Posted inଜାତୀୟ

କେନ୍ଦ୍ରକୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ ନିର୍ମାଣ କାର୍ଯ୍ୟ ବନ୍ଦଥିବାବେଳେ ସେଣ୍ଟ୍ରାଲ ଭିଷ୍ଟାରେ କାହିଁକି ରହିଛି ଜାରି…

ନୂଆଦିଲ୍ଲୀ,୨୯।୧୧: ଦିଲ୍ଲୀ ଏନ୍‌ସିଆର୍‌ରେ ବୃଦ୍ଧି ପାଉଥିବା ବାୟୁ ପ୍ରଦୂଷଣ ନେଇ ସୁପ୍ରିମ୍‌କୋର୍ଟ ସୋମବାର କେନ୍ଦ୍ର ସରକାରଙ୍କୁ ତାଗିଦ୍‌ କରିବା ସହିତ ପ୍ରଶ୍ନ କରିଛନ୍ତି। ଶୀର୍ଷ କୋର୍ଟ କହିଛନ୍ତି ଦିଲ୍ଲୀ ଏନ୍‌ସିଆର୍‌ ଅଞ୍ଚଳରେ ସମସ୍ତ ନିର୍ମାଣ କାର୍ଯ୍ୟ ଥିବାବେଳେ ସେଣ୍ଠ୍ରାଲ ଭିଷ୍ଟା ପ୍ରୋଜେକ୍ଟରେ କାହିଁକି ଜାରି ରହିଛି ବୋଲି ପ୍ରଧାନ ବିଚାରପତି ଏନ୍‌.ଭି. ରମନା, ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ପ୍ରଶ୍ନ କରିଛନ୍ତି।

ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବିକାଶ ସିଂ ଖଣ୍ଡପୀଠଙ୍କ ସମ୍ମୁଖରେ କହିଥିଲେ ଯେ, ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ସମସ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରହିଛି। ମାତ୍ର ସେଣ୍ଟ୍ରାଲ ଭିଷ୍ଟା କାର୍ଯ୍ୟ ପୂର୍ବପରି ଜାରି ରହିଛି। ଏନେଇ ଖଣ୍ଡପୀଠ କେନ୍ଦ୍ର ସରକାରଙ୍କ ପକ୍ଷରୁ ହାଜର ହୋଇଥିବା ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ ପଚାରିଥିଲେ କେଉଁ ରାଜ୍ୟ କୋର୍ଟଙ୍କ ନିର୍ଦ୍ଦେଶର ପ୍ରତିପାଳନ କରି ନାହାନ୍ତି।

ଏହାର ଉତ୍ତରରେ ସୋଲିସିଟର ଜେନେରାଲ କହିଥିଲେ ଯେ, ବାୟୁ ଗୁଣବତ୍ତା ଯାଞ୍ଚ୍‌ କରୁଥିବା କମିଟି ପକ୍ଷରୁ ଉତ୍ତରପ୍ରଦେଶ, ପଞ୍ଜାବ, ହରିୟାଣା, ରାଜସ୍ଥାନ ଏବଂ ଦିଲ୍ଳୀ ସରକାରଙ୍କୁ ୬ ମାସ ପୂର୍ବରୁ ପ୍ରଦୂଷଣ ସୃଷ୍ଟି କରୁଥିବା ଉଦ୍ୟୋଗକୁ ବନ୍ଦ କରିବା ନେଇ ଚିଠି ଲେଖି ସାରିଛନ୍ତି। ମାତ୍ର କୌଣସି ରାଜ୍ୟ ଏକ୍ଷେତ୍ରରେ ପଦକ୍ଷେପ ଗ୍ରହଣ କରି ନାହାନ୍ତି ବୋଲି ସୋଲିସିଟର ଜେନେରାଲ କହିଥିଲେ।

ଡିସେମ୍ବର ୧ ସନ୍ଧ୍ୟା ସୁଦ୍ଧା ବାୟୁର ଗୁଣବତ୍ତା ସମ୍ପର୍କିତ ସତ୍ୟପାଠ ଦାଖଲ କରିବା ଲାଗି ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି। ଏହାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୨ରେ ହେବ ବୋଲି ଖଣ୍ଡପୀଠ ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri