ପ୍ରଶ୍ନପତ୍ର ଲିକ୍‌ ମାମଲା: ତଦନ୍ତ ପାଇଁ ୩ ଜଣିଆ କମିଟି ଗଠିତ, ଦୃଢ଼ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୧୪ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଯୁକ୍ତ ୩ ଶେଷ ବର୍ଷ ଏଜୁକେଶନ ଅନର୍ସ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଛି। ଗୁରୁବାର ସକାଳେ ଘଟଣା ଜଣାପଡିବା ପରେ କର୍ତ୍ତୃପକ୍ଷ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ କଲେଜକୁ ପରୀକ୍ଷା ବାତିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ନେଇ ଏବେ ଅଭିଭାବକ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ରବୀନ୍ଦ୍ର ପାଣିଗ୍ରାହୀ ସୂଚନା ଦେଇ କହିଛନ୍ତି, ସମ୍ବଲପୁର ବିଶ୍ୱବିଦ୍ୟାଳୟର ଯୁକ୍ତ ତିନି ଶେଷବର୍ଷ ଦ୍ୱିତୀୟ ସେମିଷ୍ଟରର ଏଜୁକେଶନ ଅନର୍ସ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇଛି। ଏ ସମ୍ପର୍କରେ ପ୍ରମାଣ ମିଳିବା ପରେ ଗୁରୁବାର କଲେଜଗୁଡିକରେ ହେବାକୁ ଥିବା ପରୀକ୍ଷା ବାତିଲ କରିଦିଆଯାଇଛି। ପ୍ରଶ୍ନପତ୍ର ସେଟ୍‌ କରାଯାଉଥିବା ସ୍ଥାନରୁ ଲିକ୍‌ ହୋଇଥିବା ସନ୍ଦେହ କରାଯାଉଛି। କୁଳପତି ସଞ୍ଜୀବ ମିତ୍ତଲଙ୍କ ନିର୍ଦ୍ଦେଶ କ୍ରମେ ୩ ଜଣିଆ କମିଟି ଗଠନ କରାଯାଇ ତଦନ୍ତ ଆରମ୍ଭ ହୋଇଛି। ଏଭଳି ଘଟଣା ଯୋଗୁ ୨୦୫ କଲେଜର ୫୦୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପ୍ରଭାବିତ ହୋଇଛନ୍ତି। ବାତିଲ ହୋଇଥିବା ପରୀକ୍ଷା ପୁଣିଥରେ ଠିକ୍‌ ସମୟରେ କରାଯାଇ ଫଳାଫଳ ପ୍ରକାଶ କରାଯିବ। ଛାତ୍ରୀଛାତ୍ରଙ୍କୁ କୌଣସି ସମସ୍ୟା ହେବ ନାହିଁ। ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କୌଣସି ଅଧ୍ୟାପକଙ୍କ ସମ୍ପୃକ୍ତି ପ୍ରମାଣିତ ହେଲେ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri