ବାଲିଗୁଡ଼ାରେ ରାବଣପୋଡ଼ି: ଆତସବାଜିରେ କମ୍ପିଲା ମିନିଷ୍ଟାଡିୟମ

ବାଲିଗୁଡ଼ା,୧୩ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ଅସତ୍ୟ ଉପରେ ସତ୍ୟର ବିଜୟ, ଅଧର୍ମ ଉପରେ ଧର୍ମର ବିଜୟ। ବିଜୟା ଦଶମୀ ଅବସରରେ ଚାରିଆଡ଼େ ପାର୍ବଣର ମାହୋଲ ଚାଲିଥିବା ବେଳେ କନ୍ଧମାଳ ଜିଲା ବାଲିଗୁଡ଼ାର ବିଭିନ୍ନ ପୂଜାମଣ୍ଡପ, ଶକ୍ତିପୀଠରେ ମହାମାୟୀଙ୍କ ପୂଜାର୍ଚ୍ଚନା ମହାଆଡ଼ମ୍ବରରେ ପାଳିତ ହୋଇ ଉଦ୍‌ଯାପିତ ହୋଇଯାଇଛି। ବିଜୟା ଦଶମୀ ଅବସରରେ ମା’ ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ରାବଣ ପୋଡ଼ି ସ୍ଥାନୀୟ ମିନି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। କମିଟିର ସଭାପତି ଲଳିତ କୁମାର ପାତ୍ର ଓ ସମ୍ପାଦକ ଶିବରାମ ପ୍ରଧାନୀଙ୍କ ନେତୃତ୍ୱରେ ଆୟୋଜିତ ରାବଣ ପୋଡ଼ି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ବ୍ଲକ ବିଜେଡି ସଭାପତି ଟୁନା ଦାସ ଯୋଗଦେଇ ରାମ ବାଣରେ ଅଗ୍ନି ସଂଯୋଗ କରିଥିଲେ। ମୁଖ୍ୟ ଅତିଥି ଟୁନା ଦାସଙ୍କୁ ରାଜକୀୟ ସମ୍ମାନର ସହିତ ପାଛୋଟି ଆଣିଥିଲେ ଦୁର୍ଗାପୂଜା କମିଟିର ସଦସ୍ୟଗଣ। ପାରମ୍ପରିକ ଢୋଲ, ନିଶାନ, ମହୁରୀର ତାଳେ ତାଳେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ ସଭାପତି ଲଳିତ କୁମାର ପାତ୍ର ଓ ସମ୍ପାଦକ ଶିବରାମ ପ୍ରଧାନୀ। ରାବଣ ପୋଡ଼ି ବେଳେ ଆତସବାଜିରେ ପ୍ରକମ୍ପିତ ହୋଇଥିଲା ମିନି ଷ୍ଟାଡିୟମ ସମେତ ବାଲିଗୁଡ଼ା ସହର। ପରେ ପରେ ଭୁବନେଶ୍ୱରରୁ ଆସିଥିବା କଳାକାରମାନଙ୍କ ଦ୍ୱାରା ମେଲୋଡ଼ି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ସୂଚନାଯୋଗ୍ୟ, ଶବ୍ଦ ପ୍ରଦୂଷଣ ଓ ଷ୍ଟାଡିୟମ୍‌ରେ ଯାତ୍ରା ଅlୟୋଜନ ନେଇ ବାଲିଗୁଡ଼ାର ପ୍ରତିଭାବାନ କ୍ରୀଡ଼ାବିତ୍‌ମାନେ ତୀବ୍ର ବିରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri