ମେ ୬ରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ

ବରଗଡ଼ ଅଫିସ, ୧୩।୪: ବରଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମୋନିଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରବି  ଧାନ ସଂଗ୍ରହ ଉପରେ ଆଲୋଚନା ହୋଇ ବିଭିନ୍ନ ପ୍ରସ୍ତାବ ନିଆଯାଇଥିଲା। ଏଥର ଆସନ୍ତା ମେ ୬ ତାରିଖରୁ ଅତାବିରା ନିୟନ୍ତ୍ରିତ ବଜାର କମିଟି ଅଧୀନ ମଣ୍ଡିଗୁଡିକରୁ ଧାନ ସଂଗ୍ରହ ଆରମ୍ଭ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।

ସେହିପରି ମେ’ ମାସ ୧୨ ତାରିଖ ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ ମଣ୍ଡିଗୁଡିକରେ ଧାନ କିଣାଯିବ। ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି ଅଧୀନ ମଣ୍ଡିଗୁଡିକ ଚାଷୀଙ୍କ ସହିତ ଆଲୋଚନା କରି ପର୍ଯ୍ୟାୟ କ୍ରମେ ଖୋଲିବ ବୋଲି ସୂଚନା ଦିଆଯାଇଥିଲା। ଏଥର ୫୨ଟି ପ୍ରାଥମିକ କୃଷି ସମବାୟ ସମିତି ଏବଂ ୩୨ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ ଯୋଗାଣ ନିଗମ ଧାନ କିଣିବ। କଷ୍ଟମ ମିଲିଂ ମାଧ୍ୟମରେ ଧାନ ଉଠାଇବା ପାଇଁ ଜିଲାର ୧୧୪ ରାଇସ୍‌ ମିଲର୍ସଙ୍କ ମଧ୍ୟରୁ ଯୋଗ୍ୟତା ଭିତ୍ତିରେ ମିଲର୍ସମାନଙ୍କୁ ଚୟନ କରାଯିବ ବୋଲି ବୈଠକରେ ସୂଚନା କୁହାଯାଇଛି।

ଧାନ ସଂଗ୍ରହ ପାଇଁ ଏଥର ଜିଲାରେ ୧୭୨ଟି ମଣ୍ଡି ସପ୍ତାହକୁ ୬ଦିନ ଖୋଲିବ ଏବଂ ସକାଳ ୬ଟାରୁ ଦିନ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଧାନ ସଂଗ୍ରହ କରାଯିବ। ଏଥର ସାଧାରଣ ଧାନ କୁଇଣ୍ଟାଲ ପ୍ରତି ୨ହଜାର ୪୦ ଟଙ୍କା ଏବଂ ଗ୍ରେଡ- ଏ ଧାନ କୁଇଣ୍ଟାଲ ପ୍ରତି ୨ହଜାର ୬୦ ଟଙ୍କାରେ କିଣାଯାଇ ଚାଷୀଙ୍କୁ ପି-ପାସ୍‌ ମାଧ୍ୟମରେ ପ୍ରାପ୍ୟ ରାଶି ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଥିଲା।

ବୈଠକରେ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ରୀତା ସାହୁ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଏମ୍‌ପିଙ୍କ ପ୍ରତିନିଧି ସୁରେଶ୍ବର ଶତପଥି, ଏସ୍‌ପି ପି. ଏସ୍‌ ମିନାଙ୍କ ସମେତ ଅନ୍ୟ ପଦାଧିକାରୀ, ଚାଷୀ ଓ ମିଲର୍ସ ପ୍ରତିନିଧି ଉପସ୍ଥିତ ଥିଲେ। ଧାନ ସଂଗ୍ରହ ପ୍ରକ୍ରିୟାକୁ ସୁରୁଖୁରୁରେ ଶେଷ କରିବାକୁ ଜିଲାପାଳ ବାନାର୍ଜୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri