Posted inଖେଳ

ଅଶ୍ୱିନଙ୍କ କ୍ୟାରିୟରର ସବୁଠୁ ଖରାପ ଦିନ, ପ୍ରଥମ ଥର ପାଇଁ ଘଟିଲା ଏଭଳି

ନୂଆଦିଲ୍ଲୀ,୧୮।୧୦: ଟିମ୍‌ ଇଣ୍ଡିଆର ଭେଟେରାନ ସ୍ପିନର ଆର୍‌. ଅଶ୍ୱିନଙ୍କ ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍‌ ସ୍ମରଣୀୟ ହୋଇ ରହିବ। କାରଣ ମ୍ୟାଚ୍‌ର ପ୍ରଥମ ଇନିଂସରେ ତାଙ୍କ ସହ ଏଭଳି କିଛି ଘଟିଛି ଯାହା ସେ କେବେ ସ୍ବପ୍ନରେ ବି ଭାବି ନ ଥିଲେ।

ଅଶ୍ୱିନ ଏହି ମ୍ୟାଚ୍‌ର ପ୍ରଥମ ଇନିଂସରେ ୧୬ ଓଭର ବୋଲିଂ କରିଥିଲେ। ଏହି ସମୟରେ ସେ ୫.୮୭ ହାରରେ ୯୪ ରନ୍‌ ଦେଇ ମାତ୍ର ୧ ଉଇକେଟ ନେଇଥିଲେ। ଅଶ୍ୱିନ ମହଙ୍ଗା ସାବ୍ୟସ୍ତ ହେବା ବହୁତ କମ୍‌ ଦେଖିବାକୁ ମିଳିଥାଏ। ତେବେ ସେ ଇନିଂସର ୮୦ତମ ଓଭରରେ ମୋଟ ୨୦ ରନ୍‌ ଦେଇଥିଲେ। ସେଥିରେ ୩ ଚୌକା ଏବଂ ୧ ଛକା ସାମିଲ ଥିଲା। ସେ ତାଙ୍କ ଟେଷ୍ଟ କ୍ୟାରିୟରରେ ପ୍ରଥମ ଥର ପାଇଁ ଗୋଟିଏ ଓଭରରେ ୨୦ ରନ୍‌ ଦେଇଥିଲେ।

ଏହି ମ୍ୟାଚ୍‌ ପୂର୍ବରୁ ଅଶ୍ୱିନ ନିଜ ଟେଷ୍ଟ କ୍ୟାରିୟରରେ କେବେ ବି ଗୋଟିଏ ଓଭରରେ ୧୭ରୁ ଅଧିକ ରନ୍‌ ଦେଇ ନ ଥିଲେ। ସେହିଭଳି ୨୦୧୬ ପରେ ପ୍ରଥମ ଥର ପାଇଁ ସେ କୌଣସି ଓଭରରେ ୧୭ ଅଥବା ଅଧିକ ରନ୍‌ ଦେଇଛନ୍ତି। କେବଳ ଏତିକି ନୁହେଁ ୨୦ ଥର ପାଇଁ ସେ ଭାରତରେ କୌଣସି ଟେଷ୍ଟ ମ୍ୟାଚ୍‌ର ଇନିଂସରେ ୧ ଉଇକେଟ ନେଇଛନ୍ତି।

ତେବେ ଟିମ୍‌ ଇଣ୍ଡିଆ ଲାଗି ଏହି ଇନିଂସରେ କୁଲଦୀପ ଯାଦବ ଏବଂ ରବିନ୍ଦ୍ର ଜାଡେଜା ସବୁଠାରୁ ସଫଳ ବୋଲର ପାଲଟିଥିଲେ। ଉଭୟ ୩ ଲେଖାଏ ଉଇକେଟ ନେଇଥିଲେ। ଏହାଛଡ଼ା ମହମ୍ମଦ ସିରାଜ ମଧ୍ୟ ୨ ଉଇକେଟ ନେଇଥିଲେ। ବୁମ୍‌ରା ମଧ୍ୟ କେବଳ ୧ ଉଇକେଟ ହାସଲ କରିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?