Posted inଜାତୀୟ

ମହାରାଷ୍ଟ୍ର କ୍ୟାବିନେଟ ସମ୍ପ୍ରସାରଣ ପୂର୍ବରୁ ଦିଲ୍ଲୀ ଗଲେ ଫଡନାଭିସ-ଅଜିତ ପାଓ୍ବାର, ଶିନ୍ଦେଙ୍କୁ ନେଇ ଉଠୁଛି ପ୍ରଶ୍ନ

ମୁମ୍ବାଇ,୧୧।୧୨: ମହାରାଷ୍ଟ୍ରରେ କ୍ୟାବିନେଟ ସମ୍ପ୍ରସାରଣକୁ ନେଇ ତୁତୁମେମେ ଦେଖାଦେଇଛି। ଏହି ସମୟରେ ଭାଜପା ନେତା କହିଛନ୍ତି ଯେ ଡିସେମ୍ବର ୧୪ରେ କ୍ୟାବିନେଟ ସମ୍ପ୍ରସାରଣ ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ବୁଧବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏବଂ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାର ଦିଲ୍ଲୀ ଗସ୍ତରେ ଅଛନ୍ତି। ତେବେ ଶିବସେନା ମୁଖ୍ୟ ତଥା ଉପ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଦିଲ୍ଲୀ ଗସ୍ତ କରିବାର କୌଣସି ଯୋଜନା ନାହିଁ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପିଟିଆଇକୁ କହିଛି ଯେ ଫଡନାଭିସ ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଖି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ ଭେଟିବେ।
ପିଟିଆଇ ସହ କଥାବାର୍ତ୍ତା ବେଳେ ଜଣେ ଭାଜପା ନେତା କହିଛନ୍ତି ଯେ ଶିବସେନା ଗୃହ ବିଭାଗ ପାଇବ ନାହିଁ ଏବଂ ରାଜସ୍ବ ବିଭାଗ ମଧ୍ୟ ବଣ୍ଟନ ହେବାର ସମ୍ଭାବନା ନାହିଁ। ସେ ସ୍ବୀକାର କରିଛନ୍ତି ଯେ ଗ୍ରାଣ୍ଡ ଆଲାଏନ୍ସ, ଭାଜପା, ଶିବସେନା ଏବଂ ଏନସିପିରେ ତିନିଟି ଦଳର ଉପସ୍ଥିତି ଥିବାରୁ ଆଲୋଚନାରେ ବିଳମ୍ବ ହେଉଛି। ତେବେ ଡିସେମ୍ବର ୧୪ ସୁଦ୍ଧା କ୍ୟାବିନେଟ ସମ୍ପ୍ରସାରଣ ହେବାର ସମ୍ଭାବନା ରହିଛି। ସେ କହିଛନ୍ତି ଯେ ଶିବସେନାଙ୍କୁ ଗୃହ ମନ୍ତ୍ରଣାଳୟ ମନା କରାଯାଇଛି।
ସୂଚନାଯୋଗ୍ୟ, ଫଡନାଭିସ ପୂର୍ବରୁ ଏକନାଥ ଶିନ୍ଦେଙ୍କ ସରକାରରେଉପ ମୁଖ୍ୟମନ୍ତ୍ରୀ ସହ ଗୃହ ମନ୍ତ୍ରଣାଳୟ ପରିଚାଳନା କରୁଥିଲେ, ଯିଏ ପ୍ରାୟ ଅଢେଇ ବର୍ଷ ଧରି ଉପ ମୁଖ୍ୟମନ୍ତ୍ରୀ ଥିଲେ। ବର୍ତ୍ତମାନ ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ଏବଂ ଶିନ୍ଦେ ଉପ-ମୁଖ୍ୟମନ୍ତ୍ରୀ। ଏକନାଥ ଶିନ୍ଦେଙ୍କ ଦଳ ଭାଜପାରୁ ଗୃହ ମନ୍ତ୍ରଣାଳୟ ମାଗୁଛି ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri