‘ସେଫ୍‌ ସିଟି ଡ୍ରାଇଭ’ ଅଭିଯାନକୁ ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର ,୭ା୫(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ବେହେରାସାହି ସ୍ଥିତ ଏକ ଲେଡିଜ୍‌ ହଷ୍ଟେଲରେ ଶୁକ୍ରବାର ରାତିରେ କେତେଜଣ ଅସାମାଜିକ ଯୁବକ ଧସେଇ ପଶିବା ସହ ଜଣେ ଯୁବତୀଙ୍କୁ ଆକ୍ରମଣ କରିବା ସହ ପଥର ମାଡ଼ କରିଥିଲେ। ଏହି ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଉଠାଇ ଆଣି ଅଟକ ରଖି ପଚରାଉଚରା କରୁଛି। ହେଲେ ଏବେବି ଏକାଧିକ ଫେରାର ରହିଛନ୍ତି । ତେବେ ଏହି ଘଟଣା ପରେ ରାଜଧାନୀରେ ରୋଡ ରୋମିଓଙ୍କ ଉତ୍ପାତ ସାମ୍ନାକୁ ଆସିବା ସହ ରାଜଧାନୀରେ ମହିଳାଙ୍କ ସୁରକ୍ଷାକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅନ୍ୟପଟେ ଯୁବକଙ୍କ ଏଭଳିକାଣ୍ଡକୁ ନେଇ ନିନ୍ଦା କରାଯିବା ସହ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଦାବି ହୋଇଛି। ଅପରପକ୍ଷରେ ଯୁବତୀଙ୍କୁ ଆକ୍ରମଣ କରିବା ସମୟରେ ଏହାକୁ ରୋକିବା ପରିବର୍ତ୍ତେ କେତେଜଣ ଲୋକେ ଘଟଣାକୁ ଦେଖିବା ସହ ମୋବାଇଲରେ ଭିିଡିଓ ଉତ୍ତୋଳନ କରିଥିଲେ, ଯାହାକି ସବୁଠୁ ଦୁଃଖର ବିଷୟ। ଯୁବତୀ ଜଣଙ୍କ ଅସାମାଜିକ ଯୁବକଙ୍କ ସହ ଦୀର୍ଘ ୩୦ ମିନିଟ ଧରି ଏକାକୀ ଲଢେଇ କରିଥିଲେ। ଯେତେ ଧମକ ଦେଲେ ମଧ୍ୟ ଯୁବତୀ ଜଣଙ୍କ ଭୟ ନ କରି ତାଙ୍କୁ ସାମ୍ନା କରିଥିଲେ। ତେବେ ଯୁବତୀଙ୍କ ଏଭଳି ସାହସକିତାକୁ ଚାରିଆଡୁ ପ୍ରଶଂସା ମିଳିବା ସହ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ସେହିଭଳି ଶୁକ୍ରବାର ରାତିରେ କମିଶନରେଟ ପୋଲିସ ପକ୍ଷରୁ ସହରରେ ‘ସେଫ୍‌ ସିଟି ଡ୍ରାଇଭ’ ନେଇ ଗଳିକନ୍ଧିଠାରୁ ଆରମ୍ଭ କରି ମୁଖ୍ୟ ରାସ୍ତାରେ ବାଇକ ଯୋଗେ କଡ଼ାକଡ଼ି ପାଟ୍ରୋଲିଂ ଚାଲିଥିଲେ ମଧ୍ୟ ବହୁ ବିଳମ୍ବରେ ପହଞ୍ଚତ୍ବାକୁ ନେଇ ସ୍ଥାନୀୟ ବାସିନ୍ଦା ଅସନ୍ତୋଷ ପ୍ରକାଶ କରିଛନ୍ତି ।
ଶୁକ୍ରବାର ରାତିରେ ସାଢେ ୯ ଟା ସମୟରେ ବେହେରାସାହିସ୍ଥିତ ଏକ ଲେଡିଜ୍‌ ହଷ୍ଟେଲ ପାଖରେ ଯୁବତୀ ଲୀଲା ସ୍ବାଇଁ ଫୋନରେ କଥା ହେଉଥିବା ବେଳେ କିଛି ଦୁର୍ବୃତ୍ତ ସେହି ବାଟ ଦେଇ ଯିବା ସହ କମେଣ୍ଟ ମାରିଥିଲେ। ଏନେଇ ଯୁବତୀ ଜଣଙ୍କ ବିରୋଧ କରିବାରୁ ତାଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିବା ସହ ହଷ୍ଟେଲ ଭିତରକୁ ଧସେଇ ପଶି ଭଙ୍ଗାରୁଜା କରିଥିଲେ। ଏହାକୁ ନେଇ ହଷ୍ଟେଲର ଅନ୍ତେବାସୀ ଓ ଯୁବକଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ହସ୍ତକ୍ଷେପ କରିବାରୁ ହଷ୍ଟେଲର କେତେଜଣ ମହିଳାଙ୍କୁ ଆକ୍ରମଣ ଓ ଅସଦାଚରଣ କରିଥିଲେ। ଏତିକିରେ ମନ ଶାନ୍ତି ନ ହେବାରୁ ହଷ୍ଟେଲକୁ ଟେକା ମାଡ଼ କରିଥିଲେ। ଫଳରେ ଘରର କାଚ ଭାଙ୍ଗିବା ସହ ହଷ୍ଟେଲରେ ଥିବା ଗାଡି ମଧ୍ୟ ଭାଙ୍ଗିଯାଇଛି। ଏହି ଘଟଣା ପରେ ହଷ୍ଟେଲର ମାଲିକାଣୀ ନୟାପଲ୍ଲୀ ଥାନାରେ ଏତଲା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri