Posted inଜାତୀୟ

ପରେଡ୍‌ରେ ସ୍ଥାନ ପାଇବ ୨୫ ପ୍ରଜ୍ଞାପନ ମେଢ଼

ନୂଆଦିଲ୍ଲୀ,୨୩।୧: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ବିଭିନ୍ନ ରାଜ୍ୟ ତଥା ବିଭାଗ ଓ ସଶସ୍ତ୍ର ବଳର ୨୫ଟି ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇବ। ଏହା ବ୍ୟତୀତ ୧୬ ମାର୍ଚ୍ଚିଂ କଣ୍ଟିଜେଣ୍ଟ ଏବଂ ୧୭ ସାମରିକ ବ୍ୟାଣ୍ଡ୍‌ ପରେଡରେ ସାମିଲ ହେବ ବୋଲି ଭାରତୀୟ ସେନା ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ଏହା ବ୍ୟତୀତ ପରେଡ୍‌ରେ ଗୋଟିଏ ପିଟି-୭୬ ଟ୍ୟାଙ୍କ, ଗୋଟିଏ ସେଞ୍ଚୁରିଅନ୍‌ ଟ୍ୟାଙ୍କ, ୨ଟି ଏମ୍‌ବିଟି ଅର୍ଜୁନ ଏମ୍‌କେ-୧ ଟ୍ୟାଙ୍କ, ଗୋଟିଏ ଏପିସି ଟୋପାସ୍‌ ଆର୍ମର୍ଡ କ୍ୟାରିୟର ସ୍ଥାନ ପାଇବାକୁ ଥିବାବେଳେ କମାଣ, ତୋପ, ଇଲେକ୍ଟ୍ରୋନିକ ଯୁଦ୍ଧାସ୍ତ୍ର, ମିଶାଇଲ ଆଦି ସାମିଲ ହେବ।

ତିନି ବାହିନୀର ପ୍ରତିନିଧିଙ୍କ ବ୍ୟତୀତ କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀ, ସିଆର୍‌ପିଏଫ୍‌, ସିଆଇଏସ୍‌ଏଫ୍‌, ସଶସ୍ତ୍ର ସୀମା ବଳ (ଏସ୍‌ଏସ୍‌ବି), ଭାରତୀୟ ତଟ ସୁରକ୍ଷା ବାହିନୀ (ଆଇସିଜି), ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ର କଣ୍ଟିଜେଣ୍ଟ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଭାଗ ନେବେ। ଚଳିତ ବର୍ଷ ପରେଡରେ ଦୁଇଜଣ ପରମବୀର ଚକ୍ର ଓ ଜଣେ ଅଶୋକ ଚକ୍ର ପୁରସ୍କାରପ୍ରାପ୍ତ ସୈନ୍ୟ ଉପସ୍ଥିତ ରହିବେ। ପରେଡ୍‌ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ଯୁଦ୍ଧ ସ୍ମାରକୀଠାରେ ଦେଶପାଇଁ ପ୍ରାଣବଳି ଦେଇଥିବା ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ପରେଡ୍‌ ପୂର୍ବାହ୍ନ ୧୦ଟା ୩୦ରେ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ଚାଲିବ। ଗୋଟିଏ ପୁରୁଷ ଆଇଟିବିପି ଏବଂ ଗୋଟିଏ ମହିଳା ବିଏସ୍‌ଏଫ୍‌ ଟିମ୍‌ ମୋଟରସାଇକେଲରେ କଳାକୌଶଳ ପ୍ରଦର୍ଶନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri