Posted inଜାତୀୟ

ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଆର.ଜି. କର ପୀଡ଼ିତାଙ୍କ ବାପା: ଝିଅର ମୃତଦେହ ପଡିଥିବାବେଳେ…

କୋଲକାତା,୬ା୯:ଆର୍‌.ଜି. କର ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲରେ ବଳାତ୍କାର ଓ ହତ୍ୟାର ଶିକାର ହୋଇଥିବା ପିଜି ଛାତ୍ରୀଙ୍କ ବାପା କୋଲକାତା ପୋଲିସ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ୩୧ ବର୍ଷୀୟା ମହିଳା ଡାକ୍ତରଙ୍କ ମୃତ୍ୟୁ ପରେ ତାଙ୍କ ମୃତଦେହକୁ ପରିବାର ଲୋକେ ଅଧିକ ତଦନ୍ତ ପାଇଁ ରଖିବାକୁ ଚାହୁଁଥିଲେ। କିନ୍ତୁ ସେମାନଙ୍କୁ ଶବ ସତ୍କାର କରିବାକୁ ବାଧ୍ୟ କରାଯାଇଥିଲା। ସାମ୍ନାରେ ଝିଅର ମୃତଦେହ ପଡ଼ିଥିବାବେଳେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ମାମଲା ରଫାଦଫା କରିବା ପାଇଁ ସେମାନଙ୍କୁ ଟଙ୍କା ଯାଚିଥିଲେ ବୋଲି ସେ କହିଛନ୍ତି।
କୋଲକାତାସ୍ଥିତ ଏହି ସରକାରୀ ହସ୍ପିଟାଲ ସମ୍ମୁଖରେ ବୁଧବାର ରାତିରେ ସ୍ଥାନୀୟ ଲୋକଙ୍କ ବିକ୍ଷୋଭରେ ସାମିଲ ହୋଇ ପୀଡ଼ିତାଙ୍କ ମା’ବାପା ଓ ସମ୍ପର୍କୀୟମାନେ ସିଟି ପୋଲିସ ବିରୋଧରେ ଅନେକ ସଙ୍ଗିନ ଅଭିଯୋଗ ଆଣିଛନ୍ତି। ପୀଡ଼ିତାଙ୍କ ବାପା ଗଣମାଧ୍ୟମକୁ କହିଛନ୍ତି, ଝିଅର ମୃତଦେହ ସଂରକ୍ଷିତ ରଖିବାକୁ ଆମେ ଚାହୁଁଥିଲୁ। କିନ୍ତୁ ପ୍ରାୟ ୩୦୦ରୁ ୪୦୦ ପୋଲିସ କର୍ମଚାରୀ ଆମକୁ ଘେରି ରହିଥିଲେ। ଘରକୁ ଫେରି ଦେଖିଲୁ ଯେ, ୩୦୦ ପୋଲିସ ବାହାରେ ଛିଡ଼ା ହୋଇଛନ୍ତି। ସେମାନେ ଏପରି ସ୍ଥିତି ସୃଷ୍ଟି କରିଥିଲେ ଯେ, ଆମେ ମୃତଦେହ ସତ୍କାର କରିବାକୁ ବାଧ୍ୟ ହୋଇଥିଲୁ ବୋଲି କହିଛନ୍ତି। ସେଠାରେ କେତେଜଣ ପୋଲିସ ଅଫିସର ସାଦା କାଗଜରେ ପୀଡ଼ିତାଙ୍କ ବାପାଙ୍କ ସ୍ବାକ୍ଷର ନେବାକୁ ଉଦ୍ୟମ କରିଥିଲେ। କିନ୍ତୁ ସେ ସେହି କାଗଜଗୁଡ଼ିକୁ ଚିରି ଫୋପାଡ଼ି ଦେଇଥିଲେ। ଆର୍‌.ଜି. କର ହସ୍ପିଟାଲରେ ଆନ୍ଦୋଳନରତ ଡାକ୍ତରମାନଙ୍କୁ ପୂର୍ଣ୍ଣ ସମର୍ଥନ କରି ପୀଡ଼ିତାଙ୍କ ମା’ କହିଛନ୍ତି, ମୁଁ ଶୋଇପାରୁ ନାହିଁ। ତେଣୁ ଅପରାଧୀମାନଙ୍କ ନିଦ ହଜାଇଦେବାକୁ ଚାହୁଁଛି। ଝିଅକୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ବିକ୍ଷୋଭ ଜାରି ରହିବା ଉଚିତ।
ପ୍ରକାଶ ଯେ, ଅଗଷ୍ଟ ୮ ରାତିରେ ଉକ୍ତ ହସ୍ପିଟାଲରେ ପିଜି ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା କରାଯାଇଥିଲା। ଏହାର ଦିନକ ପରେ ଘଟଣା ସମ୍ପର୍କରେ ଜଣାପଡ଼ିଥିଲା। ସେବେଠୁ ଏହି ପ୍ରସଙ୍ଗରେ ରାଜନୀତି ଜୋର୍‌ ଧରିଛି। ବିରୋଧୀ ଭାଜପା ଶାସକ ଟିଏମ୍‌ସି ବିରୋଧରେ ଅଭିଯୁକ୍ତମାନଙ୍କୁ ସୁରକ୍ଷା ପ୍ରଦାନର ଅଭିଯୋଗ ଆଣି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଘେରିବାରେ ଲାଗିଛି। ଏନେଇ ଟିଏମ୍‌ସି କହିଛି, ପୀଡ଼ିତାଙ୍କ ମା’ବାପା ନ୍ୟାୟ ଚାହଁାନ୍ତି। ସେମାନଙ୍କୁ ନ୍ୟାୟ ମିଳୁ। କିନ୍ତୁ ଏହାକୁ ନେଇ ରାଜନୀତି କରାଯିବା ଅନୁଚିତ। ବିରୋଧୀ ଏକ ଭିଡିଓ ଭାଇରାଲ କରି ମିଛକୁ ସତ କରିବାକୁ ଉଦ୍ୟମ ଚଳାଇଛନ୍ତି ବୋଲି ମମତାଙ୍କ କ୍ୟାବିନେଟରେ ମନ୍ତ୍ରୀ ଥିବା ଶଶୀ ପଞ୍ଜା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ପୁଅ ପାଇଁ ନିଜ ଝିଅର ବଳି ଦେଲେ ମା’, ତାନ୍ତ୍ରିକଙ୍କ ନିର୍ଦ୍ଦେଶରେ…ପୂରା ଘଟଣା ଜାଣିଲେ ଥରିଉଠିବ ଦେହ

ରାଞ୍ଚି,୨।୪: ଝାଡ଼ଖଣ୍ଡର ହଜାରୀବାଗ ଜିଲାର ବିଷ୍ଣୁଗଡ଼ ଥାନା ଅଞ୍ଚଳର କୁସୁମ୍ଭା ଗାଁରେ ଜଣେ ୧୩ ବର୍ଷୀୟା ଝିଅର ହତ୍ୟା ଘଟଣାରେ ପୋଲିସ ଏକ ଚାଞ୍ଚଲ୍ୟକର ଖୁଲାସା କରିଛି।…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ଯୁଦ୍ଧ ମଧ୍ୟରେ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି : ଏହି ଉତ୍ପାଦ ଉପରେ ଜୁନ ଯାଏ…

ନୂଆଦିଲ୍ଲୀ,୨।୪: ଆଜି ମଧ୍ୟପ୍ରାଚ୍ୟ ଯୁଦ୍ଧର ୩୪ତମ ଦିନ। ଏହି ଯୁଦ୍ଧ ବିଶ୍ୱ ବାଣିଜ୍ୟ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଛି। ଏହି ସମୟରେ, ଭାରତ ସରକାର ଏକ…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri