ଆର.ଉଦୟଗିରି-ଶରଳାପଦର ରାସ୍ତା ମରଣଯନ୍ତା

ଆର.ଉଦୟଗିରି,୬ା୯(ଡି.ଏନ.ଏ.): ଆର.ଉଦୟଗିରି ଥାନା ଶରଳାପଦରରୁ ଆର.ଉଦୟଗିରି ରାସ୍ତା ମରଣଯନ୍ତା ପାଲଟିଛି। ୨୦୦୮ରେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ଏହି ରାସ୍ତା କାମ ହୋଇଥିଲା। ଆଜି ପର୍ଯ୍ୟନ୍ତ ଏହି ରାସ୍ତାରେ ମାଟି ମଧ୍ୟ ପଡିନାହିଁ। ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା କାମ ସରିବା ପରେ ଏହି ରାସ୍ତାକୁ ପିଡବ୍ଲ୍ୟୁଡି ବିଭାଗକୁ ହସ୍ତାନ୍ତର କରାଯାଇଛି। ପୂର୍ତ୍ତ ବିଭାଗ ପ୍ରତିବର୍ଷ ଲକ୍ଷ ଲକ୍ଷ ଟଙ୍କାର ବିଲ୍‌ ଦେଖାଉଥିବା ବେଳେ ପ୍ରକୃତରେ କୌଣସି କାମ ଏହି ରାସ୍ତାରେ ଦେଖିବାକୁ ମିଳୁନି। ରାସ୍ତା ଅବସ୍ଥା ଭଲ ଥିଲା, କିଛି ଦିନ ହେବ ଅଦିନିଆ ବର୍ଷା ହୋଇ ରାସ୍ତା ଅବସ୍ଥା ଅତି ଶୋଚନୀୟ ହୋଇଯାଇଛି। କିଛି ଦିନ ତଳେ ବର୍ଷାରେ ଘୋଡାନାଳ ନିକଟରେ ବଣରୁ ବଡ ବଡ ପଥର ଖସି ରାସ୍ତା ପାର୍ଶ୍ୱରେ ପଡିଛି। କିନ୍ତୁ ଆଜିସୁଦ୍ଧା ପୂର୍ତ୍ତ ବିଭାଗ ଅଧିକାରୀ ଉଠାଇବାର ନାଁ ଧରୁନାହାନ୍ତି। ଫଳରେ ଗାଡିମୋଟର ଯାତାୟାତ ବେଳେ ବହୁ ଅସୁବିଧା ହେଉଛି। ବର୍ଷା ଜଳରେ ରାସ୍ତା ଦୁଇ ପାର୍ଶ୍ୱ ଆଣ୍ଠୁଏ ଖାଲ ହୋଇଥିବାରୁ ଏହି ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏଥିପ୍ରତି ପୂର୍ତ୍ତ ବିଭାଗ ଦୃଷ୍ଟିଦେଇ ରାସ୍ତା ମରାମତି କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି । ୬ଟି ପଞ୍ଚାୟତର ପ୍ରାୟ ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ରାସ୍ତା ଦେଇ ଯାତାୟାତ କରନ୍ତି। ପ୍ରତିଦିନ 1ଯାତ୍ରୀବାହୀ ଗାଡ଼ିଠାରୁ ଆରମ୍ଭ କରି ଦୁଇଚକିଆ ଗାଡ଼ି ୧୦୦ରୁ ଊର୍ଦ୍ଧ୍ୱ ଯାତାୟାତ କରନ୍ତି। ରାସ୍ତାସାରା ଖାଲଖମା ଯୋଗୁ ସେମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି ଯେ, ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ରାସ୍ତା କାମ ସରିବା ପରେ ୫ ବର୍ଷ ପର୍ଯ୍ୟନ୍ତ ଏହି ରାସ୍ତାର ମରାମତି ହେବା କଥା। ମାତ୍ର ଏହାପରେ ବିଭିନ୍ନ ସ୍ଥାନରେ ଖାଲଖମା ହୋଇଥିଲେ ମଧ୍ୟ କାମ ହୋଇନାହିଁ। ଶରଳାପଦରଠାରୁ ଆର.ଉଦୟଗିରି ୧୦କିଲୋମିଟର ରାସ୍ତା ବର୍ତ୍ତମାନ ମରଣଯନ୍ତା ପାଲଟିଛି। ସାମାନ୍ୟ ବର୍ଷାରେ ଖାଲରେ ଆଣ୍ଠୁଏ ପାଣି ଜମି ଦୁର୍ଘଟଣା ଘଟୁଛି। ତେବେ ତୁରନ୍ତ ଏହି ରାସ୍ତା କାମ ନ ହେଲେ ସମ୍ବଲପର ସରପଞ୍ଚ ଜଗନ୍ନାଥ ଗମାଙ୍ଗ, ତାଣ୍ଡିଗୁଡା ଗ୍ରାମର ବିକ୍ରମ ଆନନ୍ଦ ଓ ଅଞ୍ଚଳବାସୀ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ଏ ନେଇ ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଭାକର ବେହେରାଙ୍କ ସହ ଯୋଗାଯୋଗ କରିବାରୁ ସେ କହିଥିଲେ, ସେହି ରାସ୍ତାକୁ ପୂର୍ତ୍ତ ବିଭାଗକୁ ଦୁଇ ବର୍ଷ ହେବ ହସ୍ତାନ୍ତର କରାଯାଇଛି। ସେ ରାସ୍ତା ମରାମତି କାମ କରିବେ। ଅନ୍ୟପଟେ ପୂର୍ତ୍ତ ବିଭାଗର ପାରଳାଖେମୁଣ୍ଡି ନିର୍ବାହୀ ଯନ୍ତ୍ରୀ ଅଶୋକ କୁମାର ଦାସଙ୍କୁ ପଚାରିବାରୁ ଉକ୍ତ ରାସ୍ତା ପାଇଁ କୌଣସି ଟଙ୍କା ଆସୁନି ଆମେ କିପରି କାମ କରିବୁ । ଉପର ଅଧିକାରୀଙ୍କୁ କହି ଟଙ୍କା ଆଣିଲେ କାମ କରିବୁ ବୋଲି କହିଥିଲେ। ଆର.ଉଦୟଗିରି ସବ୍‌ଡିଭିଜନରେ ଦୀର୍ଘ ମାସ ହେବ ସହକାରୀ ଯନ୍ତ୍ରୀ ପଦବୀ ଖାଲି ପଡିବା ସହ ଆର.ଉଦୟଗିରି ଓ ଖଜୁରିପଦା ସେକ୍ସନରେ ଦୀର୍ଘ ମାସ ହେଲା ସହକାରୀ କନିଷ୍ଠ ଯନ୍ତ୍ରୀ ପଦବୀ ଖାଲି ପଡିଛି। ଏହି ବିଷୟ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଉଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏହି ସବ୍‌ଡିଭିଜନରେ ଏକମାତ୍ର କନିଷ୍ଠ ଯନ୍ତ୍ରୀରେ ଅଫିସ ଚାଲିଛି। ବିଭାଗୀୟ ମନ୍ତ୍ରୀ ଦୃଷ୍ଟି ଦେଇ ଆର.ଉଦୟଗିରି ସବ୍‌ଡିଭିଜନ ପୂର୍ତ୍ତ ବିଭାଗରେ ଖାଲି ପଡିଥିବା ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ସହକାରୀ କନିଷ୍ଠ ଯନ୍ତ୍ରୀ ନିଯୁକ୍ତି କରିବାକୁ ଦାବି ହେଉଛି। ଏଥିସହ ଆର.ଉଦୟଗିରିରୁ ଶରଳାପଦର ରାସ୍ତା ନିର୍ମାଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri