Posted inଜାତୀୟ

‘ସଂରକ୍ଷିତ ପ୍ରାର୍ଥୀ ଅଧିକ ନମ୍ବର ରଖିଥିଲେ ସାଧାରଣ ବର୍ଗ ପଦବୀ ପାଇଁ ହକ୍‌ଦାର’

ଗୁଆହାଟୀ,୨୯।୪: ସଂରକ୍ଷିତ ବର୍ଗ ପ୍ରାର୍ଥୀ ସାଧାରଣ ବର୍ଗର ଅନ୍ତିମ ପ୍ରାର୍ଥୀଙ୍କଠାରୁ ଅଧିକ ନମ୍ବର ରଖିଥିଲେ, ସେ ଜେନେରାଲ କାଟାଗୋରି ପାଇଁ ଉଦ୍ଦିଷ୍ଟ ପଦବୀ କିମ୍ବା ସିଟ୍‌ ପାଇବାକୁ ହକ୍‌ଦାର ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏନେଇ ରାଜସ୍ଥାନ ହାଇକୋର୍ଟଙ୍କ ରାୟକୁ ସର୍ବୋଚ୍ଚ ଅଦାଲତ କାଏମ ରଖିଛନ୍ତି। ନିଯୁକ୍ତି ପାଇଥିବା ୨ଅଣସଂରକ୍ଷିତ ପ୍ରାର୍ଥୀଙ୍କ ଠାରୁ ୨ ଜଣ ଓବିସି ଆଶାୟୀ ଅଧିକ ନମ୍ବର ରଖିଥିବାରୁ ସେମାନଙ୍କୁ ସାଧାରଣ ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ପଦବୀରେ ନିଯୁକ୍ତି ଦେବାକୁ ରାଜସ୍ଥାନ ହାଇକୋର୍ଟ କହିଥିଲେ।

ଏହାକୁ ଭାରତ ସଂଚାର ନିଗମ ଲିଃ (ବିଏସ୍‌ଏନ୍‌ଏଲ୍‌) ପକ୍ଷରୁ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରାଯାଇଥିଲା। ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ବି.ଭି. ନାଗରତ୍ନଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, ମେରିଟ୍‌ ଲିଷ୍ଟରେ ଆଗରେ ଥିବା ସଂରକ୍ଷିତ ବର୍ଗର ପ୍ରାର୍ଥୀ ଅଣସଂରକ୍ଷିତ ବର୍ଗ ପାଇଁ ଉଦ୍ଦିଷ୍ଟ ପଦବୀ ବା ସିଟ୍‌ ପାଇବାକୁ ଦାବି ଜଣାଇପାରିବେ। ଏନେଇ ଖଣ୍ଡପୀଠ ରାୟ ପ୍ରଦାନ ବେଳେ ୧୯୯୨ର ଇନ୍ଦ୍ରା ସାହାନି ବନାମ କେନ୍ଦ୍ର ସରକାର ମାମଲା ରାୟର ସହାୟତା ନେଇଥିଲେ।

ରିପୋର୍ଟ ଅନୁଯାୟୀ ବିଏସ୍‌ଏନ୍‌ଏଏଲ୍‌ ଏହାର ରାଜସ୍ଥାନ ସର୍କଲରେ କେତେକ ଟେଲିକମ୍‌ ଟେକ୍‌ନିକାଲ ଆସିଷ୍ଟାଣ୍ଟ (ଟିଟିଏ) ପଦବୀରେ ନିଯୁକ୍ତି ଲାଗି ୨୦୦୮ ଅକ୍ଟୋବର ୬ରେ ବିଜ୍ଞପ୍ତି ପ୍ରକାଶ କରିଥିଲା। ନିଯୁକ୍ତି ପାଇଥିବା ୨ ସାଧାରଣ ବର୍ଗ ପ୍ରାର୍ଥୀଙ୍କଠାରୁ ଓବିସି ପ୍ରାର୍ଥୀ ଆଲୋକ କୁମାର ଯାଦବ ଏବଂ ଦିନେଶ କୁମାର ଅଧିକ ନମ୍ବର ରଖିଥିଲେ। ତେଣୁ ଉଭୟେ ସାଧାରଣ ବର୍ଗଙ୍କ ପଦବୀରେ ନିଯୁକ୍ତ ହେବାକୁ ଯୋଗ୍ୟ। ପଛୁଆ ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ଅବଶିଷ୍ଟ ପଦବୀରେ ଓବିସିର ଅନ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯାଇପାରିବ ବୋଲି ହାଇକୋର୍ଟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri