ପ୍ରଶ୍ନପତ୍ର ଲିକ୍‌ ଭାଇରାଲ ମେସେଜ୍‌କୁ ଖଣ୍ଡନ କଲେ ଏସ୍‌ପି

ବ୍ରହ୍ମପୁର ଅଫିସ,୨୬।୨: ରାଜ୍ୟ ଚୟନ ସମିତି(ଏସ୍‌ଏସ୍‌ବି) ଆନୁକୂଲ୍ୟରେ ଜିଲାସ୍ତରୀୟ ଚୟନ ସମିତି (ଡିଏଲ୍‌ଏସ୍‌ବି)ପକ୍ଷରୁ ରବିବାର କନ୍‌ଷ୍ଟେବଲ ପରୀକ୍ଷା ଅନୁଷ୍ଠିତ ହୋଇଛି। ଏନେଇ ବ୍ରହ୍ମପୁର ପୋଲିସ ପକ୍ଷରୁ ଜିଲାରେ ୫ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟରେ ୧୩୯୨ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ନୀଳକଣ୍ଠନଗର ସରସ୍ବତୀ ବିଦ୍ୟାମନ୍ଦିରରେ ୧୨୦୦, ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟରେ ୯୧୨, ଶଶିଭୂଷଣ ରଥ ସରକାରୀ ମହିଳା ମହାବିଦ୍ୟାଳୟରେ ୬୨୭ ଏବଂ ବ୍ରହ୍ମପୁର ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ୨୮୯ ଜଣ, ଏପରି ମୋଟ ୪୪୨୦ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନା ମିଳିଛି।

ଅନ୍ୟପକ୍ଷେ କନ୍‌ଷ୍ଟେବଲ ନିଯୁକ୍ତି ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ସୋସିଆଲ ମିଡିଆରେ ଏକ ମେସେଜ୍‌ ଭାଇରାଲ ହୋଇଥିଲା। ଏ ସମ୍ପର୍କରେ ଅବଗତ ହେବାପରେ ଏସ୍‌ପି ଡା. ଶ୍ରବଣା ବିବେକ ଏମ୍‌. ଏହାର ତନାଘନା କରିଥିଲେ। ସୋସିଆଲ ମିଡିଆରେ ଯେଉଁ ପ୍ରଶ୍ନପତ୍ର ଭାଇରାଲ ହେଉଛି ତାହା ଜାଲ୍‌। ତାହା ରବିବାର ପରୀକ୍ଷାର ପ୍ରଶ୍ନପତ୍ର ନୁହେଁ ବୋଲି ତଦନ୍ତରୁ ଜଣାପଡ଼ିଥିଲା। କେହି ଜଣେ ପରୀକ୍ଷାରେ ବାଧା ସୃଷ୍ଟି କରିବାକୁ ଏଭଳି ହୀନ ପ୍ରୟାସ କରିଥିବା ଏସ୍‌ପି କହିଛନ୍ତି।

କଡ଼ା ସୁରକ୍ଷା ମଧ୍ୟରେ ପ୍ରଶ୍ନପତ୍ର ଥିବା ସିଲ୍‌ ବାକ୍ସକୁ ଅଣାଯାଇ ପ୍ରତ୍ୟେକ ପରୀକ୍ଷା କେନ୍ଦ୍ରକୁ ପଠାଯାଇଛି। ଏଥିସହ ପ୍ରତି କେନ୍ଦ୍ରରେ ଲାଗିଥିବା ସିସିଟିଭି କ୍ୟାମେରା ସମ୍ମୁଖରେ ପରୀକ୍ଷାର୍ଥୀଙ୍କ ଉପସ୍ଥିତିରେ ସିଲ୍‌ ବାକ୍ସ ଖୋଲାଯାଇ ପ୍ରଶ୍ନପତ୍ର ଦିଆଯାଇଛି। ତେଣୁ ପ୍ରଶ୍ନପତ୍ର ଲିକ୍‌ ନେଇ ଭାଇରାଲ୍‌ ହେଉଥିବା ମେସେଜ୍‌ର କୌଣସି ସତ୍ୟତା ନାହିଁ। ଏଭଳି ଜାଲ୍‌ ପ୍ରଶ୍ନପତ୍ର ଭାଇରାଲ୍‌ କରିବାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବ୍ରହ୍ମପୁର ଜିଲା ପୋଲିସ ପକ୍ଷରୁ ଏକ ପ୍ରେସ୍‌ ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?