ମେଟଲ୍‌ ମିଟ୍‌ ପୂର୍ବରୁ କ୍ୱିଜ ମାଷ୍ଟର ଅଜୟ ପୁନିଆଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର,୩।୮: ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ୍‌। ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଶନିବାର ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱରସ୍ଥିତ କ୍ରିଷ୍ଟାଲ କ୍ରାଉନ ହୋଟେଲରେ ହେବାକୁ ଥିବା ଏହି ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ଦୁଇଦିନ ଧରି ଅନୁଷ୍ଠିତ ହେବ। ପ୍ରଥମ ଦିନ ପ୍ରିଲିମ ହେବାକୁ ଥିବାବେଳେ ଦ୍ୱିତୀୟ ଦିନ ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ। ଶନିବାର ସକାଳ ପ୍ରାୟ ୯ଟାରୁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।

କ୍ୱିଜିଙ୍ଗ ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ବୃଦ୍ଧି କରିବା ସହିତ ରାଜ୍ୟରେ କ୍ୱିଜିଙ୍ଗକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ ୨୦୧୬ରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ତା’ର ଲକ୍ଷ୍ୟ ହାସଲ କରିପାରିଛି। ୨୦୧୬ ପ୍ରଥମ ସଂସ୍କରଣରେ ମାତ୍ର ୧୮ଟି ଶିକ୍ଷାନୁଷ୍ଠାନ ଭାଗ ନେଇଥିବାବେଳେ ଏବେ ତାହା ୮୦ ଉପରେ ପହଞ୍ଚିଛି। ଉଚ୍ଚମାନର କ୍ୱିଜିଙ୍ଗ ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ବଢ଼ିଥିବାବେଳେ ପ୍ରତିବର୍ଷ ଏଥିରେ ଅଂଶଗ୍ରହଣ କରିବା ପାଇଁ ଏମାନେ ଉତ୍ସାହର ସହିତ ଅପେକ୍ଷା କରିଥାନ୍ତି। ଚଳିତବର୍ଷ ରାଜ୍ୟରୁ ମୋଟ ୮୨ଟି ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିଛନ୍ତି।

ଜୁନିୟର ଗ୍ରୁପରେ ୪୨ଟି ଟିମ ଥିବାବେଳେ ସିନିୟର ଗ୍ରୁପରେ ୪୦ଟି ଟିମ ରହିଛନ୍ତି। ଜୁନିୟର ଗ୍ରୁପରେ ଭୁବନେଶ୍ୱର, କଟକ, ପୁରୀ, ରାଉରକେଲା, ବୁର୍ଲା, ବାଲେଶ୍ବର, ଭଦ୍ରକ ଓ ଢେଙ୍କାନାଳର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଥିବାବେଳେ ସିନିୟର ଗ୍ରୁପରେ ଭୁବନେଶ୍ୱର, କଟକ, ପୁରୀ, କୋରାପୁଟ, ବାଲେଶ୍ବର, ବ୍ରହ୍ମପୁର, ରାଉରକେଲା ଏବଂ ବୁର୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଛନ୍ତି। ଏଥର ବି ‘ମେଟଲ ମିଟ’ରେ କୁଇଜ ମାଷ୍ଟର ଅଜୟ ପୁନିଆ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri