ପ୍ରଶ୍ନପତ୍ର ଲିକ୍‌ ମାମଲା: ତଦନ୍ତ ପାଇଁ ୩ ଜଣିଆ କମିଟି ଗଠିତ, ଦୃଢ଼ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୧୪ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଯୁକ୍ତ ୩ ଶେଷ ବର୍ଷ ଏଜୁକେଶନ ଅନର୍ସ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଛି। ଗୁରୁବାର ସକାଳେ ଘଟଣା ଜଣାପଡିବା ପରେ କର୍ତ୍ତୃପକ୍ଷ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ କଲେଜକୁ ପରୀକ୍ଷା ବାତିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ନେଇ ଏବେ ଅଭିଭାବକ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ରବୀନ୍ଦ୍ର ପାଣିଗ୍ରାହୀ ସୂଚନା ଦେଇ କହିଛନ୍ତି, ସମ୍ବଲପୁର ବିଶ୍ୱବିଦ୍ୟାଳୟର ଯୁକ୍ତ ତିନି ଶେଷବର୍ଷ ଦ୍ୱିତୀୟ ସେମିଷ୍ଟରର ଏଜୁକେଶନ ଅନର୍ସ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇଛି। ଏ ସମ୍ପର୍କରେ ପ୍ରମାଣ ମିଳିବା ପରେ ଗୁରୁବାର କଲେଜଗୁଡିକରେ ହେବାକୁ ଥିବା ପରୀକ୍ଷା ବାତିଲ କରିଦିଆଯାଇଛି। ପ୍ରଶ୍ନପତ୍ର ସେଟ୍‌ କରାଯାଉଥିବା ସ୍ଥାନରୁ ଲିକ୍‌ ହୋଇଥିବା ସନ୍ଦେହ କରାଯାଉଛି। କୁଳପତି ସଞ୍ଜୀବ ମିତ୍ତଲଙ୍କ ନିର୍ଦ୍ଦେଶ କ୍ରମେ ୩ ଜଣିଆ କମିଟି ଗଠନ କରାଯାଇ ତଦନ୍ତ ଆରମ୍ଭ ହୋଇଛି। ଏଭଳି ଘଟଣା ଯୋଗୁ ୨୦୫ କଲେଜର ୫୦୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପ୍ରଭାବିତ ହୋଇଛନ୍ତି। ବାତିଲ ହୋଇଥିବା ପରୀକ୍ଷା ପୁଣିଥରେ ଠିକ୍‌ ସମୟରେ କରାଯାଇ ଫଳାଫଳ ପ୍ରକାଶ କରାଯିବ। ଛାତ୍ରୀଛାତ୍ରଙ୍କୁ କୌଣସି ସମସ୍ୟା ହେବ ନାହିଁ। ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କୌଣସି ଅଧ୍ୟାପକଙ୍କ ସମ୍ପୃକ୍ତି ପ୍ରମାଣିତ ହେଲେ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri