ପଞ୍ଜାବ ଟିମ୍‌କୁ ଗଲେ ରବାଡା, ଅଷ୍ଟ୍ରେଲିୟ ଅଧିନାୟକଙ୍କ ପାଇଁ ୩ ଫ୍ରାଞ୍ଚାଇଜ୍‌ ମଧ୍ୟରେ ଲଢ଼େଇ

ବେଙ୍ଗାଲୁରୁ,୧୨।୨: ଦକ୍ଷିଣ ଆଫ୍ରିକାର ଏକ ନମ୍ବର ପେସ୍‌ ବୋଲର୍‌ କାଗିସୋ ରବାଡାଙ୍କୁ କିଣିଛି ପଞ୍ଜାବ୍‌ କିଙ୍ଗ୍ସ। ଏହି କ୍ରିକେଟର ୯.୨୫ କୋଟି ଟଙ୍କାରେ ନିଲାମ ହୋଇଛନ୍ତି। ଅପରପକ୍ଷେ ଅଷ୍ଟ୍ରେଲିଆ ଟେଷ୍ଟ ଟିମ୍‌ ଅଧିନାୟକ ପ୍ୟାଟ୍‌ କମିନ୍ସ ୭.୨୫ କୋଟି ଟଙ୍କାରେ ନିଲାମ ହୋଇଛନ୍ତି। ତାଙ୍କୁ ପୁଣି ଥରେ କୋଲକାତା ନାଇଟ ରାଇଡର୍ସ କିଣିଛି।

ରବାଡାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ ରିଟେନ୍‌ କରି ନ ଥିଲା। ଦଳର ଏହି ନିଷ୍ପତ୍ତିକୁ ଅନେକ ସମାଲୋଚନା କରିଥିଲେ। ହେଲେ ଶେଷରେ ୨୬ ବର୍ଷୀୟ ଏହି ଦ୍ରୁତ ବୋଲରଙ୍କୁ ପଞ୍ଜାବ ନିଜ ଟିମ୍‌ରେ ସାମିଲ କରିଛି। ସେ ଏଯାବତ ୫୦ ଆଇପିଏଲ୍‌ ମ୍ୟାଚ୍‌ ଖେଳିଥିବା ବେଳେ ୭୬ ଉଇକେଟ ନେଇଛନ୍ତି।

ସେହିଭଳି କମିନ୍ସଙ୍କ ଆଇପିଏଲ୍‌ ରେକର୍ଡ ବେଶ୍‌ ପ୍ରଶଂସନୀୟ। ଗତ ସଂସ୍କରଣରେ ଭଲ ପ୍ରଦର୍ଶନ କରିଥିଲେ। ସିଜନ୍‌ର ୭ ମ୍ୟାଚ୍‌ରେ ସେ ୯ ଉଇକେଟ ହାତେଇଥିଲେ। ଶନିବାର ସେ ତୃତୀୟ ଖେଳାଳି ଭାବେ ବିକ୍ରି ହୋଇଥିଲେ। ଗୁଜରାଟ ଟାଇଟସ୍‌ ଏବଂ କେକେଆର୍‌ ମଧ୍ୟରେ କମିନ୍ସଙ୍କୁ ନେଇ ମୂଲ୍ୟ ଡକାଯାଇଥିଲା। ଉଭୟ ଫ୍ରାଞ୍ଚାଇଜ ତାଙ୍କୁ ଛାଡ଼ିବାକୁ ପ୍ରସ୍ତୁତ ନ ଥିଲେ। ଶେଷରେ ଲକ୍ଷ୍ନୌ ଟିମ୍‌ ରେସ୍‌କୁ ଆସିଥିଲା। ମାତ୍ର କେକେଆର୍‌ ତାଙ୍କୁ ପୁଣିଥରେ ଦଳରେ ସାମିଲ କରିବାରେ ସଫଳ ହୋଇଥିଲା। ଗତ ଥର କୋଲକାତା ତାଙ୍କ ପାଇଁ ୧୫.୫୦ କୋଟି ଟଙ୍କା ଖର୍ଚ୍ଚ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri