ପ୍ରବୀଣଙ୍କୁ ଝୁରୁଛି ଘରୋଇ ବସ ମାଳିକ ସଂଘ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଘରୋଇ ବସ ମାଳିକ ସଂଘ ପକ୍ଷରୁ ଶନିବାର ଅପରାହ୍ନରେ ଭବାନୀପାଟଣା ସ୍ଥିତ କାର୍ଯ୍ୟାଳୟରେ ସ୍ୱର୍ଗତ ଖମାରୀଙ୍କ ଉଦ୍ଦେଶ୍ୟରେ ଏକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜନ କରାଯାଇଥିଲା। ଏଥିରେ ଘରୋଇ ବସ ମାଳିକ ସଂଘର ସଭାପତି ପ୍ରବୋଧ ରଥ ସଭାପତିତ୍ବ କରିଥିଲେ। ଏହି ସଭାରେ ସଂଘର ବରିଷ୍ଠ ସଦସ୍ୟ ମାନସ ରଞ୍ଜନ ଦାଶ,କାଶୀନାଥ ହୋତା,ବଟକୃଷ୍ଣ ବେହେରା ପ୍ରଧାନ,ସନ୍ଦୀପ ଦାଶ, ଧଵଲେଶ୍ଵର ମହାପାତ୍ର,ସତ୍ୟ ରଥ ପ୍ରମୁଖ ଯୋଗଦେଇ ଦିବଂଗତ ପ୍ରବୀଣ ଖମାରୀଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ। ସଭାରେ ଅନ୍ୟାନ ସଦସ୍ୟ ଭାବେ ମୋହିତ ଦାସ,ଅରୁଣ ରଥ,ଅଭିଷେକ ହୋତା,ବିର ପ୍ରହରାଜ, ନରେଶ ପଟ୍ଟନାୟକ,ସନ୍ତୋଷ ମହାପାତ୍ର,ଜାମିନୀ ମାଝୀ,ସରୋଜ ଚନ୍ଦ୍ର ସାହୁ,ଅବଦୁଲ ରେହମାନ ଖାଁ,ଅମିତ କୁମାର ମୁଣ୍ଡ,ପ୍ରତୀକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ପ୍ରକାଶ ଯେ, ଶୁକ୍ରବାର ଅପରାହ୍ନରେ କଳାହାଣ୍ଡି ଘରୋଇ ବସ ମାଳିକ ସଂଘର ସାଧାରଣ ସମ୍ପାଦକ ପ୍ରବୀଣ ଖମାରୀ (ମୁନା)ଙ୍କ ହୃଦ ଘାତରେ ପରଲୋକ ହୋଇଥିଲା। ଯାହାଫଳରେ ତାଙ୍କ ବିୟୋଗରେ ସଂଘର ନିଷ୍ପତ୍ତି କ୍ରମେ ଶନିବାର ସକାଳ ୬ ରୁ ରାତ୍ରି ୧୨ ଟା ଯାଏଁ କଳାହାଣ୍ଡି ଜିଲାରେ ଘରୋଇ ବସ ଚଲାଚଳ ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?