ଟ୍ରେନରେ ବିନା ବୁକିଙ୍ଗରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ବରକୋଳି ଚାଲାଣ, ରେଳ କର୍ତ୍ତୃପକ୍ଷ ନିରବ

କେସିଙ୍ଗା,୧୧।୨(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା, ନର୍ଲା, ରୁପ୍ରା, ଲାଞ୍ଜିଗଡ଼, ଟିଟିଲାଗଡ଼ ଆଦି ରେଲୱେ ଷ୍ଟେସନରୁ ଆନ୍ଧ୍ରପ୍ରଦେଶର ବରକୋଳି ବ୍ୟବସାୟିମାନେ ବିନା ଟିକେଟରେ ଜିନିଷ ଚାଲାଣ କରୁଥିବା ନେଇ ଅଭିଯୋଗ ହୋଇଛି । ଟ୍ରେନରେ ଦିନ ଦ୍ଵିପ୍ରହରେ ବିନା ବୁକିଙ୍ଗରେ ହଜାର ହଜାର କ୍ୱିଣ୍ଟାଲ ବରକୋଳି ଚାଲାଣ ହେଉଛି ।ବ୍ୟବସାୟୀ ବିନା ବୁକିଙ୍ଗରେ ହଜାର ହଜାର କ୍ୱିଣ୍ଟାଲ ବରକୋଳି ଟ୍ରେନ ଯୋଗେ ଆନ୍ଧ୍ରପ୍ରଦେଶକୁ ଚାଲାଣ କରିଥିବା ବେଳେ ରେଳବାଇ କର୍ତ୍ତୃପକ୍ଷ କିମ୍ବା ଟିଟିଆଇ, ଟିଟିଲାଗଡ ଆର ପି ଏଫ କିମ୍ବା ଜିଆରପିଙ୍କ ଦୃଷ୍ଟି ପଡୁନାହୁଁ ।

ଟ୍ରେନର ବଗିରେ ହଜାର ହଜାର କ୍ୱିଣ୍ଟାଲ ବରକୋଳି ବୋଝେଇ କରି ବିନା ବୁକିଙ୍ଗ ବ୍ୟବସାୟୀମାନେ ଚାଲାଣ କରି ନେଉଥିବାରୁ ରେଲୱେ ବିଭାଗ ହଜାର ହଜାର ଟଙ୍କାର ରାଜସ୍ୱ ହାନି ଘଟୁଛି । ବର୍ତ୍ତମାନ ବରକୋଳି ଫଳ ଫଳିବାର ଋତୁ ଥିବାରୁ ବିଭିନ୍ନ ଗ୍ରାମଞ୍ଚଳରୁ କ୍ୱିଣ୍ଟାଲ ପ୍ରତି ୧୫ଶହରୁ ୨ହଜାର ଦରରେ ଚାଷୀଙ୍କ ଠାରୁ କ୍ରୟ କରି ଦଲାଲ ମାଧ୍ୟମରେରେ ବିଭିନ୍ନ ରେଲୱେ ଷ୍ଟେଶନରୁ ଆନ୍ଧ୍ରପ୍ରଦେଶରୁ ଆସୁଥିବା ବ୍ୟବସାୟୀମାନେ ଟ୍ରେନ ଯୋଗେ ଚାଲାଣ କରୁଛନ୍ତି ।

ବ୍ୟବସାୟୀମାନେ ଦ୍ରୁତଗତି କିମ୍ବା ପାସେଞ୍ଜର ଟ୍ରେନ ଯୋଗେ ବିଜୟ ନଗର, ବୋବ୍ଲି, ବିଶାଖାପାଟଣା ଆଦି ସହରକୁ ନେଇ ବରକୋଳିରୁ ପ୍ରସ୍ତୁତି ହେଉଥିବା ଫ୍ୟାକ୍ଟ୍ରିକୁ ଚାଲାଣ କରାଯାଉଛି । ଆଚାର, ବରକୋଳି ପାୱଡ଼ର ପ୍ରସ୍ତୁତି କରି ଲକ୍ଷ ଲକ୍ଷ ଟଙ୍କା ମାଲିକମାନେ ଆୟ କରୁଛନ୍ତି । ଏଥି ପ୍ରତି ସମ୍ବଲପୁର ଡିଭିଜନର ରେଳବାଇ କତ୍ତୃପକ୍ଷ ଦୃଷ୍ଟି ଦେବା ପାଇଁ ଜନ ସାଧାରଣରେ ଦାବି ହେଉଛି । ଟ୍ରେନର ବଗିରେ ବରକୋଳି ବୋଝେଇ କରିନେବା ବେଳେ ଟ୍ରେନ ବଗିର ଗେଟରେ ଜାମ୍ କରୁଥିବାରୁ ଯାତ୍ରୀମାନେ ଯାତାୟତ କରିବା ସମୟରେ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri