କଣ୍ଟେନରରେ ଚାଲାଣ ହେଉଥିଲା କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ପୋଲିସ, ସିକ୍ରେଟ୍‌ ଚାମ୍ବର ଦେଖି…

ଅମରପାଲି,୧୯ା୧(ପୀତାମ୍ବର ସାହୁ): ସୁବଳୟା ପୋଲିସକୁ ମିଳିଛି ବଡ଼ ସଫଳତା। କଣ୍ଟେନରରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ ଚୋରା ଚାଲାଣ ବେଳେ ସୁବଳୟା ପୋଲିସ ମାଡ଼ି ବସିଛି। ଗଞ୍ଜେଇ ଚୋରା ଚାଲାଣ ବେଳେ ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଦୁରଦୁରା ନର୍ସରୀ ନିକଟରୁ ପୋଲିସ ଏନ୍‌ଏଲ ୦୧ ଏନ ୬୯୧୫ ନମ୍ବର ବିଶିଷ୍ଟ ଏକ କଣ୍ଟେନରକୁ ଜବତ କରିବା ସହିତ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଦୁଇ ଜଣ ହେଲେ ବିହାର ରାଜ୍ୟ ଭୋଜପୁର ଜିଲା ସାହାପୁର ଥାନା ଅନ୍ତର୍ଗତ ସୁନାଭରସା ଗ୍ରାମର ଶିବଧର ଯାଦବଙ୍କ ପୁଅ ଅନିଲ(୨୮) ଓ ଝାଡ଼ଖଣ୍ଡ ଧାନବାଦ ଥାନା ଝରିଆ ଗ୍ରାମର ଗଜାଧର ମହ୍ଲାରଙ୍କ ପୁଅ ବିନୁ (୩୫)।

ସୂଚନାନୁସାରେ, ସୋନପୁର ଆଡୁ ସୁବଳୟା ଦେଇ ସମ୍ବଲପୁର ଆଡ଼କୁ ଏକ
କଣ୍ଟେନରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା କୌଣସି ସୂତ୍ରରୁ ଖବର ପାଇ ସୁବର୍ଣ୍ଣପୁର ଆରକ୍ଷୀ ଅଧୀକ୍ଷକ ନାରାୟଣ ନାଏକ ସୁବଳୟା ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ। ସୁବଳୟା ଥାନାଧିକାରୀ ସୁଶାନ୍ତ ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ୍‌ ପିଛା କରି ଦୁରଦୁରା ନର୍ସରୀ ନିକଟରେ ଏନ୍‌ଏଲ ୦୧ ଏନ୍‌ ୬ ୯୧୪ ନମ୍ବର ବିଶିଷ୍ଟ ଏକ କଣ୍ଟେନରକୁ ଅଟକାଇ ତନଖିଥିଲେ। ଏହାର ଏକ ସିକ୍ରେଟ୍‌ ଚାମ୍ବରରେ ବ୍ୟାପକ ଗଞ୍ଜେଇ ଥିବା ଦେଖିବାକୁ ପାଇବାରୁ ଏହାକୁ ଜବତ କରିଥିଲେ। ଏହା ସହିତ ଗଞ୍ଜେଇ ଚୋରା ଚାଲାଣ କରୁଥିବା ଡ୍ରାଇଭର ଓ ଅନ୍ୟଜଣେ ଯୁବକଙ୍କୁ ଧରିଥିଲେ। ଏନେଇ ସୁବଳୟା ଥାନାରେ କେସ୍‌ ନଂ ୧୪/୨୬ ରେ ଏକ ମାମଲା ରୁଜୁ ହୋଇଛି। ମାଜିଷ୍ଟ୍ରେଟ ଦାୟିତ୍ୱରେ ଅତିରିକ୍ତ ଜିଲାପାଳ ଅଜିତ ମିର୍ଦ୍ଧାଙ୍କ ଉପସ୍ଥିତିରେ ଅତିରିକ୍ତ ଆରକ୍ଷୀ ଅଧିକାରୀ କେ. କେ . ହରିପ୍ରସାଦ, ଉପଖଣ୍ଡୀୟ ପୋଲିସ ଅଧିକାରୀ ହେମନ୍ତ ରାଓ, ଥାନା ଅଧିକାରୀ ସୁଶାନ୍ତ ପ୍ରଧାନ ପ୍ରମୁଖ ଥାଇ ଜବତ ଗଞ୍ଜେଇକୁ ଓଜନ କରାଯାଇଥିଲା। ୬୦୬ ଟି ପ୍ୟାକେଟରେ ଥିବା ପ୍ରାୟ ୫ କୁଇଣ୍ଟାଲ ୯୩ କିଗ୍ରା ଗଞ୍ଜେଇ ଜବତ ହୋଇଥିବା ପୋଲିସ ସୂଚନା ଦେଇଛି। ଗିରଫ ଉଭୟଙ୍କୁ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri