+୨ ପରୀକ୍ଷା ପାଇଁ ବଦଳିଲା ପ୍ରଶ୍ନପତ୍ର ଢାଞ୍ଚା, ଜାଣନ୍ତୁ କିପରି ହେବ ପରୀକ୍ଷା

ଭୁବନେଶ୍ୱର, ୨୦ା୮(ଅସମାପିକା ସାହୁ): ଯୁକ୍ତ୨ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ଢାଞ୍ଚାକୁ ବଦଳାଯାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି। ଆସନ୍ତା ବର୍ଷ ଅର୍ଥାତ୍‌ ୨୦୨୫ରୁ ଏହା ଲାଗୁ କରାଯିବ। ନୂଆ ପ୍ରଶ୍ନପତ୍ର କିଭଳି ରହିବ ଏବଂ ମାର୍କ କିପରି ଦିଆଯିବ ସେ ନେଇ ମଙ୍ଗଳବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଜୁନ୍‌ ୨୮ତାରିଖରେ ପରିଷଦର ବୈଠକ ଏହି ନିଷ୍ପତ୍ତି ନିଆଯାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

ବିଜ୍ଞପ୍ତି ଅନୁସାରେ, ୨୦୨୫ରେ ଯୁକ୍ତ୨ ବାର୍ଷିକ ପରୀକ୍ଷା ଦେବାକୁ ଥିବା ରେଗୁଲାର ଛାତ୍ରୀଛାତ୍ର(୨୦୨୩ରେ ନାମ ଲେଖାଇଥିବା ଛାତ୍ରାଛାତ୍ର)ଙ୍କ ପାଇଁ ଏହି ନୂତନ ପ୍ରଶ୍ନପତ୍ର ଢାଞ୍ଚା ଲାଗୁ ହେବ। ପ୍ରକ୍ଟିକାଲ ଥିବା ବିଷୟଗୁଡ଼ିରେ ଛାତ୍ରୀଛାତ୍ରଙ୍କୁ ୭୦ମାର୍କର ଥିଓରୀ ଏବଂ ୩୦ ମାର୍କର ପ୍ରାକ୍ଟିକାଲ ଦେବାକୁ ପଡ଼ିବ। ପ୍ରୋଜେକ୍ଟ କମ୍ପୋନେଣ୍ଟ ଥିବା ବିଷୟରେ ୮୦ ମାର୍କ ଥିଓରୀ ଏବଂ ୨୦ ମାର୍କର ପ୍ରୋଜେକ୍ଟ ଦେବାକୁ ପଡ଼ିବ। ତେବେ ଇଣ୍ଟିଗ୍ରେଟେଡ ଧନ୍ଦାମୂଳକ ବିଷୟରେ ୫୦ମାର୍କର ଥିଓରୀ ଓ ୫୦ମାର୍କର ପ୍ରାକ୍ଟିକାଲ ଏବଂ ଭୋକେସନାଲ ଟ୍ରେଡ୍‌ ବିଷୟରେ ୪୦ ମାର୍କର ଥିଓରୀ ଓ ୬୦ମାର୍କର ପ୍ରକ୍ଟିକାଲ ଦେବାକୁ ପଡ଼ିବ।

ତେବେ ନନ୍‌ପ୍ରାକ୍ଟିକାଲ ବିଷୟଗୁଡ଼ିକରେ ୮୦ମାର୍କର ଥିଓରୀ ଏବଂ ୨୦ମାର୍କର ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ୪୦ମାର୍କର ଥିଓରୀ ଏବଂ ୧୦ମାର୍କ ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ପ୍ରାକ୍ଟିକାଲ/ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ପାସ୍‌ ହେବା ପାଇଁ ମୋଟ ୮୦ମାର୍କରୁ ୨୪ ମାର୍କ ଅର୍ଥାତ୍‌ ୩୦% ରଖିବାକୁ ପଡ଼ିବ। ସେହିଭଳି ୨୦୨୨ରେ ନାମଲେଖାଇଥିବା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କର କିଭଳି ମାର୍କ ଦିଆଯିବ ସେ ନେଇ ମଧ୍ୟ ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?