Posted inଜାତୀୟ

ପରେଡ୍‌ରେ ସ୍ଥାନ ପାଇବ ୨୫ ପ୍ରଜ୍ଞାପନ ମେଢ଼

ନୂଆଦିଲ୍ଲୀ,୨୩।୧: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ବିଭିନ୍ନ ରାଜ୍ୟ ତଥା ବିଭାଗ ଓ ସଶସ୍ତ୍ର ବଳର ୨୫ଟି ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇବ। ଏହା ବ୍ୟତୀତ ୧୬ ମାର୍ଚ୍ଚିଂ କଣ୍ଟିଜେଣ୍ଟ ଏବଂ ୧୭ ସାମରିକ ବ୍ୟାଣ୍ଡ୍‌ ପରେଡରେ ସାମିଲ ହେବ ବୋଲି ଭାରତୀୟ ସେନା ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ଏହା ବ୍ୟତୀତ ପରେଡ୍‌ରେ ଗୋଟିଏ ପିଟି-୭୬ ଟ୍ୟାଙ୍କ, ଗୋଟିଏ ସେଞ୍ଚୁରିଅନ୍‌ ଟ୍ୟାଙ୍କ, ୨ଟି ଏମ୍‌ବିଟି ଅର୍ଜୁନ ଏମ୍‌କେ-୧ ଟ୍ୟାଙ୍କ, ଗୋଟିଏ ଏପିସି ଟୋପାସ୍‌ ଆର୍ମର୍ଡ କ୍ୟାରିୟର ସ୍ଥାନ ପାଇବାକୁ ଥିବାବେଳେ କମାଣ, ତୋପ, ଇଲେକ୍ଟ୍ରୋନିକ ଯୁଦ୍ଧାସ୍ତ୍ର, ମିଶାଇଲ ଆଦି ସାମିଲ ହେବ।

ତିନି ବାହିନୀର ପ୍ରତିନିଧିଙ୍କ ବ୍ୟତୀତ କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀ, ସିଆର୍‌ପିଏଫ୍‌, ସିଆଇଏସ୍‌ଏଫ୍‌, ସଶସ୍ତ୍ର ସୀମା ବଳ (ଏସ୍‌ଏସ୍‌ବି), ଭାରତୀୟ ତଟ ସୁରକ୍ଷା ବାହିନୀ (ଆଇସିଜି), ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ର କଣ୍ଟିଜେଣ୍ଟ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଭାଗ ନେବେ। ଚଳିତ ବର୍ଷ ପରେଡରେ ଦୁଇଜଣ ପରମବୀର ଚକ୍ର ଓ ଜଣେ ଅଶୋକ ଚକ୍ର ପୁରସ୍କାରପ୍ରାପ୍ତ ସୈନ୍ୟ ଉପସ୍ଥିତ ରହିବେ। ପରେଡ୍‌ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ଯୁଦ୍ଧ ସ୍ମାରକୀଠାରେ ଦେଶପାଇଁ ପ୍ରାଣବଳି ଦେଇଥିବା ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ପରେଡ୍‌ ପୂର୍ବାହ୍ନ ୧୦ଟା ୩୦ରେ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ଚାଲିବ। ଗୋଟିଏ ପୁରୁଷ ଆଇଟିବିପି ଏବଂ ଗୋଟିଏ ମହିଳା ବିଏସ୍‌ଏଫ୍‌ ଟିମ୍‌ ମୋଟରସାଇକେଲରେ କଳାକୌଶଳ ପ୍ରଦର୍ଶନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri