ପ୍ରଶ୍ନପତ୍ର ଲିକ୍‌ ଘଟଣା: ବିଶ୍ୱବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ବିଗତ କିଛି ବର୍ଷ ଧରି ବିଭିନ୍ନ ପରୀକ୍ଷାରେ ପ୍ରଶ୍ନପତ୍ର ପ୍ରଘଟ ଘଟଣା ସାମ୍ନାକୁ ଆସୁଥିବା ବେଳେ ସରକାର ଏବଂ ଗଣଶିକ୍ଷା ବିଭାଗ ଚୁପ ହୋଇ ବସିଛଛି। ଗତ ୨୩ ତାରିଖ ଦିନ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ମାଟ୍ରିକ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବା ଆଗରୁ ଦ୍ୱିତୀୟ ଭାଷା ଇଂରାଜୀ ପ୍ରଶ୍ନପତ୍ର, ୨୬ ତାରିଖ ଦିନ ଗଣିତ ପ୍ରଶ୍ନପତ୍ର ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ପରବର୍ତ୍ତୀ ସମୟରେ ପରୀକ୍ଷାରେ ପଡ଼ିଥିବା ହିନ୍ଦୀ ଓ ସଂସ୍କୃତ ପ୍ରଶ୍ନପତ୍ର ସହ ମଧ୍ୟ ତାର ସାମଞ୍ଜସ୍ୟ ରହିଲା ଯାହା ବିଦ୍ୟାର୍ଥୀଙ୍କ ଭବିଷ୍ୟତ ସହ ଖେଳିବା ସହିତ ସମାନ ଏବଂ ଏହା କଦାପି ଗ୍ରହଣୀୟ ନୁହେଁ ବୋଲି ଏବିଭିପି ପକ୍ଷରୁ କୁହାଯାଇଛି। ଏହାକୁ ନେଇ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ କେନ୍ଦୁଝର ନଗର ପକ୍ଷରୁ ଧରଣୀଧର ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଭାବେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ଏବିଭିପିର ଜିଲା ସହ ସଂଯୋଜକ ସମୀର ବାରିକ, ନଗର ସମ୍ପାଦକ ଆଶୀର୍ବାଦ ନନ୍ଦ, ସୁଶାନ୍ତ ନାୟକ, ଲିପୁନ ବେହେରା, ବିନୋଦ ମୁଣ୍ଡାଙ୍କ ସମେତ ଅନେକ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ବିକ୍ଷୋଭ ପ୍ରଦର୍ଶନରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri