Posted inଖେଳ

ଡିକକ୍‌ଙ୍କ ସମେତ ୪୪ ଦକ୍ଷିଣ ଆଫ୍ରିକା କ୍ରିକେଟର୍‌ ଟ୍ରେନିଂକୁ ଫେରିଲେ

ଜୋହାନ୍ସବର୍ଗ,୩୦।୬(ପି.ଟି.): କୋଭିଡ୍‌-୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡିକକ୍‌ଙ୍କ ନେତୃତ୍ୱରେ ଦକ୍ଷିଣ ଆଫ୍ରିକାର ୪୪ ଜଣ କ୍ରିକେଟର ଟ୍ରେନିଂକୁ ଫେରିଛନ୍ତି। ହାଇପରଫର୍ମାନ୍ସ ସ୍କ୍ବାଡରେ ସାମିଲ ଥିବା ଏହି ଖେଳାଳିମାନେ ଦେଶର କ୍ରୀଡ଼ା ମନ୍ତ୍ରଣାଳୟରୁ ଅନୁମତି ମିଳିବା ପରେ ସୋମବାର ପ୍ରଶିକ୍ଷଣ ଆରମ୍ଭ କରିଛନ୍ତି। ମାର୍ଚ୍ଚ ୧୫ ତାରିଖ ପରଠାରୁ ଏହି ମହାମାରୀ କାରଣରୁ ଦକ୍ଷିଣ ଆଫ୍ରିକାରେ ସବୁପ୍ରକାର କ୍ରିକେଟ କାର୍ଯ୍ୟକଳାପକୁ ବାତିଲ କରାଯାଇଥିଲା। ସେତେବେଳେ ଦକ୍ଷିଣ ଆଫ୍ରିକାରେ ଦିନିକିଆ ଘରୋଇ ଟୁର୍ନାମେଣ୍ଟ ଚାଲୁ ରହିଥିଲା।
ଏହି ସମୟରେ ଦକ୍ଷିଣ ଆଫ୍ରିକା ଦଳ ଏକ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଖେଳିବାକୁ ଭାରତ ଗସ୍ତରେ ଆସିଥିଲା। ଧର୍ମଶାଳାରେ ଅନୁଷ୍ଠିତ ପ୍ରଥମ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଥିବା ବେଳେ ମହାମାରୀ କାରଣରୁ ଏହି ସିରିଜକୁ ବାତିଲ କରିବାକୁ ପଡିଥିଲା। ଦକ୍ଷିଣ ଆଫ୍ରିକାରେ ଏପର୍ଯ୍ୟନ୍ତ ୧,୩୮,୦୦୦ ଜଣ ଏହି ମହାମାରୀରେ ସଂକ୍ରମିତ ହୋଇଛନ୍ତି ଓ ୨,୪୦୦ ମୃତ୍ୟୁବରଣ କରିଛନ୍ତି।
ଖେଳାଳିମାନେ ନିରୀକ୍ଷଣରେ ଥିବା ଛୋଟିଆ ଛୋଟିଆ ଗ୍ରୁପ୍‌ରେ ନିଜ ଫ୍ରାଞ୍ଚାଇଜ ଟିମ୍‌ର ଚିହ୍ନା ତଥା ନିକଟତମ କୋଚ୍‌ଙ୍କ ସହିତ ପ୍ରଶିକ୍ଷଣ ନେବେ ବୋଲି କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ) ତରଫରୁ କୁହାଯାଇଛି। ସିଏସ୍‌ଏର କୋଭିଡ୍‌-୧୯ ଷ୍ଟିଅରିଂ କମିଟି ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶନାମାକୁ ଖେଳାଳିମାନେ କଡାକଡି ରୂପେ ପାଳନ କରିବେ। ସମ୍ପୂର୍ଣ୍ଣ ପରିବେଶକୁ ସାନିଟାଇଜ୍‌ କରିବା ସହ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ମାନଙ୍କୁ ନିୟମିତ ଭାବେ ଟେଷ୍ଟ କରିବା ଉପରେ ଗୁରୁତ୍ୱ ଦିଆଯିବ। ସେହିପରି ମହିଳା କ୍ରିକେଟରଙ୍କ ପାଇଁ ହାଇ ପରଫର୍ମାନ୍ସ ଟ୍ରେନିଂ ନେଇ ମଧ୍ୟ ବିଚାର କରାଯାଉଛି ବୋଲି ସିଏସ୍‌ଏ ତରଫରୁ କୁହାଯାଇଛି। ସିଏସ୍‌ଏ ଅନୁମିତ ନ ଦେବା ପର୍ଯ୍ୟନ୍ତ ଟ୍ରେନିଂ ସେସନରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ବାରଣ କରାଯାଇଛି। ଦକ୍ଷିଣ ଆଫ୍ରିକାର ସବୁ ଖେଳାଳି ଏହି ଟ୍ରେନିଂ ସେସନ୍‌ରେ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ...

ମୁମ୍ବାଇ ଇଣ୍ଡିଆନ୍ସ ସହ ଗୁଜରାଟ ଟାଇଟାନ୍ସକୁ ବି ଡୁବେଇଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପୂର୍ବତନ କ୍ରିକେଟର୍‌ ଆଣିଲେ ଅଭିଯୋଗ

ନୂଆଦିଲ୍ଲୀ,୧୮।୪: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଗୁଜରାଟ ଟାଇଟାନ୍ସ ଆଇପିଏଲ ୨୦୨୨ ଜିତିଥିଲା। ଏହା ପରେ, ଗୁଜରାଟ ଆଇପିଏଲ ୨୦୨୩ରେ ରନର୍‌ ଅପ୍‌ ହୋଇଥିଲା। କିନ୍ତୁ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri