କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ ନୌକା ଓ ତୀର ଚାଳନା ପ୍ରତିଯୋଗିତା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ମଙ୍ଗଳବାର ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ପ୍ରଦ୍ୟୁମ୍ନ କୁମାର ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଉତ୍ସବର ସଫଳତା ପାଇଁ ରୂପରେଖ ପ୍ରସ୍ତୁତ କରାଯାଇଥିବା ବେଳେ ଗୁରୁତ୍ୱପୂର୍ଣ୍ଣ ବିଭାଗୀୟ ଅଧିକାରୀଙ୍କ ଅନୁପସ୍ଥିତିକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ସୂଚନା ଅନୁଯାୟୀ, ଏହି ସମୀକ୍ଷା ବୈଠକରେ ଯୋଗଦେବା ପାଇଁ ଜିଲ୍ଲା ସଂସ୍କୃତି ଅଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀ, ଜିଲା ମତ୍ସ୍ୟ ଅଧିକାରୀ, ଜୟପାଟଣା ବିଡିଓ, ଥୁଆମୂଳ ରାମପୁର ତହସିଲଦାର, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ, ସିଡିପିଓ, ମେଡିକାଲ ଅଧିକାରୀ, ଅଗ୍ନିଶମ ଅଧିକାରୀ ଏବଂ ଥୁଆମୂଳ ରାମପୁର ଥାନା ଅଧିକାରୀଙ୍କୁ ଲିଖିତ ଭାବେ ଅବଗତ କରାଯାଇଥିଲା। ଏପରିକି ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ପ୍ରଧାନ ଶିକ୍ଷକମାନଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିଲା। ମାତ୍ର ବୈଠକ ସମୟରେ ଏହି ଉପରିସ୍ଥ ଅଧିକାରୀଙ୍କ ମଧ୍ୟରୁ କେହି ମଧ୍ୟ ଉପସ୍ଥିତ ନ ଥିବା ଦେଖିବାକୁ ମିଳିଥିଲା, ଯାହାକୁ ନେଇ ପ୍ରଶାସନିକ ସମନ୍ବୟ ଉପରେ ପ୍ରଶ୍ନ ଉଠିଛି। ଏହି ବୈଠକରେ ପ୍ରକଳ୍ପ ପ୍ରଶାସକ ଦାଶଙ୍କ ସମେତ ଥୁଆମୂଳ ରାମପୁର ବିଡିଓ ଧ୍ରୁବଚରଣ ମୁଦୁଲି, ଏଇଇ ସାଲଖୁ ହେମ୍ବ୍ରମ, ଏଡିଡବ୍ଲ୍ୟୁଇଓ ମହାପ୍ରସାଦ ଦାସ, ପିଏମ ଅଭିନାଶ ମହାନ୍ତି, ଜିଲ୍ଲା ନୌକା ଚାଳନା ଓ ଶର ଚାଳନା ସଂଘର ସଭାପତି ଏବଂ ଡିଏ ସୁଜିତ କୁମାର ସାହୁଙ୍କୁ ଛାଡିଦେଲେ ଅନ୍ୟ କୌଣସି ବିଭାଗୀୟ ଅଧିକାରୀ ଉପସ୍ଥିତ ନଥିଲେ। ଅନ୍ୟମାନଙ୍କ ମଧ୍ୟରେ କଳାହାଣ୍ଡି ଏମ୍‌ପିଙ୍କ ବ୍ଲକ ପ୍ରତିନିଧି ପବିତ୍ର ନାଏକ, ଭାଜପା ନେତା ବିପିନ ନାଏକ, ଭାଜପା ଯୁବ ନେତା ବିଷ୍ଣୁ ନାଏକ, ଆଲୋକ କୁମାର ନାଏକ, ବାମୁନୁ ନାଏକ, ଦୟାନିଧି ଭୋଇ, ପୁଷ୍ପ ନାଏକ ପ୍ରମୁଖ ଉପସ୍ଥିତ ରହି ଚର୍ଚ୍ଚାରେ ଭାଗ ନେଇଥିଲେ।

ଏ ସମ୍ପର୍କରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଶ୍ରୀ ଦାଶ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ଆସନ୍ତା ଜାନୁଆରୀ ୯ ତାରିଖରେ ମହୁଲପାଟଣା ଇନ୍ଦ୍ରାବତୀ ଜଳଭଣ୍ଡାର ସ୍ଥିତ ସାନ ଛତ୍ରଙ୍ଗର କେନ୍ଦୁଗୁଡ଼ା ଘାଟଠାରେ ପ୍ରତିବର୍ଷ ଭଳି ଏହି ଉତ୍ସବ ଅନୁଷ୍ଠିତ ହେବ। ପାରମ୍ପରିକ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବା ପାଇଁ ଏହି ପ୍ରତିଯୋଗିତା ଆୟୋଜନ କରାଯାଉଛି। ବିଜୟୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବା ସହ ଜିଲ୍ଲା ମହୋତ୍ସବରେ ମଧ୍ୟ ସମ୍ମାନିତ କରାଯିବାର ବ୍ୟବସ୍ଥା ରହିଛି। ଏହି ଭାଇଚାରାର ପର୍ବରେ ସମସ୍ତେ ସାମିଲ ହୋଇ ଏହାକୁ ଉପଭୋଗ କରିବାକୁ ସେ ଆହ୍ବାନ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri