ତଦନ୍ତ ପ୍ରକ୍ରିୟାରେ ସ୍ବଚ୍ଛତାକୁ ନେଇ ପ୍ରଶ୍ନ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଜଣେ ଦଳିତ ଯୁବକଙ୍କୁ ମାଡ଼ ମାରିବା ଅଭିଯୋଗରେ ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ଥାନା ଅଧିକାରୀ କୃପାସିନ୍ଧୁ ବରାଡ଼ ନିଜ ସମେତ ଏସ୍‌ଆଇ ରାକେଶ ସାମଲ ଏବଂ ଅନ୍ୟ କର୍ମଚାରୀଙ୍କ ନାଁରେ ମାମଲା ରୁଜୁ କରିବା ଘଟଣାକୁ ନେଇ ଚର୍ଚ୍ଚା ଲାଗି ରହିଛି। ପୋଲିସ କର୍ମଚାରୀଙ୍କ ନାଁରେ ହୋଇଥିବା ଏହି ମାମଲାରେ ତଦନ୍ତ ପ୍ରକ୍ରିୟାରେ ସ୍ବଚ୍ଛତାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଡିସିପି ପ୍ରତୀକ ସିଂ ଏହି ମାମଲାରେ ଜୋନ-୪ ଏସିପି ଶୁଭନାରାୟଣ ମୁଦୁଲିଙ୍କୁ ତଦନ୍ତ ଭାର ଦେଇଛନ୍ତି। ଏସିପି ଶୁଭନାରାୟଣ ରବିବାର ଗିରିଙ୍ଗୋ ଭୋଇସାହିର ପୀଡିତ ସରୋଜ ଭୋଇ ଏବଂ ତାଙ୍କ ମା’ଙ୍କୁ ଭେଟି ପଚରାଉଚରା କରିବା ସହ ଥାନା କର୍ମଚାରୀଙ୍କ ବୟାନ ରେକର୍ଡ କରିଛନ୍ତି। ଏସିପି କହିଛନ୍ତି, ଏହି ସଂକ୍ରାନ୍ତରେ ଶନିବାର ଏସ୍‌ସି ଏସ୍‌ଟି ଆକ୍ଟ ସହ ଆଇପିସିର ବିଭିନ୍ନ ଦଫାରେ ମାମଲା (ନଂ.୨୬୯/୨୦୨୨) ରୁଜୁ କରାଯାଇ ତଦନ୍ତ କରାଯାଉଛି। ତଦନ୍ତ ପ୍ରକ୍ରିୟା ଆଗକୁ ବଢ଼ିଲେ ଅଭିଯୋଗର ସତ୍ୟତା କେତେ ତାହା ଜଣାପଡ଼ିବ। ଅନ୍ୟପକ୍ଷରେ ଏହି ଘଟଣାରେ ପ୍ରକୃତ ସତ ସାମ୍ନାକୁ ଆସୁ ବୋଲି ରାଜ୍ୟ ଦଳିତ ଆଦିବାସୀ ଅଧିକାର ମହାସଂଘ ସଭାପତି ବିଜୟ କୁମାର ଭୋଇ କହିଛନ୍ତି।
ଅଭିଯୋଗ ଅନୁଯାୟୀ, ଗତ ଅକ୍ଟୋବର ୩ରେ ବାଲିପାଟଣା ହାଟସାହିରେ ଦୁର୍ଗାପୂଜା ପାଇଁ ମେଲୋଡ଼ି ହେଉଥିବାବେଳେ ଆୟୋଜକ କମିଟି ଓ ସରୋଜଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସରୋଜଙ୍କୁ ଥାନାକୁ ନେଇଥିଲା। ଥାନାରେ ଆଇଆଇସି କୃପାସିନ୍ଧୁ ଓ ଅନ୍ୟମାନେ କେବୁଲ ପାଇପ୍‌ରେ ସରୋଜଙ୍କୁ ମାଡ଼ ମାରିବାରୁ ତାଙ୍କର ଗୋଡ଼ ଭାଙ୍ଗି ଯାଇଥିଲା। ଏହାପରେ ସରୋଜଙ୍କୁ ଚିକିତ୍ସା ନ କରି ପୋଲିସକୁ ମାଡ଼ ମାରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିଲା। ପରେ ଜେଲରେ ଚିକିତ୍ସା କରାଯିବାରୁ ତାଙ୍କ ଗୋଡ଼ ଭାଙ୍ଗିଥିବା ଜଣାପଡ଼ିଥିଲା। ଅକ୍ଟୋବର ୧୮ରେ ସରୋଜ ଜାମିନରେ ଆସିବା ପରେ ପରିବାର ଲୋକ ଘଟଣା ସମ୍ପର୍କରେ ଜାଣି ଅସନ୍ତୁଷ୍ଟ ହୋଇଥିଲେ। ଦଳିତ ଆଦିବାସୀ ଅଧିକାର ମହାସଂଘ ପକ୍ଷରୁ ଏନେଇ ଥାନାରେ ଏତଲା ଦିଆଯାଇଥିଲେ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ଶୁକ୍ରବାର ସରୋଜଙ୍କ ସ୍ତ୍ରୀ ଲିପିକା ଡିସିପିଙ୍କୁ ଭେଟି ଏନେଇ ଅଭିଯୋଗ କରିଥିଲେ। ଡିସିପି ଏହି ଘଟଣାରେ ମାମଲା ରୁଜୁ କରିବାକୁ ଥାନାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?