏହାକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାରେ ମେଣ୍ଟ ହେଲାଭଳି କୌଣସି ପ୍ରଶ୍ନ ଉଠୁନି। ସବୁ ରାଜ୍ୟର ବିକାଶ ସହ ମିଳିମିଶି କାମ କରିବା ପାଇଁ କେନ୍ଦ୍ର ସରକାର ସବୁବେଳେ ପ୍ରୟାସ କରୁଛନ୍ତି। ଏହା ସରକାରଙ୍କ କାମ। ସଙ୍ଗଠନର କାମ ଅଲଗା। ସଙ୍ଗଠନ ନିଜ ଢଙ୍ଗରେ ନିର୍ବାଚନ ଲଢ଼ିବା ସହିତ ରଣନୀତି କରେ। ସଙ୍ଗଠନ କେବେ ସରକାରଙ୍କ ଜରିଆରେ କୌଣସି ରଣନୀତି କରେନାହିଁ। ଓଡ଼ିଶାରେ ମେଣ୍ଟ ହେଲା ଭଳି କୌଣସି କଥା ନ ଥିଲା ଭଳି ଲାଗୁଛି। ଆଗକୁ ବି ମେଣ୍ଟ ହେଲା ଭଳି ଲାଗୁନି ବୋଲି ମୁଣ୍ଡା କହିଛନ୍ତି। ସେ ଆହୁରି କହିଛନ୍ତି, ରାଜ୍ୟରେ ଭାଜପାର ସ୍ଥିତି ବହୁତ ଭଲ ଅଛି। ୨୦୨୪ ନିର୍ବାଚନରେ ଓଡ଼ିଶାରେ ଦଳ ଭଲ ପ୍ରଦର୍ଶନ କରିବ। ଶନିବାର ଭାଜପାର ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ଭୂପିନ୍ଦର ଯାଦବ ଏବଂ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ମଧ୍ୟ ରାଜ୍ୟରେ ବିଜେଡି ସହିତ ମେଣ୍ଟ ହେବ ନାହିଁ ବୋଲି କହିଥିଲେ। ମନ୍ତ୍ରୀ ଭୂପିନ୍ଦର କହିଥିଲେ, ଆଗାମୀ ସାଧାରଣ ନିର୍ବାଚନରେ ଭାଜପା ଓଡ଼ିଶାରେ କୌଣସି ମେଣ୍ଟ କରିବ ନାହିଁ। ଦଳ ଏକାକୀ ଲଢିବ। ଆମେ ନିଜ ଦମ୍‌ରେ ରାଜ୍ୟରେ ସରକାର ଗଢ଼ିବାରେ ସକ୍ଷମ ହେବୁ। ସେହିପରି ମନମୋହନ କହିଥିଲେ, ଓଡ଼ିଶାରେ କୌଣସି ମେଣ୍ଟ ହେବନାହିଁ। ଭାଜପା ଏକାକୀ ୧୪୭ଟି ବିଧାନସଭା ଓ ୨୧ଟି ଲୋକ ସଭା ଆସନରେ ଲଢ଼ିବ। ଭାଜପା ଏକ ଅନ୍ତରୀଣ ସର୍ଭେ କରିଥିଲା, ଜୁଲାଇରେ ଭାଜପା ରାଜ୍ୟରେ ଆଗରେ ଥିଲା। ଅଗଷ୍ଟରେ ବି ଆଗରେ ରହିବୁ। ରାଜ୍ୟବାସୀଙ୍କ ମତ ଆମ ସପକ୍ଷରେ ଅଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri