ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ ପରୀକ୍ଷା ଅଛି। ତ୍ରିସ୍ତରୀୟ ସୁରକ୍ଷା ମଧ୍ୟରେ ଛାତ୍ରୀଛାତ୍ରଙ୍କୁ ଯାଞ୍ଚ କରି ପରୀକ୍ଷା ହଲ୍‌କୁ ଛଡ଼ା ଯାଉଛି। ଏଥିସହ ବିଭିନ୍ନ ହବ୍‌ କେନ୍ଦ୍ରରୁ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ସକାଳୁ ୭.୩୦ ମିନିଟ୍‌ ମଧ୍ୟରେ କଡ଼ା ସୁରକ୍ଷା ମଧ୍ୟରେ ପଠାଯାଇଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏବଂ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ହୋଇଥିବା ହବ୍‌ କେନ୍ଦ୍ରରୁ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯାଇଛି। ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲାଗିଛି। କପିକୁ ରୋକିବା ପାଇଁ କଡ଼ା ନିୟମ ହୋଇଛି। ତେଣୁ ପରୀକ୍ଷା କିଭଳି ଶାନ୍ତି ଶୃଙ୍ଖଳାର ସହ ହୋଇପାରିବ ସେଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି। ମାର୍ଚ୍ଚ ୨୮ରେ ପରୀକ୍ଷା ସରିବ। ଶେଷଦିନ ଗୃହ ବିଜ୍ଞାନ ପରୀକ୍ଷା ହେବ। ୨୩ ଦିନ ବିଭିନ୍ନ ପରୀକ୍ଷା ହେବ। ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଅଧ୍ୟକ୍ଷ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ହବ ସୁପରଭାଇଜର ପ୍ରାଧ୍ୟାପକ ହର ପ୍ରସାଦ ଶତପଥୀ, ପ୍ରଶାସନିକ ଅଧିକାରୀ ବିଭାସ ଦାସ, ଡେପୁଟୀ ସୁପର ଭାଇଜର ସନାତନ ବେହେରା, ଅଧ୍ୟାପକ ପ୍ରତ୍ୟୁଷ କାର୍ଜୀ, ବୁଧେଶ୍ୱର ଗୋପାଳଗୋତ୍ର, ସହକାରୀ କର୍ମଚାରୀ ତପନ ବେହେରା, ବିନାୟକ ପ୍ରଧାନ, ବାଘା ଜେନା ପ୍ରମୁଖ ପରୀକ୍ଷା କିଭଳି ଶାନ୍ତି ଶୃଙ୍ଖଳାର ସହ ହେବ ସେଥିପାଇଁ ପଦକ୍ଷେପ ନେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri