ସ୍ବକାଷ୍ଟିଂ ସଚଳ ନେଇ ପ୍ରଶ୍ନବାଚୀ

ବଅଁରପାଳ, ୧୫।୨: ନବରତ୍ନପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋର ଅନୁଗୋଳସ୍ଥିତ ସ୍ମେଲଟର ପ୍ଲାଣ୍ଟ କାଷ୍ଟହାଉସ ବି ପରିସରରେ ୨୦୧୩ ମସିହାରେ ସ୍ଥାପନ ହୋଇଥିଲା ଡାଇରେକ୍ଟ ସ୍ବକାଷ୍ଟିଂ ପ୍ଲାଣ୍ଟ। ନାଲ୍‌କୋର ତତ୍କାଳୀନ ପରିଚାଳନା ନିର୍ଦ୍ଦେଶକ (ସିଏମ୍‌ଡି) ଅଂଶୁମାନ ଦାସଙ୍କ ଦ୍ୱାରା ଏହା ଉଦ୍‌ଘାଟିତ ହୋଇଥିଲା। କିନ୍ତୁ ଉଦ୍‌ଘାଟନ ସମୟରେ କୌଣସି କାରଣରୁ ଏଥିରେ ବିସ୍ଫୋରଣ ହେବାରୁ ସିଏମ୍‌ଡି ଓ ୨ ଶ୍ରମିକ ଆହତ ହୋଇଥିଲେ। ସେବେଠାରୁ ଏହା ଆଉ କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଫଳରେ ଏହି ପ୍ଲାଣ୍ଟ ସ୍ଥାପନର ଉଦ୍ଦେଶ୍ୟ ସାଧିତ ହୋଇପାରୁନାହିଁ। ଶ୍ରମିକ ନେତାମାନଙ୍କ କହିବା ଅନୁଯାୟୀ, ଆଲୁମିନିୟମରୁ ବିଭିନ୍ନ ପ୍ରକାରର ସାମଗ୍ରୀ ଉତ୍ପାଦନ ନିମନ୍ତେ କେତେକ ଛୋଟ ଛୋଟ ପ୍ଲାଣ୍ଟ ନିର୍ମାଣ କରାଯାଇଛି। ସେଥିମଧ୍ୟରୁ ଡାଇରେକ୍ଟ ସ୍ବକାଷ୍ଟିଂ ପ୍ଲାଣ୍ଟ ଅନ୍ୟତମ। ସ୍ମେଲଟର ପଟ୍‌ଲାଇନରୁ ତରଳ ଆଲୁମିନିୟମ କାଷ୍ଟହାଉସକୁ ଆସିଥାଏ। ସେଠାରେ ଫର୍ନେସରେ ଏହି ତରଳ ଆଲୁମିନିୟମକୁ ଢଳାଯିବା ପରେ ଛାଞ୍ଚ ଦ୍ୱାରା ବିଭିନ୍ନ ସାମଗ୍ରୀ ତିଆରି ହୋଇଥାଏ। ମାତ୍ର ଏପର୍ଯ୍ୟନ୍ତ ଏହି ପ୍ଲାଣ୍ଟ କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଏ ସମ୍ପର୍କରେ କାଷ୍ଟହାଉସ ମହାପ୍ରବନ୍ଧକ ଦେବାଶିଷ ଚଟାର୍ଜୀ କହିଛନ୍ତି, ସ୍ବକାଷ୍ଟିଂ ପ୍ଲାଣ୍ଟ ଦୀର୍ଘ ଦିନ ହେଲା ଅଚଳ ହୋଇପଡିଛି। ତେବେ ଏହାକୁ କାର୍ଯ୍ୟକ୍ଷମ କରିବାକୁ ଉଦ୍ୟମ କରାଯାଉଛି।

 

ପଡ଼ିରହି ନଷ୍ଟ ହେଉଛି
ଦୀର୍ଘବର୍ଷ ହେଲା ସ୍ମେଲଟର ପ୍ଲାଣ୍ଟରେ ଥିବା ୧୦୦ କୋଟି ଟଙ୍କାର ପ୍ଲାଣ୍ଟ ଖତ ଖାଉଛି। ଯେଉଁ ସଂସ୍ଥା ଏହାର କାମ କରିଥିଲା ସେ ଅର୍ଥ ନେଇସାରିଛି। ହେଲେ ଏତେ ଅର୍ଥ ବ୍ୟୟ ସତ୍ତ୍ୱେ ପ୍ଲାଣ୍ଟକୁ କାର୍ଯ୍ୟକ୍ଷମ କରା ନ ଯିବା ଚିନ୍ତାର ବିଷୟ।
-ନିର୍ମଳ ସାମଲ, ସାଧାରଣ ସମ୍ପାଦକ, ନେସ୍‌
ଉତ୍ପାଦନ ହ୍ରାସ ପାଉଛି
ସ୍ବକାଷ୍ଟିଂ ପ୍ଲାଣ୍ଟ କାର୍ଯ୍ୟକ୍ଷମ ହୋଇଥିଲେ ନାଲ୍‌କୋରୁ ଆଲୁମିନିୟମ ଉତ୍ପାଦନ ନିଶ୍ଚିତ ଅଧିକ ପରିମାଣର ହୋଇଥାନ୍ତା। ହେଲେ ଶହେ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଥିଲେ ବି ଏହାକୁ କାର୍ଯ୍ୟକ୍ଷମ କରାଯାଉ ନ ଥିବାରୁ ଉତ୍ପାଦନ ଲକ୍ଷ୍ୟ ପୂରଣ ହୋଇପାରୁ ନାହିଁ।
-ମାଙ୍ଗିଲାଲ ସାମଲ, କାର୍ଯ୍ୟକାରୀ ସଭାପତି, ନେପୁ

 

ଉପେନ୍ଦ୍ର ରାଉତ


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri