ତଦନ୍ତ ପ୍ରକ୍ରିୟାରେ ସ୍ବଚ୍ଛତାକୁ ନେଇ ପ୍ରଶ୍ନ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଜଣେ ଦଳିତ ଯୁବକଙ୍କୁ ମାଡ଼ ମାରିବା ଅଭିଯୋଗରେ ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ଥାନା ଅଧିକାରୀ କୃପାସିନ୍ଧୁ ବରାଡ଼ ନିଜ ସମେତ ଏସ୍‌ଆଇ ରାକେଶ ସାମଲ ଏବଂ ଅନ୍ୟ କର୍ମଚାରୀଙ୍କ ନାଁରେ ମାମଲା ରୁଜୁ କରିବା ଘଟଣାକୁ ନେଇ ଚର୍ଚ୍ଚା ଲାଗି ରହିଛି। ପୋଲିସ କର୍ମଚାରୀଙ୍କ ନାଁରେ ହୋଇଥିବା ଏହି ମାମଲାରେ ତଦନ୍ତ ପ୍ରକ୍ରିୟାରେ ସ୍ବଚ୍ଛତାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଡିସିପି ପ୍ରତୀକ ସିଂ ଏହି ମାମଲାରେ ଜୋନ-୪ ଏସିପି ଶୁଭନାରାୟଣ ମୁଦୁଲିଙ୍କୁ ତଦନ୍ତ ଭାର ଦେଇଛନ୍ତି। ଏସିପି ଶୁଭନାରାୟଣ ରବିବାର ଗିରିଙ୍ଗୋ ଭୋଇସାହିର ପୀଡିତ ସରୋଜ ଭୋଇ ଏବଂ ତାଙ୍କ ମା’ଙ୍କୁ ଭେଟି ପଚରାଉଚରା କରିବା ସହ ଥାନା କର୍ମଚାରୀଙ୍କ ବୟାନ ରେକର୍ଡ କରିଛନ୍ତି। ଏସିପି କହିଛନ୍ତି, ଏହି ସଂକ୍ରାନ୍ତରେ ଶନିବାର ଏସ୍‌ସି ଏସ୍‌ଟି ଆକ୍ଟ ସହ ଆଇପିସିର ବିଭିନ୍ନ ଦଫାରେ ମାମଲା (ନଂ.୨୬୯/୨୦୨୨) ରୁଜୁ କରାଯାଇ ତଦନ୍ତ କରାଯାଉଛି। ତଦନ୍ତ ପ୍ରକ୍ରିୟା ଆଗକୁ ବଢ଼ିଲେ ଅଭିଯୋଗର ସତ୍ୟତା କେତେ ତାହା ଜଣାପଡ଼ିବ। ଅନ୍ୟପକ୍ଷରେ ଏହି ଘଟଣାରେ ପ୍ରକୃତ ସତ ସାମ୍ନାକୁ ଆସୁ ବୋଲି ରାଜ୍ୟ ଦଳିତ ଆଦିବାସୀ ଅଧିକାର ମହାସଂଘ ସଭାପତି ବିଜୟ କୁମାର ଭୋଇ କହିଛନ୍ତି।
ଅଭିଯୋଗ ଅନୁଯାୟୀ, ଗତ ଅକ୍ଟୋବର ୩ରେ ବାଲିପାଟଣା ହାଟସାହିରେ ଦୁର୍ଗାପୂଜା ପାଇଁ ମେଲୋଡ଼ି ହେଉଥିବାବେଳେ ଆୟୋଜକ କମିଟି ଓ ସରୋଜଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସରୋଜଙ୍କୁ ଥାନାକୁ ନେଇଥିଲା। ଥାନାରେ ଆଇଆଇସି କୃପାସିନ୍ଧୁ ଓ ଅନ୍ୟମାନେ କେବୁଲ ପାଇପ୍‌ରେ ସରୋଜଙ୍କୁ ମାଡ଼ ମାରିବାରୁ ତାଙ୍କର ଗୋଡ଼ ଭାଙ୍ଗି ଯାଇଥିଲା। ଏହାପରେ ସରୋଜଙ୍କୁ ଚିକିତ୍ସା ନ କରି ପୋଲିସକୁ ମାଡ଼ ମାରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିଲା। ପରେ ଜେଲରେ ଚିକିତ୍ସା କରାଯିବାରୁ ତାଙ୍କ ଗୋଡ଼ ଭାଙ୍ଗିଥିବା ଜଣାପଡ଼ିଥିଲା। ଅକ୍ଟୋବର ୧୮ରେ ସରୋଜ ଜାମିନରେ ଆସିବା ପରେ ପରିବାର ଲୋକ ଘଟଣା ସମ୍ପର୍କରେ ଜାଣି ଅସନ୍ତୁଷ୍ଟ ହୋଇଥିଲେ। ଦଳିତ ଆଦିବାସୀ ଅଧିକାର ମହାସଂଘ ପକ୍ଷରୁ ଏନେଇ ଥାନାରେ ଏତଲା ଦିଆଯାଇଥିଲେ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ଶୁକ୍ରବାର ସରୋଜଙ୍କ ସ୍ତ୍ରୀ ଲିପିକା ଡିସିପିଙ୍କୁ ଭେଟି ଏନେଇ ଅଭିଯୋଗ କରିଥିଲେ। ଡିସିପି ଏହି ଘଟଣାରେ ମାମଲା ରୁଜୁ କରିବାକୁ ଥାନାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା...

ସିଦ୍ଧାନ୍ତ-ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଅନୁଭବ…

ଭୁବନେଶ୍ୱର,୨୭।୪: ୮ଟି ଆସନ ପ୍ରାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଯେଉଁଥିରେ ଅଭିନେତା ଅରିନ୍ଦମ ରାଏଙ୍କୁ କେନ୍ଦ୍ରାପଡା ସାଲେପୁରରୁ ଟିକେଟ୍‌ ନେଇଛି।...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ...

ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri