ମେ’ ୨୦ରୁ ରବି ଧାନ କିଣା

ବାରିପଦା ଅଫିସ,୧୯।୪

ମୟୂରଭଞ୍ଜ ଜିଲାର ଚାଷୀଙ୍କଠାରୁ ଚଳିତ ୨୦୨୧-୨୨ବର୍ଷ ପାଇଁ ରବି ଧାନ କ୍ରୟ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି ବୈଠକ ବାରିପଦା ପ୍ରୟାସ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ଯୋଗାଣ, ଆର୍‌ଏମ୍‌ସି ଏବଂ ଡିଆର୍‌ସିଏସ୍‌ ବିଭାଗର ମିଳିତ ତତ୍ତ୍ୱାବଧାନରେ ୧୭ଟି ଧାନ କ୍ରୟ କେନ୍ଦ୍ର(ମଣ୍ଡି)ମାନଙ୍କରେ ଆସନ୍ତା ମେ’ ୨୦ରୁ ରବି ଧାନ କ୍ରୟ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଜିଲାପାଳ ବିନୀତ୍‌ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହଁାସଦା, ମୋରଡ଼ା ବିଧାୟକ ରାଜ କିଶୋର ଦାସ, ବଡ଼ସାହି ବିଧାୟକ ସନାତନ ବିଜୁଳି, ରାଇରଙ୍ଗପୁର ବିଧାୟକ ନବ ଚରଣ ମାଝୀ, କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମ, ଏସ୍‌ପି ଋଷିକେଶ ଦ୍ୟାନଦେଓ ଖିଲାରୀ, ପିଡି ଡିଆରଡିଏ ପି. ଅନ୍ବେଷା ରେଡ୍ଡି, ଜିଲା ମୁଖ୍ୟ କୃଷି ଅଧିକାରୀ ରବୀନ୍ଦ୍ର କୁମାର ଖଟୁଆ ପ୍ରମୁଖଙ୍କ ସମେତ ଜିଲାର ବହୁ ଅଧିକାରୀ, ଏମ୍‌ପି ଓ ବିଧାୟକଙ୍କ ପ୍ରତିନିଧି, ଜିଲାର ମିଲରର୍ସ ଏବଂ ଚାଷୀ ପ୍ରତିନିଧିମାନେ ଯୋଗ ଦେଇଥିଲେ।
ଋତୁରେ ଜିଲାର ପଞ୍ଜିକୃତ ଚାଷୀମାନଙ୍କଠାରୁ ଧାନ କ୍ରୟ ନିମନ୍ତେ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ନିର୍ଦ୍ଧାରିତ ନିର୍ଦ୍ଦେଶାବଳୀ ସମ୍ପର୍କିତ ସବିଶେଷ କାର୍ଯ୍ୟକ୍ରମ ପ୍ରସ୍ତୁତି ଉପରେ ଆଲୋଚନା କରିଥିଲେ। ଚଳିତ ବର୍ଷ ରବି ଧାନ ବିକ୍ରି ପାଇଁ ଚାଷୀ ଅନଲାଇନରେ ଆବେଦନ କରି ନାମ ପଞ୍ଜୀକୃତ କରିବା ପାଇଁ ପରାମର୍ଶ ଦିଆଯାଇଛି। ଏଥି ପାଇଁ ଅଦ୍ୟାବଧି ୨,୯୮୬ଜଣ ଚାଷୀ ଲ୍ୟାମ୍ପ୍‌ସ ଓ ସମବାୟ ସମିତି ମାଧ୍ୟମରେ ନାମ ପଞ୍ଜୀକୃତ କରିଛନ୍ତି। ଚଳିତ ବର୍ଷ ସରକାରଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ଧାନର ସହାୟକ ମୂଲ୍ୟ ଯଥାକ୍ରମେ ଏଫ୍‌ଏକ୍ୟୁ ଗ୍ରେଡ୍‌ ସାଧାରଣ ମାନ ଧାନର ମୂଲ୍ୟ କୁଇଣ୍ଟାଲ ପ୍ରତି ୧୯୪୦ ଟଙ୍କା ଏବଂ ଏଫ୍‌ଏକ୍ୟୁ ଗ୍ରେଡ୍‌ ‘ଏ’ ମାନ ଧାନର ମୂଲ୍ୟ କୁଇଣ୍ଟାଲ ପ୍ରତି ୧୯୬୦ଟଙ୍କା ଧାର୍ଯ୍ୟ କରାଯାଇଛି। ବିକ୍ରୟ ଧାନର ସହାୟକ ମୂଲ୍ୟ ଚାଷୀଙ୍କ ପଞ୍ଜୀକୃତ ବ୍ୟାଙ୍କ ପାସ୍‌ ବହିରେ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଅନ୍‌ଲାଇନ ମାଧ୍ୟମରେ ପ୍ରଦାନ କରାଯିବ। ମଣ୍ଡିରେ ଧାନ ସୁରକ୍ଷିତ ରଖିବା ପାଇଁ ଆବଶ୍ୟକୀୟ ତାରପୋଲିନ ସେଡ୍‌, କ୍ୟାପଷ୍ଟୋରେଜ୍‌ (ଗୋଡାଉନ) ସହ ଚାଷୀମାନଙ୍କ ସୁବିଧା ପାଇଁ ପାନୀୟଜଳ, ବିଶ୍ରାମ ସ୍ଥଳ, ଶୌଚାଳୟ ଆଦି ସମସ୍ତ ପ୍ରକାର ଆନୁସଙ୍ଗିିକ ବ୍ୟବସ୍ଥା ଲାଗି ବିହୀତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri