Posted inଜାତୀୟ

‘ସଂରକ୍ଷିତ ପ୍ରାର୍ଥୀ ଅଧିକ ନମ୍ବର ରଖିଥିଲେ ସାଧାରଣ ବର୍ଗ ପଦବୀ ପାଇଁ ହକ୍‌ଦାର’

ଗୁଆହାଟୀ,୨୯।୪: ସଂରକ୍ଷିତ ବର୍ଗ ପ୍ରାର୍ଥୀ ସାଧାରଣ ବର୍ଗର ଅନ୍ତିମ ପ୍ରାର୍ଥୀଙ୍କଠାରୁ ଅଧିକ ନମ୍ବର ରଖିଥିଲେ, ସେ ଜେନେରାଲ କାଟାଗୋରି ପାଇଁ ଉଦ୍ଦିଷ୍ଟ ପଦବୀ କିମ୍ବା ସିଟ୍‌ ପାଇବାକୁ ହକ୍‌ଦାର ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏନେଇ ରାଜସ୍ଥାନ ହାଇକୋର୍ଟଙ୍କ ରାୟକୁ ସର୍ବୋଚ୍ଚ ଅଦାଲତ କାଏମ ରଖିଛନ୍ତି। ନିଯୁକ୍ତି ପାଇଥିବା ୨ଅଣସଂରକ୍ଷିତ ପ୍ରାର୍ଥୀଙ୍କ ଠାରୁ ୨ ଜଣ ଓବିସି ଆଶାୟୀ ଅଧିକ ନମ୍ବର ରଖିଥିବାରୁ ସେମାନଙ୍କୁ ସାଧାରଣ ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ପଦବୀରେ ନିଯୁକ୍ତି ଦେବାକୁ ରାଜସ୍ଥାନ ହାଇକୋର୍ଟ କହିଥିଲେ।

ଏହାକୁ ଭାରତ ସଂଚାର ନିଗମ ଲିଃ (ବିଏସ୍‌ଏନ୍‌ଏଲ୍‌) ପକ୍ଷରୁ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରାଯାଇଥିଲା। ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ବି.ଭି. ନାଗରତ୍ନଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, ମେରିଟ୍‌ ଲିଷ୍ଟରେ ଆଗରେ ଥିବା ସଂରକ୍ଷିତ ବର୍ଗର ପ୍ରାର୍ଥୀ ଅଣସଂରକ୍ଷିତ ବର୍ଗ ପାଇଁ ଉଦ୍ଦିଷ୍ଟ ପଦବୀ ବା ସିଟ୍‌ ପାଇବାକୁ ଦାବି ଜଣାଇପାରିବେ। ଏନେଇ ଖଣ୍ଡପୀଠ ରାୟ ପ୍ରଦାନ ବେଳେ ୧୯୯୨ର ଇନ୍ଦ୍ରା ସାହାନି ବନାମ କେନ୍ଦ୍ର ସରକାର ମାମଲା ରାୟର ସହାୟତା ନେଇଥିଲେ।

ରିପୋର୍ଟ ଅନୁଯାୟୀ ବିଏସ୍‌ଏନ୍‌ଏଏଲ୍‌ ଏହାର ରାଜସ୍ଥାନ ସର୍କଲରେ କେତେକ ଟେଲିକମ୍‌ ଟେକ୍‌ନିକାଲ ଆସିଷ୍ଟାଣ୍ଟ (ଟିଟିଏ) ପଦବୀରେ ନିଯୁକ୍ତି ଲାଗି ୨୦୦୮ ଅକ୍ଟୋବର ୬ରେ ବିଜ୍ଞପ୍ତି ପ୍ରକାଶ କରିଥିଲା। ନିଯୁକ୍ତି ପାଇଥିବା ୨ ସାଧାରଣ ବର୍ଗ ପ୍ରାର୍ଥୀଙ୍କଠାରୁ ଓବିସି ପ୍ରାର୍ଥୀ ଆଲୋକ କୁମାର ଯାଦବ ଏବଂ ଦିନେଶ କୁମାର ଅଧିକ ନମ୍ବର ରଖିଥିଲେ। ତେଣୁ ଉଭୟେ ସାଧାରଣ ବର୍ଗଙ୍କ ପଦବୀରେ ନିଯୁକ୍ତ ହେବାକୁ ଯୋଗ୍ୟ। ପଛୁଆ ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ଅବଶିଷ୍ଟ ପଦବୀରେ ଓବିସିର ଅନ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯାଇପାରିବ ବୋଲି ହାଇକୋର୍ଟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri