ବର୍ଷାପରେ ରିଷିଡାରେ ହେଲା ରାବଣ ପୋଡି

ରିଷିଡା:୫।୧୦(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ାଠାରେ ରାବଣ ପୋଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅସତ୍ୟ ଉପରେ ସତ୍ୟର ବିଜୟର ପ୍ରତୀକ ବିଜୟାଦଶମୀ ଉପଲକ୍ଷେ ରିଷିଡ଼ାରେ ହେବାକୁ ଥିବା ରାବଣ ପୋଡ଼ିରେ ପ୍ରବଳ ବର୍ଷା ଯୋଗୁ ରାବଣ ପୋଡି ହୋଇପାରି ନ ଥିଲା । ତେଣୁ ଗତ ଚାରି ତାରିଖ ଶନିବାର ରାବଣ ପୋଡି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ପରିସରରେ ଥିବା ଖେଳପଡ଼ିଆରେ ବିଶାଳ ରାବଣ ପ୍ରତିମା ଦହନ ହେବାର ଝଲକ ଦେଖିବା ପାଇଁ ଲୋକଙ୍କର ଭିଡ ଲାଗିଥିଲା। ରାତି ୯ଟା ସମୟରେ ରାବଣ ଦହନ ସଫଳତାର ସହିତ ପାଳନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ନର୍ଲା ବିଧାୟକଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଉପାଧ୍ୟାକ୍ଷ ଦୁର୍ଗାପ୍ରସାଦ ମହାନ୍ତି (ମୁନା) ମୁଖ୍ୟ ଅତିଥି ଭାବେ ଉପସ୍ଥିତ ହୋଇ ପାରମ୍ପାରିକ ରୀତିରେ ତୀର ମାରି ରାବଣ ପ୍ରତିମୂର୍ତ୍ତିରେ ଅଗ୍ନି ସଂଯୋଗ କରିଥିଲେ । ସରପଞ୍ଚ ସେବତୀ ରଣା, ସମିତି ସଭ୍ୟ ନିମାଇଁ ଚରଣ ବେହେରା, ଉଦ୍ୟୋଗପତି ଶିବଲାଲ କେଡ଼ିଆ ସମ୍ମାନିତ ଅତିଥି ଭାବରେ ଉପସ୍ଥିତ ଥିବା ବେଳେ ମଞ୍ଚ ପରିଚାଳନା କରିଥିଲେ। ନରୋତ୍ତମ ସେଲମା, ରାବଣ ପୋଡ଼ି ସମୟରେ ‘ଜୟ ଶ୍ରୀରାମ’ ଧ୍ୱନିରେ ପୁରା ପରିସର ପ୍ରକମ୍ପିତ ହୋଇଉଠିଥିଲା। ଦୁର୍ଗାପୂଜା କମିଟି ପକ୍ଷରୁ ଡ୍ୟାନ୍ସ ପ୍ରତିଯୋଗିତା ପ୍ରଦର୍ଶନୀ ସହ ଏହି ଉତ୍ସବ ଲୋକମାନଙ୍କୁ ଧର୍ମ ଓ ସତ୍ୟର ପଥରେ ଅଗ୍ରସର ହେବାର ପ୍ରେରଣା ଦେଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ପୂଜକ ରୁଦ୍ର ମଣି ଦାସ ସହଯୋଗୀ ମନୁ ଦାସ, ଦାୟିତ୍ୱ ନିର୍ବାହ କରୁଥିବା ବେଳେ ପୂଜା କର୍ତ୍ତା ଭାବରେ ଅବସରପ୍ରାପ୍ତ ଶିକ୍ଷକ କ୍ଷୀରସାଗର ରଣା ଓ ତାଙ୍କ ଧର୍ମ ପତ୍ନୀ ରହିଛନ୍ତି। କମିଟିର ସଭାପତି ଭାବେ ଅଶୋକ କୁମାର ତ୍ରିପାଠୀ ଉପସଭାପତି ନରୋତ୍ତମ ସେଲମା ସମ୍ପାଦକ ଦୁଷ୍ମନ୍ତ ଲେଙ୍କା ସହ ସମ୍ପାଦକ ରଞ୍ଜନ କୁମାର ନାଏକ, ଏବଂ ଗ୍ରାମର ଯୁବ ଗୋଷ୍ଠୀ ବୁଦ୍ଧିଜିବୀ ତତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା ହେଉଥିବା ବେଳେ ଶନିବାର ପୂର୍ଣ୍ଣାଙ୍ଗ ସହ ପରିସମାପ୍ତି ହୋଇଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

ଖଣି ବିରୋଧରେ ଗର୍ଜିଲେ ଜନତା

ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍‌ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ…

ରନ୍ଧନ ଗ୍ୟାସ ସଂକଟ: ଆହାର କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ ମିଳୁ ଅତିରିକ୍ତ ଖାଦ୍ୟ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ରନ୍ଧନ ଗ୍ୟାସ ସଂକଟ ଦେଖାଦେଇଛି। ଏହା ସାଧାରଣ ଜୀବନ ଜୀବିକାକୁ ମଧ୍ୟ ପ୍ରଭାବିତ କରିଛି। ଏଥିରୁ ସ୍କୁଲ, କଲେଜ ଛାତ୍ରୀଛାତ୍ର…

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ: ପରୀକ୍ଷା ଦେଲେ ୨୫ହଜାର ୫୨୮ ଶିକ୍ଷାର୍ଥୀ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଅନ୍ତର୍ଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ଦ୍ୱିତୀୟ ମୂଲ୍ୟାଙ୍କନ ପରୀକ୍ଷା (ଏଫଏଲଏନଏଟି-୨) ରବିବାର ବରଗଡ଼ ଜିଲାର ବିଭିନ୍ନ…

ଯୁଦ୍ଧ ମଧ୍ୟରେ ପରମାଣୁ ଅସ୍ତ୍ରକୁ ନେଇ ବଡ଼ ଚେତାବନୀ ଦେଲେଣି ଟ୍ରମ୍ପ, କହିଲେ ଯଦି ଇରାନକୁ ପରମାଣୁ ଅସ୍ତ୍ର ମିଳେ ତେବେ….

ଓ୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶ ବିରୁଦ୍ଧରେ ନିଆଯାଇଥିବା ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନକୁ ରକ୍ଷା କରିଛନ୍ତି। ସେ ଚେତାବନୀ…

୪ କୋଠରିରେ ବସୁଛନ୍ତି ୯ ଶ୍ରେଣୀର ପିଲା

ନୂଆପଡ଼ା,୧୭ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଠିକପାଲି ପଞ୍ଚାୟତ ଶୁକ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୧୯୫୮ମସିହାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri