କୁଇଣ୍ଟାଲ ଗଞ୍ଜେଇ ଜବତ ସହ ୪ ଗିରଫ: ଗଜପତିରୁ ଦିଲ୍ଲୀ ହେଉଥିଲା ଚାଲାଣ

ବ୍ରହ୍ମପୁର ଅଫିସ,୧୬।୯: ଗଜପତିରୁ ନିୟମିତ ବ୍ୟବଧାନରେ ଗଞ୍ଜେଇ ବାହାର ରାଜ୍ୟକୁ ଚାଲାଣ ହେଉଥିବାର ନଜିର ରହିଛି। ଏହାକୁ ରୋକିବା ପାଇଁ ଉଭୟ ଅବକାରୀ ଓ ପୋଲିସ ବିଭାଗ ସଜାଗ ରହିଛି। ଏପରିକି କିଛି ଦିନ ହେବ ସହର ଓ ସହରତଳିରେ ଅବକାରୀ ବିଭାଗ ପକ୍ଷରୁ ଚୋରା ଗଞ୍ଜେଇ ଓ ନକଲି ମଦ ଜବତ ଜାରି ରହିଛି। ଏହି ଧାରାରେ ଶୁକ୍ରବାର ଅବକାରୀ ବିଭାଗ ଗୋପାଳପୁର ଜଙ୍ଗସନରୁ ଏକ କାରରୁ ଏକ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚୋରା ଚାଳନାରେ ସମ୍ପୃକ୍ତ ଥିବା ଚାରି ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଦିଲ୍ଲୀ ବାଦପୁର ଥାନା ଅନ୍ତର୍ଗତ ତୁଘାଲଖଦ ଗ୍ରାମର ମୋହସିନ ଅଂଶାରୀ (୩୨), ଉତ୍ତରପ୍ରଦେଶ ମେରୁଟ ଅଞ୍ଚଳର ଜିତେନ୍ଦ୍ର କୁମାର(୩୪) , ଗଜପତି ଜିଲା ଅଢ଼ବା ଥାନା ଅଞ୍ଚଳର ସୋମନାଥ ରଇତ (୨୪) ବିଧାନ ସିଂ(୨୨)। ଜେରା ବେଳେ ଅଭିଯୁକ୍ତ ମାନେ ଗଜପତି ଜିଲାରୁ ଗଞ୍ଜେଇ ଆଣି ବ୍ରହ୍ମପୁର ଦେଇ ନୂଆଦିଲ୍ଲୀ ଚାଲାଣ କରିଥାନ୍ତେ ବୋଲି ଅବକାରୀ ପୋଲିସ ଜାଣିବାକୁ ପାଇଛି। ଉପରୋକ୍ତ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଅବକାରୀ ଉପ ଆୟୁକ୍ତ (ଦକ୍ଷିଣାଞ୍ଚଳ) ଅଶୋକ କୁମାର ଶତପଥି ସୂଚନା ଦେଇଛନ୍ତି। ଗଜପତିରୁ ବ୍ରହ୍ମପୁର ଦେଇ ଗଞ୍ଜେଇ ଚୋରା ଚାଲାଣ ହେଉଥିବା କୌଣସି ଏକ ସୂତ୍ରରୁ ଖବର ମିଳିବା ପରେ ଅବକାରୀ ଟିମ୍‌ ଗୋପାଳପୁରଠାରେ ପାଟ୍ରୋଲିଂ କରୁଥିଲେ। ସେହି ରାସ୍ତା ଦେଇ ଆସୁଥିବା ଏକ ମାରୁତି ଓ୍ବାଗନେର ନମ୍ବର ଡ଼ିଏଲ ୪ସି ଏ ଏମ -୨୧୩୩
କାରକୁ ଉକ୍ତ ଟିମ ଅଟକାଇଥିଲେ। ଯାଞ୍ଚ ବେଳେ ଉକ୍ତ କାରରେ ଗଞ୍ଜେଇ ଭର୍ତ୍ତି ହୋଇଥିବା ଦେଖିବାକୁ ମିଳିଥିଲା। ଅବକାରୀ ଟିମ କାର ସହ ସେଥିରେ ଥିବା ୧୦୦ କେଜି ଗଞ୍ଜେଇ ଜବତ କରିଥିବା କହିଛି। ଚେକିଂ ବେଳେ ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତ, ଏଏସ ଆଇ ବ୍ରଜବିହାରୀ ନାୟକ ସମେତ ଅନ୍ୟ କର୍ମଚାରୀମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri