Posted inଜାତୀୟ

ସାମ୍ବିଧାନିକ ବୈଧତା ନେଇ ପ୍ରଶ୍ନ ଉଠିଲା

ନୂଆଦିଲ୍ଲୀ, ୨୫ା୩ (କୁଲ୍‌ଦୀପ ସିଂ): ଭୋଟର ପରିଚୟପତ୍ର (ଭୋଟର କାର୍ଡ)କୁ ଆଧାର ସହ ସ୍ବେଚ୍ଛାକୃତ ଭାବେ ସଂଯୋଗ କରିବାର ସମୟସୀମାକୁ କେନ୍ଦ୍ର ସରକାର ୨୦୨୪ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢ଼ାଇଦେଇଛନ୍ତି। ପୂର୍ବରୁ ଆଧାର-ଭୋଟର କାର୍ଡ ଲିଙ୍କ୍‌ ପାଇଁ ୨୦୨୩ ଏପ୍ରିଲ ୧କୁ ଡେଡ୍‌ଲାଇନ ଧାର୍ଯ୍ୟ କରାଯାଇଥିଲା। ଏବେ ସମୟସୀମା ବୃଦ୍ଧି ଲାଗି ସରକାରଙ୍କ ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ୨୦୨୨ ଜୁନ୍‌ ୧୭ରେ ଜାରି କରିଥିବା ବିଜ୍ଞପ୍ତିରେ କେତେକ ସଂଶୋଧନ କରିଛନ୍ତି। ୨୦୨୨ ଜୁଲାଇ ୪ରେ ଭାରତର ନିର୍ବାଚନ ଆୟୋଗ (ଇସିଆଇ) କହିଥିଲେ, ପୂର୍ବବର୍ଷ ଅଗଷ୍ଟ ୧ରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ବର୍ତ୍ତମାନର ଭୋଟର ଏବଂ ଭବିଷ୍ୟତ ଭୋଟରମାନଙ୍କଠାରୁ ସ୍ବେଚ୍ଛାକୃତ ଭାବେ ଆଧାର ନମ୍ବର ସଂଗ୍ରହ ଲାଗି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଭୋଟର ପରିଚୟପତ୍ର ସହ ଆଧାର ସଂଯୋଗ କରିବା ସ୍ବେଚ୍ଛାକୃତ ହୋଇଥିବାରୁ ଏଥିପାଇଁ ଫର୍ମ-୬ବିରେ ଭୋଟରଙ୍କ ସମ୍ମତି ନିଆଯାଉଛି। ତେବେ ସମ୍ମତି ପ୍ରତ୍ୟାହାର କରିନେବାର ବ୍ୟବସ୍ଥା ନ ଥିବା ଗତବର୍ଷ ଡିସେମ୍ବରରେ କେନ୍ଦ୍ର ଆଇନମନ୍ତ୍ରୀ କିରେନ ରିଜିଜୁ ଲୋକ ସଭାରେ କହିଥିଲେ। ୨୦୨୧ ଡିସେମ୍ବରରେ ପାର୍ଲାମେଣ୍ଟରେ ନିର୍ବାଚନ ଆଇନ (ସଂଶୋଧନ) ବଲ୍‌ ଗୃହୀତ ହେବା ପରେ ଆଧାର-ଭୋଟର କାର୍ଡ ସଂଯୋଗ ଅଧିକୃତ ହୋଇଥିଲା। ଭୋଟର ତାଲିକାକୁ ଅସଲି ଭାବେ ସୁନିଶ୍ଚିତ କରାଇବା ଉଦ୍ଦେଶ୍ୟରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ରିଜିଜୁ କହିଥିଲେ। ଆଧାରକୁ ଏପର୍ଯ୍ୟନ୍ତ ନାଗରିକତ୍ୱର ପ୍ରମାଣ ଭାବେ ଗ୍ରହଣ କରାଯାଇ ନାହିଁ। ତେଣୁ ଭୋଟର କାର୍ଡ ସହ ଆଧାର ସଂଯୋଗର ସାମ୍ବିଧାନିକତାକୁ ନେଇ ବିରୋଧୀ ଦଳଗୁଡ଼ିକ ପ୍ରଶ୍ନ ଉଠାଇବା ସହ ଏଭଳି ନିଷ୍ପତ୍ତିର ସମାଲୋଚନା କରିଛନ୍ତି। ଭୋଟର କାର୍ଡ-ଆଧାର ସଂଯୋଗ ଯୋଗୁ ଅନେକ ଯୋଗ୍ୟ ମତଦାତା ଭୋଟର ତାଲିକାରୁ ବାଦ୍‌ ପଡ଼ିବେ ବୋଲି ବିରୋଧୀ ଆଶଙ୍କା ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?