Posted inଜାତୀୟ

ସାମ୍ବିଧାନିକ ବୈଧତା ନେଇ ପ୍ରଶ୍ନ ଉଠିଲା

ନୂଆଦିଲ୍ଲୀ, ୨୫ା୩ (କୁଲ୍‌ଦୀପ ସିଂ): ଭୋଟର ପରିଚୟପତ୍ର (ଭୋଟର କାର୍ଡ)କୁ ଆଧାର ସହ ସ୍ବେଚ୍ଛାକୃତ ଭାବେ ସଂଯୋଗ କରିବାର ସମୟସୀମାକୁ କେନ୍ଦ୍ର ସରକାର ୨୦୨୪ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢ଼ାଇଦେଇଛନ୍ତି। ପୂର୍ବରୁ ଆଧାର-ଭୋଟର କାର୍ଡ ଲିଙ୍କ୍‌ ପାଇଁ ୨୦୨୩ ଏପ୍ରିଲ ୧କୁ ଡେଡ୍‌ଲାଇନ ଧାର୍ଯ୍ୟ କରାଯାଇଥିଲା। ଏବେ ସମୟସୀମା ବୃଦ୍ଧି ଲାଗି ସରକାରଙ୍କ ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ୨୦୨୨ ଜୁନ୍‌ ୧୭ରେ ଜାରି କରିଥିବା ବିଜ୍ଞପ୍ତିରେ କେତେକ ସଂଶୋଧନ କରିଛନ୍ତି। ୨୦୨୨ ଜୁଲାଇ ୪ରେ ଭାରତର ନିର୍ବାଚନ ଆୟୋଗ (ଇସିଆଇ) କହିଥିଲେ, ପୂର୍ବବର୍ଷ ଅଗଷ୍ଟ ୧ରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ବର୍ତ୍ତମାନର ଭୋଟର ଏବଂ ଭବିଷ୍ୟତ ଭୋଟରମାନଙ୍କଠାରୁ ସ୍ବେଚ୍ଛାକୃତ ଭାବେ ଆଧାର ନମ୍ବର ସଂଗ୍ରହ ଲାଗି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଭୋଟର ପରିଚୟପତ୍ର ସହ ଆଧାର ସଂଯୋଗ କରିବା ସ୍ବେଚ୍ଛାକୃତ ହୋଇଥିବାରୁ ଏଥିପାଇଁ ଫର୍ମ-୬ବିରେ ଭୋଟରଙ୍କ ସମ୍ମତି ନିଆଯାଉଛି। ତେବେ ସମ୍ମତି ପ୍ରତ୍ୟାହାର କରିନେବାର ବ୍ୟବସ୍ଥା ନ ଥିବା ଗତବର୍ଷ ଡିସେମ୍ବରରେ କେନ୍ଦ୍ର ଆଇନମନ୍ତ୍ରୀ କିରେନ ରିଜିଜୁ ଲୋକ ସଭାରେ କହିଥିଲେ। ୨୦୨୧ ଡିସେମ୍ବରରେ ପାର୍ଲାମେଣ୍ଟରେ ନିର୍ବାଚନ ଆଇନ (ସଂଶୋଧନ) ବଲ୍‌ ଗୃହୀତ ହେବା ପରେ ଆଧାର-ଭୋଟର କାର୍ଡ ସଂଯୋଗ ଅଧିକୃତ ହୋଇଥିଲା। ଭୋଟର ତାଲିକାକୁ ଅସଲି ଭାବେ ସୁନିଶ୍ଚିତ କରାଇବା ଉଦ୍ଦେଶ୍ୟରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ରିଜିଜୁ କହିଥିଲେ। ଆଧାରକୁ ଏପର୍ଯ୍ୟନ୍ତ ନାଗରିକତ୍ୱର ପ୍ରମାଣ ଭାବେ ଗ୍ରହଣ କରାଯାଇ ନାହିଁ। ତେଣୁ ଭୋଟର କାର୍ଡ ସହ ଆଧାର ସଂଯୋଗର ସାମ୍ବିଧାନିକତାକୁ ନେଇ ବିରୋଧୀ ଦଳଗୁଡ଼ିକ ପ୍ରଶ୍ନ ଉଠାଇବା ସହ ଏଭଳି ନିଷ୍ପତ୍ତିର ସମାଲୋଚନା କରିଛନ୍ତି। ଭୋଟର କାର୍ଡ-ଆଧାର ସଂଯୋଗ ଯୋଗୁ ଅନେକ ଯୋଗ୍ୟ ମତଦାତା ଭୋଟର ତାଲିକାରୁ ବାଦ୍‌ ପଡ଼ିବେ ବୋଲି ବିରୋଧୀ ଆଶଙ୍କା ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri