ବର୍ଷାପରେ ରିଷିଡାରେ ହେଲା ରାବଣ ପୋଡି

ରିଷିଡା:୫।୧୦(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ାଠାରେ ରାବଣ ପୋଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅସତ୍ୟ ଉପରେ ସତ୍ୟର ବିଜୟର ପ୍ରତୀକ ବିଜୟାଦଶମୀ ଉପଲକ୍ଷେ ରିଷିଡ଼ାରେ ହେବାକୁ ଥିବା ରାବଣ ପୋଡ଼ିରେ ପ୍ରବଳ ବର୍ଷା ଯୋଗୁ ରାବଣ ପୋଡି ହୋଇପାରି ନ ଥିଲା । ତେଣୁ ଗତ ଚାରି ତାରିଖ ଶନିବାର ରାବଣ ପୋଡି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ପରିସରରେ ଥିବା ଖେଳପଡ଼ିଆରେ ବିଶାଳ ରାବଣ ପ୍ରତିମା ଦହନ ହେବାର ଝଲକ ଦେଖିବା ପାଇଁ ଲୋକଙ୍କର ଭିଡ ଲାଗିଥିଲା। ରାତି ୯ଟା ସମୟରେ ରାବଣ ଦହନ ସଫଳତାର ସହିତ ପାଳନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ନର୍ଲା ବିଧାୟକଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଉପାଧ୍ୟାକ୍ଷ ଦୁର୍ଗାପ୍ରସାଦ ମହାନ୍ତି (ମୁନା) ମୁଖ୍ୟ ଅତିଥି ଭାବେ ଉପସ୍ଥିତ ହୋଇ ପାରମ୍ପାରିକ ରୀତିରେ ତୀର ମାରି ରାବଣ ପ୍ରତିମୂର୍ତ୍ତିରେ ଅଗ୍ନି ସଂଯୋଗ କରିଥିଲେ । ସରପଞ୍ଚ ସେବତୀ ରଣା, ସମିତି ସଭ୍ୟ ନିମାଇଁ ଚରଣ ବେହେରା, ଉଦ୍ୟୋଗପତି ଶିବଲାଲ କେଡ଼ିଆ ସମ୍ମାନିତ ଅତିଥି ଭାବରେ ଉପସ୍ଥିତ ଥିବା ବେଳେ ମଞ୍ଚ ପରିଚାଳନା କରିଥିଲେ। ନରୋତ୍ତମ ସେଲମା, ରାବଣ ପୋଡ଼ି ସମୟରେ ‘ଜୟ ଶ୍ରୀରାମ’ ଧ୍ୱନିରେ ପୁରା ପରିସର ପ୍ରକମ୍ପିତ ହୋଇଉଠିଥିଲା। ଦୁର୍ଗାପୂଜା କମିଟି ପକ୍ଷରୁ ଡ୍ୟାନ୍ସ ପ୍ରତିଯୋଗିତା ପ୍ରଦର୍ଶନୀ ସହ ଏହି ଉତ୍ସବ ଲୋକମାନଙ୍କୁ ଧର୍ମ ଓ ସତ୍ୟର ପଥରେ ଅଗ୍ରସର ହେବାର ପ୍ରେରଣା ଦେଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ପୂଜକ ରୁଦ୍ର ମଣି ଦାସ ସହଯୋଗୀ ମନୁ ଦାସ, ଦାୟିତ୍ୱ ନିର୍ବାହ କରୁଥିବା ବେଳେ ପୂଜା କର୍ତ୍ତା ଭାବରେ ଅବସରପ୍ରାପ୍ତ ଶିକ୍ଷକ କ୍ଷୀରସାଗର ରଣା ଓ ତାଙ୍କ ଧର୍ମ ପତ୍ନୀ ରହିଛନ୍ତି। କମିଟିର ସଭାପତି ଭାବେ ଅଶୋକ କୁମାର ତ୍ରିପାଠୀ ଉପସଭାପତି ନରୋତ୍ତମ ସେଲମା ସମ୍ପାଦକ ଦୁଷ୍ମନ୍ତ ଲେଙ୍କା ସହ ସମ୍ପାଦକ ରଞ୍ଜନ କୁମାର ନାଏକ, ଏବଂ ଗ୍ରାମର ଯୁବ ଗୋଷ୍ଠୀ ବୁଦ୍ଧିଜିବୀ ତତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା ହେଉଥିବା ବେଳେ ଶନିବାର ପୂର୍ଣ୍ଣାଙ୍ଗ ସହ ପରିସମାପ୍ତି ହୋଇଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନଘାଟ ଯିବାକୁ ମିଳିଲାନି ରାସ୍ତା, ରୋଡ୍ ଉପରେ ଅନ୍ତିମ ସଂସ୍କାର କଲେ ପରିବାର

ପାଟନା,୩୦ା୧: ବିହାରର ବୈଶାଳୀରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ସୁରକ୍ଷିତ ରାସ୍ତା ନ ପାଇ କ୍ରୋଧିତ ମହାଦଳିତ ପରିବାର ରାସ୍ତାରେ ଜଣେ ବୃଦ୍ଧା ମହିଳାଙ୍କ…

ମନ୍ତ୍ରୀଙ୍କ ବାସଭବନରେ ସହାୟକଙ୍କ ମୃତ୍ୟୁ, ସପରିବାର ସହ…

ଭୁବନେଶ୍ୱର,୩୦ା୧: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସରକାରୀ ବାସଭବନରେ ସହାୟକ ଶଙ୍କର୍ଷଣ ନାଗଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବଲାଙ୍ଗୀର ଜିଲାର। ବିଦ୍ୟୁତ ଆଘାତରେ ସହାୟକଙ୍କ…

ଘରେ ପଶି ଚୋରି କରୁଥିଲେ ବାପପୁଅ, ଅଭିଯୁକ୍ତଙ୍କୁ ଧରି ସିନ୍‌ ରିକ୍ରିଏଶନ କଲା ଟାଉନ ପୋଲିସ

ବଲାଙ୍ଗୀର, ୩୦।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସିରିଜ ଚୋରି ଓ ଲୁଟ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ବାପପୁଅଙ୍କୁ ବଲାଙ୍ଗୀର ଟାଉନ ଥାନା ପୋଲିସ ଗିରଫ କରି…

ଆକ୍ଟିଭ୍‌ ହେଲା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ, ଜାଣନ୍ତୁ କାହିଁକି ହୋଇଥିଲା ଡିଆକ୍ଟିଭେଟ୍‌

ନୂଆଦିଲ୍ଲୀ,୩୦।୧: ହଠାତ୍‌ ଗାଏବ ହୋଇଯାଇଥିବା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ପୁଣିଥରେ ଆକ୍ଟିଭ୍‌ ହୋଇଛି। କୋହଲି ତାଙ୍କ ଆକାଉଣ୍ଟ ଡିଆଆଷ୍ଟିଭେଟ୍‌ କରିଦେଇଥିବା ପ୍ରଶଂସକ ଭାବୁଥିଲେ। କିନ୍ତୁ ଏହା…

ମହେନ୍ଦ୍ର ସିଂହ ଧୋନିଙ୍କୁ ହଠାତ ଭେଟିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ରାଜନୈତିକ ମହଲରେ ଖୁବ ଚର୍ଚ୍ଚା

ରାଞ୍ଚି,୩୦।୧: ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ହଠାତ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ମୁଖ୍ୟମନ୍ତ୍ରୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ…

ଜେଲ୍ ଭିତରେ ପ୍ରେମିକର ଜନ୍ମଦିନ ପାଳନ: ଭାଇରାଲ ହେଲା ଯୁବତୀଙ୍କ ‘ରିଲ୍ସ’

ନୂଆଦିଲ୍ଲୀ,୩୦।୧: ଛତିଶଗଡ଼ର ସବୁଠାରୁ ସୁରକ୍ଷିତ ଜେଲ୍‌ରୁ ଏକ ଚିନ୍ତାଜନକ ଦୃଶ୍ୟ ସାମ୍ନାକୁ ଆସିଛି। ଜଣେ ଯୁବତୀ ଜେଲ୍ ଭିତରେ ପଶି ନିଜ ପ୍ରେମିକକୁ ଭେଟିବା ସହ ସେଠାରେ…

ମହୁଲରୁ ହେବ ମୃଦୁପାନୀୟ, ଏନ୍‌ଆଇଟି-ଓର୍‌ମାସ୍‌ ମଧ୍ୟରେ ଏମ୍‌ଓୟୁ

ରାଉରକେଲା,୩୦।୧(ସଙ୍ଗୀତା ଜେନା): ଜଙ୍ଗଲଜାତ ଦ୍ରବ୍ୟ ମହୁଆ ବା ମହୁଲରୁ ଦେଶୀମଦ ତିଆରି ହେଉଥିଲା। ହେଲେ ଦିନକୁ ଦିନ ଜ୍ଞାନକୌଶଳ ବିକଶିତ ହେବା ପରେ ଏହି ଜଙ୍ଗଲଜାତ ଦ୍ରବ୍ୟରୁ…

ଶେଷ ହେଲା ରୁଷିଆ-ୟୁକ୍ରେନ ଯୁଦ୍ଧ? ଯୁଦ୍ଧବିରତିକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ

ଓ୍ବାଶିଂଟନ,୩୦।୧: ୟୁକ୍ରେନରେ ଚାଲିଥିବା ଯୁଦ୍ଧ ଏବଂ ପ୍ରବଳ ଥଣ୍ଡା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମାନବିକତା ଆଧାରରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri