Posted inଜାତୀୟ

ନିର୍ବାଚନ କମିଶନର ନିରପେକ୍ଷତା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୮।୧୨: ଯଦି ନିର୍ବାଚନ କମିଶନ(ଇସି) ଭଳି ଏକ ନିରପେକ୍ଷ ତଥା ସ୍ବତନ୍ତ୍ର ସାମ୍ବିଧାନିକ ସଂସ୍ଥା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ)ରେ ବୈଠକ କରେ, ତେବେ ନିର୍ବାଚନ କିପରି ନିରପେକ୍ଷ ହୋଇପାରିବ? ରାଜ୍ୟ ସଭାରେ ଏଭଳି ପ୍ରଶ୍ନ ଉଠାଇଛନ୍ତି ବିରୋଧୀ ନେତା ମଲ୍ଲିକାର୍ଜୁନ ଖାର୍ଗେ।

ମୁଖ୍ୟ ନିର୍ବାଚନ କମିଶନର(ସିଇସି) ସୁଶୀଲ ଚନ୍ଦ୍ରା ଏବଂ ଦୁଇ ନିର୍ବାଚନ କମିଶନର ରାଜୀବ କୁମାର ଏବଂ ଅନୁପ ଚନ୍ଦ୍ର ପାଣ୍ଡେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ)ରେ ବୈଠକ କରିଥିଲେ। ପିଏମ୍‌ଓର ଡାକରା ପାଇ ନିର୍ବାଚନ କମିଶନ(ଇସି) ଗତ ନଭେମ୍ବର ୧୬ରେ ଅନୌପଚାରିକ ଭାବେ ଭର୍ଚୁଆଲ ବାର୍ତ୍ତାଳାପ କରିଥିବା ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇବା ପରେ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନରମାନେ ଏହାକୁ ଅସାମ୍ବିଧାନିକ ବୋଲି କହିଛନ୍ତି। ବିରୋଧୀ କଂଗ୍ରେସ ଏ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି।

ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଥିବା ରିପୋର୍ଟ ଅନୁଯାୟୀ, ନଭେମ୍ବର ୧୬ରେ ଅନୁଷ୍ଠିତ ଏହି ବୈଠକ ପୂର୍ବରୁ ନିର୍ବାଚନ କମିଶନକୁ ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏକ ଚିଠି ଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ପି. କେ. ମିଶ୍ର ‘ସାଧାରଣ ଭୋଟର ତାଲିକା’ ସହିତ ନିର୍ବାଚନୀ ସଂସ୍କାର ଉପରେ ଏକ ବୈଠକ କରିବେ ଏବଂ ଏଥିରେ ମୁଖ୍ୟ ନିର୍ବାଚନ କମିଶନର ଓ ଦୁଇ ନିର୍ବାଚନ କମିଶନର ଉପସ୍ଥିତ ରହିବାକୁ ଉକ୍ତ ଚିଠିରେ ଲେଖାଥିଲା। ପିଏମ୍‌ଓ ପକ୍ଷରୁ ଏପରି ଚିଠି ଇସିକୁ ସମନ କରାଯାଇଥିବା ଢଙ୍ଗରେ ଲେଖାଯାଇଥିବା ଏବଂ ଏହା ଦ୍ୱାରା ସମ୍ବିଧାନର ମାନଦଣ୍ଡ ଉଲ୍ଲଂଘନ ହୋଇଥିବା ଅଭିଯୋଗ ଆସିଛି। ମୁଖ୍ୟ ନିର୍ବାଚନ କମିଶନର ପ୍ରଥମେ ଏହି ବୈଠକରେ ଯୋଗଦେବେ ନାହିଁ ବୋଲି କହିଥିଲେ ମଧ୍ୟ ପରେ ଅନୌପଚାରିକ ଭାବେ ସିଇସିଙ୍କ ସମେତ ଅନ୍ୟ ଦୁଇ ଜଣ ଇସି ସଚିବ ମିଶ୍ରଙ୍କ ସହ ବାର୍ତ୍ତାଳାପ କରିଥିଲେ।

ସହ ମୁଖ୍ୟ ନିର୍ବାଚନ କମିଶନରଙ୍କ ଏଭଳି ବୈଠକକୁ ୩ ଜଣ ପୂର୍ବତନ ସିଇସି ସମାଲୋଚନା କରିଛନ୍ତି। ପୂର୍ବତନ ସିଇସି ଏସ୍‌. ଓ୍ବାଇ କ୍ୟୁରେଶୀ କହିଛନ୍ତି, ଏହା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ। ପିଏମ୍‌ଓ ଏପରି ବୈଠକ କରି ନିର୍ବାଚନ କମିଶନରଙ୍କୁ ଡାକି ପାରିବେ ନାହିଁ। ନ୍ୟାୟିକ ବ୍ୟବସ୍ଥାରେ ସଂସ୍କାର ପାଇଁ କ’ଣ ସରକାର ପ୍ରଧାନ ବିଚାରପତି ଏବଂ ସୁପ୍ରିମକୋର୍ଟର ଅନ୍ୟ ବିଚାରପତିଙ୍କୁ ଡାକି ଆଲୋଚନା କରିପାରିବେ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri