ବାଲିଗୁଡ଼ାରେ ରାବଣପୋଡ଼ି: ଆତସବାଜିରେ କମ୍ପିଲା ମିନିଷ୍ଟାଡିୟମ

ବାଲିଗୁଡ଼ା,୧୩ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ଅସତ୍ୟ ଉପରେ ସତ୍ୟର ବିଜୟ, ଅଧର୍ମ ଉପରେ ଧର୍ମର ବିଜୟ। ବିଜୟା ଦଶମୀ ଅବସରରେ ଚାରିଆଡ଼େ ପାର୍ବଣର ମାହୋଲ ଚାଲିଥିବା ବେଳେ କନ୍ଧମାଳ ଜିଲା ବାଲିଗୁଡ଼ାର ବିଭିନ୍ନ ପୂଜାମଣ୍ଡପ, ଶକ୍ତିପୀଠରେ ମହାମାୟୀଙ୍କ ପୂଜାର୍ଚ୍ଚନା ମହାଆଡ଼ମ୍ବରରେ ପାଳିତ ହୋଇ ଉଦ୍‌ଯାପିତ ହୋଇଯାଇଛି। ବିଜୟା ଦଶମୀ ଅବସରରେ ମା’ ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ରାବଣ ପୋଡ଼ି ସ୍ଥାନୀୟ ମିନି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। କମିଟିର ସଭାପତି ଲଳିତ କୁମାର ପାତ୍ର ଓ ସମ୍ପାଦକ ଶିବରାମ ପ୍ରଧାନୀଙ୍କ ନେତୃତ୍ୱରେ ଆୟୋଜିତ ରାବଣ ପୋଡ଼ି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ବ୍ଲକ ବିଜେଡି ସଭାପତି ଟୁନା ଦାସ ଯୋଗଦେଇ ରାମ ବାଣରେ ଅଗ୍ନି ସଂଯୋଗ କରିଥିଲେ। ମୁଖ୍ୟ ଅତିଥି ଟୁନା ଦାସଙ୍କୁ ରାଜକୀୟ ସମ୍ମାନର ସହିତ ପାଛୋଟି ଆଣିଥିଲେ ଦୁର୍ଗାପୂଜା କମିଟିର ସଦସ୍ୟଗଣ। ପାରମ୍ପରିକ ଢୋଲ, ନିଶାନ, ମହୁରୀର ତାଳେ ତାଳେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ ସଭାପତି ଲଳିତ କୁମାର ପାତ୍ର ଓ ସମ୍ପାଦକ ଶିବରାମ ପ୍ରଧାନୀ। ରାବଣ ପୋଡ଼ି ବେଳେ ଆତସବାଜିରେ ପ୍ରକମ୍ପିତ ହୋଇଥିଲା ମିନି ଷ୍ଟାଡିୟମ ସମେତ ବାଲିଗୁଡ଼ା ସହର। ପରେ ପରେ ଭୁବନେଶ୍ୱରରୁ ଆସିଥିବା କଳାକାରମାନଙ୍କ ଦ୍ୱାରା ମେଲୋଡ଼ି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ସୂଚନାଯୋଗ୍ୟ, ଶବ୍ଦ ପ୍ରଦୂଷଣ ଓ ଷ୍ଟାଡିୟମ୍‌ରେ ଯାତ୍ରା ଅlୟୋଜନ ନେଇ ବାଲିଗୁଡ଼ାର ପ୍ରତିଭାବାନ କ୍ରୀଡ଼ାବିତ୍‌ମାନେ ତୀବ୍ର ବିରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri