ସଙ୍ଗୀତରେ ପରିବେଶ ସୁରକ୍ଷା ବାର୍ତ୍ତା ଦେଲେ ରାହଗିର

ଭୁବନେଶ୍ୱର,୨୫। ୧୧(ସୁଚିସ୍ମିତା ସାହୁ): ଧରିତ୍ରୀ ‘ୟୁଥ୍‌ କନ୍‌କ୍ଲେଭ-୨୦୨୫’ର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ରାହଗିର ଭାବେ ପରିଚିତ ସୁନୀଲ କୁମାର ଗୁର୍ଜ୍ଜରୀ ସଙ୍ଗୀତ ପରିବେଷଣ କରିଥିଲେ। ସେ ସାଏରି ଓ ସଙ୍ଗୀତ ମାଧ୍ୟମରେ ପରିବେଶକୁ ସୁରକ୍ଷିତ ରଖିବା, ଗଛ ନ କାଟି ତା’ର ଯତ୍ନ ନେବା ପ୍ରଭୃତି ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ। ନିଜ ଆଖପାଖ ପରିବେଶକୁ କିପରି ସୁରକ୍ଷିତ ରଖିହେବ, ସେ ନେଇ ସଚେତନ କରାଇଥିଲେ ରାହଗିର। ତାଙ୍କର ସଙ୍ଗୀତ ଉପସ୍ଥିତ ଦର୍ଶକଙ୍କ ମନ ଜିଣିଥିଲା। ସେ ସଙ୍ଗୀତ ମଧ୍ୟରେ ସାଏରି କହି ଯୁବପିଢ଼ିଙ୍କୁ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମରେ ପ୍ରଥମେ ‘ଭାଇ ରାହଗିର ୟେ ହମ୍‌’, ‘କୌନ୍‌ସି ଗାଡ଼ି ପେ ଚଢ଼ଗଏ..’, ‘ଆଦମୀ ଚୁତିୟା ହୈ..’, ‘ଓ ମେରି ପ୍ରେମିକା..’, ‘କ୍ୟା ଜୟପୁର କ୍ୟା ଦିଲ୍ଲୀ..’, ‘ଏକ କଚ୍ଛା ଘଡ଼ା..’ ଏବଂ ‘ରାହଗିର..’ ଭଳି ଅନେକ ପରିବେଶ ସଚେତନତା ବାର୍ତ୍ତାଭିତ୍ତିକ ସଙ୍ଗୀତ ପରିବେଷଣ କରିଥିଲେ, ଯାହା ସମସ୍ତଙ୍କୁ ବିମୋହିତ କରିଥିଲା। ତାଙ୍କ ସ୍ବରର ଯାଦୁରେ ଦର୍ଶକମାନେ ଖୁସିରେ ଝୁମିଥିଲେ। ଶେଷରେ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଓ ସମ୍ପାଦକ ତଥାଗତ ସତପଥୀ ରାହଗିରଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୮୫% ଇଥାନଲ ମିଶା ଇନ୍ଧନରେ ଚାଲିବ କାର୍‌

ନୂଆଦିଲ୍ଲୀ,୨୨ା୪: ଅଶୋଧିତ ତୈଳ ଆମଦାନୀ ହ୍ରାସ କରିବା ସହ ପ୍ରଦୂଷଣ କମାଇବା ପାଇଁ ଗତ ଏପ୍ରିଲ ୧ରୁ ଭାରତରେ ଇ୨୦ ପେଟ୍ରୋଲ (୨୦ ପ୍ରତିଶତ ଇଥାନଲ ଓ…

ସବୁଠୁ ଉତ୍ତପ୍ତ ୨୦ ସହର ମଧ୍ୟରୁ ୧୯ ଭାରତରେ

ନୂଆଦିଲ୍ଲୀ,୨୨ା୪: ଭାରତ ଏବେ ବିଶ୍ୱ ଉତ୍ତାପ ବୃଦ୍ଧିର କେନ୍ଦ୍ରସ୍ଥଳ ପାଲଟିଛି। ବିଶ୍ୱର ୨୦ଟି ସବୁଠୁ ଉତ୍ତପ୍ତ ସହର ମଧ୍ୟରୁ ୧୯ଟି ଭାରତରେ ରହିଥିବା ଏକ୍ୟୁଆଇ ପକ୍ଷରୁ ଜାରି…

୨୩% ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୨ା୪: ଆଗାମୀ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପଶ୍ଚିମବଙ୍ଗ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୩ ପ୍ରତିଶତଙ୍କ…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri